ETV Bharat / city

ମହାପ୍ରଭୁଙ୍କୁ ଲାଗି ହେବ ରାହୁ ରେଖା, 4ଘଣ୍ଟା ଦର୍ଶନ ବନ୍ଦ - ଶ୍ରୀନ୍ଦମନ୍ଦିର ନୀତିକାନ୍ତି

ଆଜି ମହାପ୍ରଭୁଙ୍କ ଲାଗି ହେବ ରାହୁ ରେଖା । ଏ ନେଇ 4 ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବା ନେଇ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ପ୍ରଶାସନ । ଅଧିକ ପଢନ୍ତୁ

ମହାପ୍ରଭୁଙ୍କୁ ଲାଗି ହେବ ରାହୁ ରେଖା
ମହାପ୍ରଭୁଙ୍କୁ ଲାଗି ହେବ ରାହୁ ରେଖା
author img

By

Published : Aug 16, 2022, 12:14 PM IST

ପୁରୀ: ଆଜି ପବିତ୍ର ଭାଦ୍ରବ ମାସ କୃଷ୍ନପକ୍ଷ ପଞ୍ଚମୀ ତିଥି ଅର୍ଥାତ ରେଖାପଞ୍ଚମୀ । ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କୁ ଲାଗି ହେବ ରାହୁ ରେଖା । ଏହା ଏକ ବିଶେଷ ନୀତି ହୋଇଥିବାରୁ 4ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ । ଏ ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିିଛି । ଶ୍ରୀଜିଉଙ୍କ ଶ୍ରୀମୁଖ ସରସ ଓ ସୁନ୍ଦର ଦେଖାଯିବା ପାଇଁ ସୁନା ଲାଗିଥିବା ପଟିରେ ପ୍ରସ୍ତୁତ ଏହି ରାହୁରେଖାକୁ ଚତୁଃର୍ଦ୍ଧାମୂର୍ତ୍ତୀଙ୍କୁ ଲାଗି କରାଯିବ ।

ମହାପ୍ରଭୁଙ୍କୁ ଲାଗି ହେବ ରାହୁ ରେଖା

ମହାପ୍ରଭୁଙ୍କର ଅନେକ ଗୁପ୍ତନୀତି ମଧ୍ୟରୁ ଏହା ଅନ୍ୟତମ ଗୁପ୍ତନୀତି ହୋଇଥିବାରୁ ଦଇତାପତି ସେବାୟତମାନେ ଗୋଷ୍ଠିଗତ ଭାବେ ଏହି ନୀତିକୁ ନିଷ୍ଠାର ସହ ସମ୍ପାଦନ କରିବେ । ପ୍ରଥମ ଭୋଗମଣ୍ଡପ ସରିବା ପରେ ରାହୁରେଖା ଲାଗି ନୀତି ଆରମ୍ଭ ହେବ । ଏହା ଏକ ଗୁପ୍ତନୀତି ହୋଇଥିବାରୁ ଶ୍ରୀମନ୍ଦିର ପ୍ରଶାସନର ସୂଚନା ଅନୁଯାଇ ଆଜି ଅପରାହ୍ନ 2 ଟାରୁ ସନ୍ଧ୍ୟା 6 ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।

ସ୍ନାନ ପୂର୍ଣ୍ଣିମା ଦିନ ୧୦୮ ଗରା ଜଳରେ ସ୍ନାନ କରି ଥଣ୍ଡା ଜ୍ୱରରେ ପୀଡିତ ହେବା ପରେ ଶ୍ରୀଜିଉଙ୍କ ଶ୍ରୀମୁଖରୁ ରାହୁରେଖାକୁ ଓଲାଗି କରାଯାଇଥିଲା । ତେବେ ପୁନର୍ବାର ଆଜି ଦେଉଳକରଣ, ତଢଉ କରଣ, ଭଣ୍ଡାର ମେକାପଙ୍କ ଉପସ୍ଥିତିରେ ଭଣ୍ଡାର ଘରୁ ରାହୁରେଖାକୁ ଅଣାଯିବ । ପ୍ରଥମ ଭୋଗମଣ୍ଡପ ସରିବା ପରେ ପୁଷ୍ପାଳକ ସେବାୟତ ଝୋବାକଣ୍ଠି, ମଇଲମ କରିବା ସହ ମହାଜନ ସେବାୟତ ମାନେ ଭୂଦେବୀ ଏବଂ ଶ୍ରୀଦେବୀଙ୍କୁ ଖଟଶେଜ ଘରେ ବିରାଜମାନ କରାଇବେ । ଏହାପରେ ପତିମହାପାତ୍ର ସେବାୟତ ଏହି ରାହୁରେଖାକୁ ସଂସ୍କାର କରିସାରିବା ପରେ ୪ ବାଡର ବାଡଗ୍ରାହୀ ଓଷୁଅ ଏବଂ କନା ଦ୍ୱାରା ଚତୁଃର୍ଦ୍ଧାମୂର୍ତ୍ତୀଙ୍କ ଶ୍ରୀମୁଖରେ ରାହୁରେଖାକୁ ଲାଗି କରାଇବେ ।

ଇଟିଭି ଭାରତ, ପୁରୀ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.