ETV Bharat / city

ଶ୍ରୀମନ୍ଦିରରେ ଅନୁଷ୍ଠିତ ହେଲା ରାଧାଷ୍ଟମୀ ନୀତି

author img

By

Published : Sep 14, 2021, 7:34 PM IST

ଶ୍ରୀମନ୍ଦିରରେ ରାଧାଷ୍ଟମୀ ନୀତି ଅନୁଷ୍ଠିତ ହୋଇଛି । ଏହି ଅବସରରେ ଚକ୍ରରାଜ ସୁଦର୍ଶନ ନଗର ପରିକ୍ରମା କରିଛନ୍ତି । ଅଧିକ ପଢନ୍ତୁ...

radhastami rituals in puri srimandir
ଶ୍ରୀମନ୍ଦିରରେ ଅନୁଷ୍ଠିତ ହେଲା ରାଧାଷ୍ଟମୀ ନୀତି

ପୁରୀ: ଆଜି ଶ୍ରୀମନ୍ଦିରରେ ରାଧାଷ୍ଟମୀ ନୀତି ଅନୁଷ୍ଠିତ ହୋଇଛି । ଏହି ଅବସରରେ ଚକ୍ରରାଜ ସୁଦର୍ଶନ ନଗର ପରିକ୍ରମା କରିଥାନ୍ତି। ମହାମାରୀ କୋରୋନା କଟକଣା ମଧ୍ୟ ସମସ୍ତ ନୀତିକାନ୍ତି ପାଳନ କରାଯାଉଛି ।

ଶ୍ରୀମନ୍ଦିରରେ ରାଧାଷ୍ଟମୀ ନୀତି ଅନୁଷ୍ଠିତ ହୋଇଯାଇଛି । ସୋମବାର ଅପରାହ୍ନରେ ସୁଦର୍ଶନ ମହାପ୍ରଭୁ ଶ୍ରୀମନ୍ଦିର ବେଢା ପରିକ୍ରମା କରିବା ପରେ ବାହାରକୁ ତାଙ୍କ ବିମାନ ବାହାରି ନଗର ପରିକ୍ରମା କରିଛନ୍ତି । ଏହା ପରେ ପନ୍ତି ଭୋଗ ଖାଇବା ପରେ ମହାପ୍ରଭୁଙ୍କ ଭଣ୍ଡାର ରକ୍ଷକ ଓ ହିସାବ ରକ୍ଷକ ଭାବେ ପରିଚିତ ଗୌଡବାଡ଼ ସାହିରେ ଥିବା ଜମ୍ବେଶ୍ବର ମହାଦେବ ମନ୍ଦିରକୁ ବିଜେ କରିଥାନ୍ତି। ସେଠାରେ ଶୀତଳ ଭୋଗ ଓ ପ୍ରସାଦ ଲାଗି ନୀତି ଅନୁଷ୍ଠିତ ହୋଇଥାଏ। ଜମ୍ବେଶ୍ବରଙ୍କ ପକ୍ଷରୁ ଜଣେ ପୂଜାପଣ୍ଡା ସାମନ୍ତ ଶ୍ରୀମନ୍ଦିରର ବାର୍ଷିକ ଆୟବ୍ୟୟ ହିସାବ ସୁଦର୍ଶନଙ୍କ ସମୁଖରେ ପଢି ନୀତି ସମ୍ପର୍ଣ୍ଣ କରିଥାନ୍ତି ।

ସୁଦର୍ଶନ ମହାପ୍ରଭୁ ଜମ୍ବେଶ୍ବରଙ୍କ ଠାରୁ ଆୟବ୍ୟୟ ହିସାବ ଆଣିବା ପରେ ସେଠାରୁ ଶ୍ରୀମନ୍ଦିର ପ୍ରତ୍ୟାବର୍ତ୍ତନ କରିଥାନ୍ତି । ତେବେ ରାଧାଷ୍ଟମୀ ତିଥିରେ ବ୍ରତଧାରୀ ମହାପ୍ରଭୁଙ୍କୁ ଦର୍ଶନ କଲେ ଅଶେଷ ପୁଣ୍ୟ ପ୍ରାପ୍ତି ହୋଇଥାଏ ବୋଲି ପୁରାଣରେ ବର୍ଣ୍ଣନା ରହିଛି ।

ପୁରୀରୁ ଶକ୍ତି ପ୍ରସାଦ ମିଶ୍ର,ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.