ETV Bharat / city

ଆଜି ଶ୍ରୀଜିଉଙ୍କ କୃଷ୍ଣ ବଳରାମ ବେଶ

ଆଜି (ଗୁରୁବାର) ଶ୍ରୀନ୍ଦିରରେ ମହାପ୍ରଭୁଙ୍କର କୃଷ୍ଣ ବଳରାମ ବେଶ ଅନୁଷ୍ଠିତ ହେବ । ଶ୍ରୀଜିଉଙ୍କ ଏ ବେଶ ଦର୍ଶନ ପାଇଁ ଭକ୍ତ ମହଲରେ ଉତ୍କଣ୍ଠା ଭରି ରହିଛି । ଅଧିକ ପଢନ୍ତୁ

author img

By

Published : Aug 25, 2022, 8:58 AM IST

କୃଷ୍ଣ ବଳରାମ ବେଶ
କୃଷ୍ଣ ବଳରାମ ବେଶ

ପୁରୀ: ମହାପ୍ରଭୁଙ୍କ ଲୀଳା ଅପାର । କୃଷ୍ଣ ଜନ୍ମାଷ୍ଟମୀ ଦିନଠୁ ଶ୍ରୀନ୍ଦିରରେ ମହାପ୍ରଭୁଙ୍କ ବିଭିନ୍ନ ବେଶ ଅନୁଷ୍ଠିତ ହେଉଛି । ଗତକାଲି (ବୁଧବାର) ଶ୍ରୀନ୍ଦିରରେ ବଡ ଠାକୁର ଶ୍ରୀବଳଭଦ୍ର ମହାପ୍ରଭୁଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ ହୋଇଥିଲା । ଏହା ପୂର୍ବରୁ ଶ୍ରୀଜିଉଙ୍କ କାଳୀୟ ଦଳନ ବେଶ ଅନୁଷ୍ଠିତ ହୋଇଥିଲା । ଆଜି (ଗୁରୁବାର) ମହାପ୍ରଭୁଙ୍କର କୃଷ୍ଣ ବଳରାମ ବେଶ ଅନୁଷ୍ଠିତ ହେବ । ମହାପ୍ରଭୁଙ୍କ କୃଷ୍ଣ ବଳରାମ ବେଶ ଦର୍ଶନ ନେଇ ଭକ୍ତ ମହଲରେ ଉତ୍କଣ୍ଠା ଭରି ରହିଛି ।

ଆଜି ଭାଦ୍ରବ ମାସ କୃଷ୍ଣପକ୍ଷ ତ୍ରୟୋଦଶୀ ତିଥି । ଏହି ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ କୃଷ୍ଣ ବଳରାମ ବେଶ ଅନୁଷ୍ଠିତ ହୋଇଥାଏ । ଏହି ବେଶରେ ଜଗନ୍ନାଥଙ୍କୁ କୃଷ୍ଣ ଓ ଶ୍ରୀବଳଭଦ୍ରଙ୍କୁ ବଳରାମ ରୂପରେ ସୁସଜ୍ଜିତ କରାଯିବ । ଦେବୀ ସୁଭଦ୍ରା ଚତୁର୍ଭୁଜ ଧାରଣ କରି ଭିନ୍ନ ଭିନ୍ନ ଆୟୁଧ ସହ ପଦ୍ମାସନରେ ଉପବେସନ କରିବେ । ଉଭୟ କୃଷ୍ଣ ଏବଂ ବଳରାମ କାଷ୍ଠ ନିର୍ମିତ ଦୁଇ ଗୋଡ଼ ଛନ୍ଦି ଛନ୍ଦପୟର ମୁଦ୍ରାରେ ରହିଥାନ୍ତି । ଜଗନ୍ନାଥଙ୍କ ଗୋଟିଏ ହାତରେ ସୁବର୍ଣ୍ଣ ବଂଶୀ ଓ ଅନ୍ୟ ହସ୍ତରେ ପଦ୍ମ ଫୁଲ ଶୋଭାପାଏ । ବଳରାମଙ୍କ ଡାହାଣ ହାତରେ ଶିଙ୍ଘ ଓ ବାମ ହସ୍ତରେ ପଦ୍ମ ଫୁଲ ଶୋଭାପାଏ ।

କିରୀଟ ଉପରେ ସୋଲରେ ନିର୍ମିତ ସପ୍ତଫେଣିଆ ସର୍ପ ବିରାଜମାନ କରିଥାଏ । ଏହି ବେଶରେ ଶ୍ରୀଜଗନ୍ନାଥ ଓ ଶ୍ରୀବଳଭଦ୍ର ଗୋଟିଏ ଗୋଟିଏ ପାଗ ପିନ୍ଧିଥାନ୍ତି । ସେହି ପାଗ ଦ୍ୱୟ କିରୀଟଯୁକ୍ତ ହୋଇଥାଏ । ରତ୍ନ ସିଂହାସନ ଉପରେ ଖଞ୍ଜାଯାଇଥିବା ଏକ କ୍ଷୁଦ୍ରକାଷ୍ଠ ନିର୍ମିତ ତଥା ଜରି ଜମ୍ବୁରାରେ ଆଚ୍ଛାଦିତ ସିଂହାସନରେ ଚକାମୁଣ୍ଡି ପକାଇ ପ୍ରଭୁ ପଦ୍ମାସନରେ ଉପନିବେଶ କରନ୍ତି । ବାଙ୍କଚୂଳ କିରୀଟ ଉପରେ ପତ୍ରଲଗା କଦମ୍ବ ଫୁଲ ଶୋଭାପାଏ । ଏହି ବେଶରେ ଶ୍ରୀପୟର, ପାଉଁଜି, ବାଙ୍କି, ପାହୁଡ଼, ଗୋଡ଼ମୁଦି, ମଲ୍ଲୀକଢ଼,ଚନ୍ଦ୍ର, ଚିତା,ନାକଚଣା, ହାତଫେର,ଖଡୁ ଇତ୍ୟାଦିରେ ସାରା ଶରୀର ମହାପ୍ରଭୁଙ୍କ ଶୋଭା ପାଇଥାଏ । ସୁଭଦ୍ରାଙ୍କ ମସ୍ତକରେ ମଧ୍ୟ ଏକ କିରୀଟ ଶୋଭାପାଏ ।

ଏହା ବି ପଢନ୍ତୁ...କର୍ଣ୍ଣାଟକରେ ଭୟଙ୍କର ସଡକ ଦୁର୍ଘଟଣା,୯ ମୃତ

ଶ୍ରୀବଳଭଦ୍ର ଓ ଶ୍ରୀ ଜଗନ୍ନାଥଙ୍କ ଦୁଇ ପାର୍ଶ୍ୱରେ ନନ୍ଦ, ଉପନନ୍ଦ, ବସୁଦେବ, ଗୋପାଳ ବାଳକମାନେ, ଗୋପୀ, ବ୍ରହ୍ମା, ସହସ୍ର ଚକ୍ଷୁ ଇନ୍ଦ୍ର, ନାରଦ, ରୋହିଣୀ ଓ ଯଶୋଦାଙ୍କୁ ଦଣ୍ଡାୟମାନ ଭଙ୍ଗୀରେ ରଖାଯାଏ । ଠାକୁରଙ୍କ ଆଗରେ ଚାରିଗୋଟି ଗାଈ ଦଣ୍ଡାୟମାନ ଭଙ୍ଗୀରେ ଠିଆ ହୋଇଥାନ୍ତି । ଦ୍ୱିପହର ଧୂପ ପରେ ଏହି ବେଶ ଆରମ୍ଭ ହୋଇ ସନ୍ଧ୍ୟା ଧୂପ ପର୍ଯ୍ୟନ୍ତ ରହିଥାଏ । ଏହି ବେଶରେ ଖିରି ଓ ଅମାଲୁ ଭୋଗ ମଧ୍ୟ ଲାଗିଥାଏ । ଏହି ବେଶରେ ମହାପ୍ରଭୁଙ୍କୁ ଦର୍ଶନ କଲେ କୋଟି ପୂଣ୍ୟ ମିଳିଥାଏ ବୋଲି ବିଶ୍ୱାସ ରହିଛି ।

ଇଟିଭି ଭାରତ, ପୁରୀ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.