ETV Bharat / city

ଚନ୍ଦ୍ରଭାଗା ମେଳା ପଡିଆରେ 144 ଧାରା ଜାରି

author img

By

Published : Feb 16, 2021, 5:22 PM IST

Updated : Feb 16, 2021, 9:21 PM IST

ଚନ୍ଦ୍ରଭାଗା ମେଳା ପଡିଆରେ 144 ଧାରା ଜାରି । ଜନସମାଗମରୁ କୋରୋନା ବ୍ୟାପିବାର ଆଶଙ୍କା କରି ଧାରା 144 ଧାରା ଜାରି । ଆସନ୍ତା ୧୮ ତାରିଖ ପୂର୍ବାହ୍ନ ୧୧ ଘଟିକା ଠାରୁ ୧୯ ତାରିଖ ଅପରାହ୍ନ ୧ ଘଟିକା ପର୍ଯ୍ୟନ୍ତ ଏହି ଧାରା ବଳବତ୍ତର ରହିବ । ଅଧିକ ପଢନ୍ତୁ...

Section 144 continues at the Chandrabhaga Mela ground
ଚନ୍ଦ୍ରଭାଗା ମେଳା ପଡିଆରେ 144 ଧାରା ଜାରି

ପୁରୀ: ଚଳିତ ବର୍ଷ କୋଭିଡ କଟକଣା ମଧ୍ୟରେ ଚନ୍ଦ୍ରଭାଗା ମେଳା ଅନୁଷ୍ଠିତ ହେବ । ଜନସମାଗମରୁ କୋରୋନା ବ୍ୟାପିବାର ଆଶଙ୍କା ଥିବାରୁ ଚନ୍ଦ୍ରଭାଗା ମେଳା ପଡିଆରେ ୧୪୪ ଧାରା ଜାରି କରାଯାଇଛି । ଆସନ୍ତା ୧୮ ତାରିଖ ପୂର୍ବାହ୍ନ ୧୧ ଘଟିକା ଠାରୁ ୧୯ ତାରିଖ ଅପରାହ୍ନ ୧ ଘଟିକା ପର୍ଯ୍ୟନ୍ତ ଏହି ଧାରା ବଳବତ୍ତର ରହିବ । ଏହି ସମୟ ମଧ୍ୟରେ ଜନସାଧାରଣଙ୍କ ଚନ୍ଦ୍ରଭାଗାରେ ବୁଡ ପକାଇବା ଓ ପହିଲି ସୂର୍ଯ୍ୟ ଦର୍ଶନ ଉପରେ କଟକଣା ଜାରି ରହିବ । ଜିଲ୍ଲା ପ୍ରଶାସନ ପକ୍ଷରୁ ଉପ ଜିଲ୍ଲାପାଳ ଭବତାରଣ ସାହୁ ୧୪୪ ଧାରା ଜାରି କରିଛନ୍ତି ।

ଚନ୍ଦ୍ରଭାଗା ମେଳା ପଡିଆରେ 144 ଧାରା ଜାରି

ସ୍ବତନ୍ତ୍ର ରିଲିଫ କମିଶନରଙ୍କ ପକ୍ଷରୁ ଗତ ୩୦ ତାରିଖରେ ଜାରି ନିର୍ଦ୍ଦେଶନାମା ଅନୁଯାୟୀ କେବଳ ସର୍ବାଧିକ ପାଞ୍ଚ ଶହ ବ୍ୟକ୍ତିଙ୍କ ଉପସ୍ଥିତିରେ ଠାକୁରଙ୍କ ଯଥାବିଧି ପୂଜାର୍ଚ୍ଚନା ସହ ଚନ୍ଦଭାଗା ବୁଡ ସମ୍ପର୍ଣ୍ଣ ହେବ । ଏଥିରେ ସମ୍ପୃକ୍ତ ସେବାୟତ, ବିମାନ ଯାତ୍ରାରେ ସାମିଲ ସହାୟକ, ସରକାରୀ ଅଧିକାରୀ , କର୍ମଚାରୀ ଓ ସ୍ଥାନୀୟ ସାମ୍ବାଦିକ ସାମିଲ ରହିବେ । ଏଥିରେ ସହଯୋଗ କରିବାକୁ ପ୍ରଶାସନ ପକ୍ଷରୁ ଜନସାଧାରଣ ମାନଙ୍କୁ ଅନୁରୋଧ କରାଯାଇଛି । ଏହି କଟକଣାରେ ଉଲଙ୍ଘନକାରୀଙ୍କ ବିରୁଦ୍ଧରେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ।

ପୁରୀରୁ ଶକ୍ତି ପ୍ରସାଦ ମିଶ୍ର, ଇଟିଭି ଭାରତ

Last Updated : Feb 16, 2021, 9:21 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.