ETV Bharat / city

ଗୁରୁକୁଳ ପାଇଁ ଶ୍ରୀମନ୍ଦିର ପରିଚାଳନା ବୈଠକରେ ମୋହର

author img

By

Published : May 21, 2022, 9:39 PM IST

ଗଜପତିଙ୍କ ଅଧ୍ୟକ୍ଷତାରେ ଗୁରୁକୁଳ ପାଇଁ ହୋଇଥିବା ସବ୍ କମିଟି ବୈଠକରେ ନିଷ୍ପତ୍ତିକୁ ପରିଚାଳନା କମିଟିରେ ମୋହର । ଅଧିକ ପଢନ୍ତୁ

ଗୁରୁକୁଳ ପାଇଁ ଶ୍ରୀମନ୍ଦିର ପରିଚାଳନା ବୈଠକରେ ମୋହର
ଗୁରୁକୁଳ ପାଇଁ ଶ୍ରୀମନ୍ଦିର ପରିଚାଳନା ବୈଠକରେ ମୋହର

ପୁରୀ: ଶ୍ରୀମନ୍ଦିର ପରିଚାଳନା କମିଟିର ସ୍ବତନ୍ତ୍ର ବୈଠକ ଶେଷ । ଆଜି ସକାଳେ ଗଜପତିଙ୍କ ଅଧ୍ୟକ୍ଷତାରେ ଗୁରୁକୁଳ ପାଇଁ ହୋଇଥିବା ସବ କମିଟି ବୈଠକରେ ନିଷ୍ପତ୍ତିକୁ ପରିଚାଳନା କମିଟି ମୋହର ମାରିଛି । ଗୁରୁକୁଳ ପାଇଁ ସୋସାଇଟି ଗଠନକୁ ମଧ୍ୟ ଅନୁମୋଦନ ମିଳିଛି । ଆସନ୍ତା ଦୁଇ ବର୍ଷ ମଧ୍ୟରେ କାର୍ଯ୍ୟ ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଛି ।

ସେହିପରି ଗରିବ ସେବାୟତଙ୍କ ପାଇଁ ମାଟି ମଣ୍ଡପ ସାହିରେ ୨.୮୧ ଓ ହରଚଣ୍ଡୀ ସାହି ମୌଜାରେ ୩.୧୮ ଜମି ଚିହ୍ନଟ ହୋଇଛି । ଏହି ଜମି ଶ୍ରୀମନ୍ଦିର ପ୍ରଶାସନ ଅଧିନକୁ ଆସିବା ପରେ ଓବିସିସିକୁ ଡିଜାଇନ୍ ପ୍ରସ୍ତୁତ ପାଇଁ କୁହାଯିବ । ଶ୍ରୀମନ୍ଦିର ଐତିହ୍ୟ କରିଡର ପ୍ରକଳ୍ପ ଅନ୍ତର୍ଗତ ଯାତ୍ରୀ ପରିକ୍ରମା ପ୍ରକଳ୍ପ ପାଇଁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି । ଏହି ପ୍ରକଳ୍ପ କାର୍ଯ୍ୟ ପୂର୍ବପରି ଚାଲୁ ରହିବ । ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ ଏଏସଆଇ ସହ ମିଶି କାର୍ଯ୍ୟ ଜାରିରହିବ ।

ପୂର୍ବରୁ ଗଜପତିଙ୍କ ଅଧ୍ୟକ୍ଷତାରେ ହୋଇଥିବା ସାଂସ୍କୃତିକ ଉପଦେଷ୍ଟା କମିଟିର ନିଷ୍ପତ୍ତିକୁ ମଧ୍ୟ ଅନୁମୋଦନ କରାଯାଇଛି । ଏଏସଆଇ ଡ଼ିଜିଙ୍କ ନିର୍ଦ୍ଦେଶ କ୍ରମେ ଯାତ୍ରୀ ଅଭ୍ୟର୍ଥନା କେନ୍ଦ୍ର ଶହେ ମିଟର ପରିଧି ବାହାରେ କରିବା ପାଇଁ ନିଷ୍ପତ୍ତି ହୋଇଛି । ତେବେ ଏହା କେଉଁ ସ୍ଥାନରେ କରାଯିବ ତାହା ସ୍ପଷ୍ଟ ହୋଇନାହିଁ । ସେହିପରି ଆଉଟଡୋର ଆସେସମେଣ୍ଟ ରୋଡ ପାଇଁ ଆବଶ୍ୟକ ହେଲେ ଅଧିକ ଜମି ଅଧିଗ୍ରହଣ ଓ ଯାତ୍ରୀ ପରିକ୍ରମା ମାର୍ଗ ମଧ୍ୟରେ ହୋଇଥିବା ସମସ୍ତ କାର୍ଯ୍ୟ କଳିଙ୍ଗ ସ୍ଥାପତ୍ୟ ଶୈଳୀରେ କରାଯିବା ସହ ଏହା ମେଘନାଦ ପାଚେରୀ ଠାରୁ ଅଧିକ ଉଚ୍ଚ ହେବ ନାହିଁ ବୋଲି ପୂର୍ବରୁ ସାଂସ୍କୃତିକ ଉପଦେଷ୍ଟା କମିଟିରେ ନିଷ୍ପତ୍ତି ନିଆଯାଇଥିଲା ।

ଏହି ପ୍ରକଳ୍ପ କାର୍ଯ୍ୟ ଦ୍ବାରା ଶ୍ରୀମନ୍ଦିର ଦୃଶ୍ୟମାନ ହେବାରେ ଯେଭଳି କୌଣସି ପ୍ରତିବନ୍ଧକ ନଉପୁଜିବ ତାହା ଉପରେ ମଧ୍ୟ ସାଂସ୍କୃତିକ ଉପଦେଷ୍ଟା କମିଟି‌ ନେଇଥିବା ନିଷ୍ପତ୍ତିକୁ ମଧ୍ୟ ପରିଚାଳନା କମିଟି ମୋହର ମାରିଛି । ଆଜି ଅପରାହ୍ନରେ ଅନୁଷ୍ଠିତ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ଗଜପତି ମହାରାଜା ଦିବ୍ୟସିଂହ ଦେବ ଅଧ୍ୟକ୍ଷତା କରି ଥିବାବେଳେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ଜିଲ୍ଲାପାଳ, ଶ୍ରୀମନ୍ଦିର ପ୍ରଶାସନିକ ଅଧିକାରୀ, ପରିଚାଳନା କମିଟି ସଦସ୍ୟମାନେ ଉପସ୍ଥିତ ଥିଲେ ।

ପୁରୀରୁ ଶକ୍ତି ପ୍ରସାଦ ମିଶ୍ର, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.