ETV Bharat / city

ଶ୍ରୀକ୍ଷେତ୍ର ସାହିଯାତ ସମ୍ପନ୍ନ - ପୁରୀ ଖବର

ଶ୍ରୀକ୍ଷେତ୍ର ସାହିଯାତ ସମ୍ପନ୍ନ । କୋଭିଡ କଟକଣା ମଧ୍ୟରେ ସମ୍ପନ୍ନ ହେଲା ସମସ୍ତ ନୀତିକାନ୍ତି । ଅଧିକ ପଢନ୍ତୁ...

srikhetra sahijata held in yester day
ଶ୍ରୀକ୍ଷେତ୍ର ସାହିଯାତ ସମ୍ପନ୍ନ
author img

By

Published : May 5, 2021, 1:41 PM IST

ପୁରୀ: ପବିତ୍ର ଶ୍ରବଣା ମକର ନକ୍ଷତ୍ରରେ ମହାପ୍ରଭୁଙ୍କ ରାମାଭିଷେକ ନୀତି ଅନୁଷ୍ଠିତ ହୋଇଯାଇଛି । ଏହା ସହ ଶ୍ରୀରାମ ନବମୀରୁ ଆରମ୍ଭ ହୋଇଥିବା ଶ୍ରୀକ୍ଷେତ୍ରର ସାହିଯାତ ମଧ୍ୟ ଚଳିତବର୍ଷ ପାଇଁ ଶେଷ ହୋଇଛି । ମଙ୍ଗଳବାର ଶ୍ରୀମନ୍ଦିରରେ ମଧ୍ୟାହ୍ନଧୂପ ପରେ ନକ୍ଷତ୍ର ଦିଅଁ ଭିତରକୁ ବିଜେ କରିଥିଲେ । ଏହାପରେ ନକ୍ଷତ୍ର ବନ୍ଦାପନା କରାଯାଇ ନକ୍ଷତ୍ର ବେଢାକୁ ଦିଅଁ ବିଜେ କରିଥିଲେ । ଜୟ ବିଜୟ ଦ୍ୱାରରେ ଭୋଗ ଓ ବନ୍ଦାପନା ନୀତି ସରିବା ପରେ ଦିଅଁ ଦକ୍ଷିଣୀ ଘରକୁ ବିଜେ କରିଥିଲେ । ସେଠାରେ ଅନ୍ୟାନ୍ୟ ନୀତି ସରିବା ପରେ ସନ୍ଧ୍ୟାରେ ଅଜ୍ଞାମାଳ ପାଇଁ ଶ୍ରୀରାମ, ଶ୍ରୀ ଲକ୍ଷ୍ମଣ ଓ ଦେବୀସୀତା ପାଲିଙ୍କିଙ୍କୁ ବିଜେ କରି ଶ୍ରୀଜଗନ୍ନାଥ ବଲ୍ଳବ ମଠକୁ ବିଜେ କରିଥିଲେ ।

ଶ୍ରୀକ୍ଷେତ୍ର ସାହିଯାତ ସମ୍ପନ୍ନ

ଦୁଇ ସେବାୟତ ଭାରତ ଓ ଶତ୍ରୁଘନ ଚରିତ୍ର ଧାରଣ କରି ପ୍ରଭୁ ଶ୍ରୀରାମଙ୍କ ରୂପାର ପାଦୁକା ଦ୍ବୟ ସାଙ୍ଗରେ ଧରି ଶ୍ରୀଜଗନ୍ନାଥ ବଲ୍ଳବ ମଠରେ ପହଞ୍ଚିବା ପରେ ଗୌଡ଼ବାଡ଼ ସାହି ଆଖେଡା ପକ୍ଷରୁ ସେଠାରେ ଶ୍ରୀରାମଙ୍କ ଅଭିଷେକ ନୀତି ଅନୁଷ୍ଠିତ ହେବା ପରେ ଶ୍ରୀମନ୍ଦିରକୁ ଠାକୁର ବାହୁଡା଼ ବିଜେ କରିଥିଲେ । ତ୍ରେତୟା ଯୁଗରେ ମହାପ୍ରଭୁ ଅଯୋଧ୍ୟା ଧାମରେ ଶ୍ରୀରାମଙ୍କ ରୂପରେ ଜନ୍ମ ନେଇଥିଲେ । ଯେହେତୁ ଶ୍ରୀରାମ ମହାପ୍ରଭୁଙ୍କ ଅବତାରୀ ସେହି ଦୃଷ୍ଟିରୁ ପ୍ରତିବର୍ଷ ଶ୍ରୀମନ୍ଦିରରେ ଶ୍ରୀରାମଙ୍କ ଜନ୍ମନୀତି ଠାରୁ ରାମାଭିଷେକ ନୀତି ପାଳନ କରାଯାଇ ଆସୁଛି । ଗତବର୍ଷ ପରି ଚଳିତବର୍ଷ ମଧ୍ୟ କୋରୋନା କଟକଣା ପାଇଁ ସାହିଯାତ ବନ୍ଧୁ ସାହିକି ନ ଯାଇ କେବଳ ମହାପ୍ରଭୁଙ୍କ ନୀତି ପାଳନ କରାଯାଉଥିଲା ।

ପୁରୀରୁ ଶକ୍ତି ପ୍ରସାଦ ମିଶ୍ର, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.