ETV Bharat / city

ଆଜି ମହାପ୍ରଭୁଙ୍କ ବନଭୋଜି ବେଶ

author img

By

Published : Aug 22, 2022, 10:10 AM IST

ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବନଭୋଜି ବେଶ । ଦୀର୍ଘ ୨ ବର୍ଷ ପରେ ମହାପ୍ରଭୁଙ୍କ ଏହି ଦୁର୍ଲଭ ବେଶ ଦର୍ଶନର ସୁଯୋଗ ପାଇବେ ଭକ୍ତ । ଅଧିକ ପଢନ୍ତୁ

ଆଜି ମହାପ୍ରଭୁଙ୍କ ବନଭୋଜି ବେଶ
ଆଜି ମହାପ୍ରଭୁଙ୍କ ବନଭୋଜି ବେଶ

ପୁରୀ: ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବନଭୋଜି ବେଶ । ବୁଧବାର ଠାରୁ ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣ ଜନ୍ମ ନୀତି ପ୍ରକ୍ରିୟା ଆରମ୍ଭ ହୋଇଛି । ବୁଧବାର ଯେଉଡ଼ ଭୋଗ ପରେ ଗୁରୁବାର ଶ୍ରୀକୃଷ୍ଣ ଜନ୍ମନୀତି ଓ ଶୁକ୍ରବାର ନନ୍ଦ ଉତ୍ସବ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବା ପରେ ଆଜି ଠାରୁ ମହାପ୍ରଭୁଙ୍କୁ ବିଭିନ୍ନ ବେଶରେ ସଜ୍ଜିତ କରାଯିବ । ଆଜି ଭାଦ୍ରକୃଷ୍ଣ ଦଶମୀ ତିଥିରେ ଶ୍ରୀମନ୍ଦିରରେ ବନଭୋଜି ବେଶ ସହ କୋଳିବିକା ନୀତି, ବକାସୁର ବଧ ଓ ଅର୍ଘାସୁର ବଧ ନୀତି ଅନୁଷ୍ଠିତ ହେବ ।

ଆଜି ମହାପ୍ରଭୁଙ୍କ ବନଭୋଜି ବେଶ
ଆଜି ମହାପ୍ରଭୁଙ୍କ ବନଭୋଜି ବେଶ

ମଧ୍ୟାହ୍ନ ଧୂପ ପରେ ରାମକୃଷ୍ଣ ଦୁଇ ଚଳନ୍ତି ପ୍ରତିମାଙ୍କୁ ପୂଜାପଣ୍ଡା ସେବକମାନେ ଆଜ୍ଞାମାଳ ପ୍ରଦାନ କରିବା ପରେ ଦୁଇ ପ୍ରତିମାଙ୍କୁ ବିମାନରେ ବସାଇ ସିଂହଦ୍ଵାର ନିକଟସ୍ଥ ବଡଛତା ମଠ ପାର୍ଶ୍ବରେ ଥିବା ଏକ କାଠ ସିଂହାସନରେ ବିଜେ କରାଇବେ । ଲେଙ୍କା ସେବକ ଶବରୁଣୀ ବେଶ ହୋଇ ଗୁଆକୋଳି ଓ ନଡ଼ିଆ ପାତି ମିଶାଇ ଏକ ବାଉଁଶିଆରେ ଧରି ଆସି ସେଠାରେ ନୀତି ସମ୍ପାଦନ କରିବେ । ଭିତରଚ୍ଛ ମହାପାତ୍ର ଉକ୍ତ ଶବରୁଣୀଠାରୁ କୋଳି ଆଣି ମହାପ୍ରଭୁଙ୍କୁ ସମର୍ପଣ ଓ ମଣୋହି କରିଵା ପରେ ପୂଜାପଣ୍ଡା ସେଠାରେ ଶୀତଳ ଭୋଗ ଓ ଭିତରଚ୍ଛ ମହାପାତ୍ର ବନ୍ଦାପନା କରିବେ ।

ଏହାବି ପଢନ୍ତୁ: ସୁବର୍ଣ୍ଣରେଖାରେ ଆସୁଛି ବଡ ବନ୍ୟା, ସ୍ଥାନାନ୍ତର ହେଲେଣି 16 ହଜାର ଲୋକେ

ସନ୍ଧ୍ୟାଧୂପ ପରେ ଠାକୁରମାନଙ୍କୁ ବନଭୋଜି ବେଶରେ ସଜ୍ଜିତ କରାଯିବ । ଶ୍ରୀଜିଉମାନଙ୍କ ଶ୍ରୀଭୁଜରେ ରୂପା ପିଙ୍ଗଣରେ ସର ଧାରଣ ସହ ଅନ୍ୟ ହସ୍ତରେ ନଉଡି ଧରିଥାନ୍ତି । ବନଭୋଜି ବେଶରେ ଠାକୁରମାନଙ୍କୁ ପ୍ରାୟ 18 ପ୍ରକାର ସ୍ବର୍ଣ୍ଣ ଅଳଙ୍କାରରେ ବିମଣ୍ଡିତ କରାଯାଇଥାଏ । ମହାପ୍ରଭୁଙ୍କର ବନଭୋଜି ବେଶରେ ରତ୍ନ ସିଂହାସନ ଉପରେ ଦୁଇଟି ଲେଖାଏଁ କାଷ୍ଠରେ ନିର୍ମିତ ଗାଇ ବାଛୁରୀ ଦଣ୍ଡାୟମାନ ଅବସ୍ଥାରେ ରହିଥାନ୍ତି । ଶ୍ରୀଜଗନ୍ନାଥ ଓ ଶ୍ରୀବଳଭଦ୍ରଙ୍କୁ ସାକ୍ଷାତ୍ କୃଷ୍ଣ ଓ ବଳରାମ ରୂପରେ ସଜାଇ ବନଭୋଜି ନିମନ୍ତେ ଗମନ କରୁଥିବା ଦୃଶ୍ୟକୁ ସ୍ମରଣ କରାଇଦେବା ହେଉଛି ଏ ବେଶର ମୁଖ୍ୟ ଉଦ୍ଦେଶ୍ୟ । ଦୁଇବର୍ଷ କୋରୋନା କଟକଣା ପରେ ଚଳିତବର୍ଷ ମହାପ୍ରଭୁଙ୍କ ଏହି ଦୁର୍ଲଭ ବେଶ ଦର୍ଶନର ସୁଯୋଗ ପାଇବେ ଭକ୍ତ ।

ଇଟିଭି ଭାରତ,ପୁରୀ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.