ପୁରୀ: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କ ପୁରୀ ଗସ୍ତକୁ ନେଇ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ଶୁକ୍ରବାର ସନ୍ଧ୍ୟାରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ପୁରୀରେ ପହଞ୍ଚି ରାତ୍ରୀଯାପନ କରିବାର କାର୍ଯ୍ୟକ୍ରମ ସ୍ଥିର ହୋଇଛି । ଶନିବାର ସକାଳୁ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିବେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ।
ଅନ୍ୟପଟେ ଗୃହମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ପୁରୀ ପୋଲିସ ପକ୍ଷରୁ କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ଅମିତ ଶାହାଙ୍କର ଜେଡ ପ୍ଲସ ସୁରକ୍ଷା କାଟାଗୋରୀ ଥିବାରୁ ଉକ୍ତ ନିୟମ ଅନୁଯାୟୀ ସୁରକ୍ଷା ବ୍ୟବସ୍ଥା ହୋଇଛି ବୋଲି ପୁରୀ ଏସପି ଉମାଶଙ୍କର ଦାସ ସୂଚନା ଦେଇଛନ୍ତି।
ପୁରୀରୁ ଶକ୍ତି ପ୍ରସାଦ ମିଶ୍ର, ଇଟିଭି ଭାରତ