ETV Bharat / city

ଶ୍ରୀମନ୍ଦିର ପରିକ୍ରମା ମାର୍ଗ ପ୍ରକଳ୍ପ ଶିଳାନ୍ୟାସ, ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ନେଇ ପ୍ରସ୍ତୁତି ଶେଷ - Preparations are end for the Chief Minister's visit to Puri

ଶ୍ରୀମନ୍ଦିର ପରିକ୍ରମା ମାର୍ଗ ପ୍ରକଳ୍ପ ଶିଳାନ୍ୟାସ ନେଇ ବୁଧବାର ମୁଖ୍ୟମନ୍ତ୍ରୀଙ୍କ ପୁରୀ ଗସ୍ତକୁ ନେଇ ପ୍ରସ୍ତୁତି ଶେଷ ହୋଇଛି । ଏନେଇ ଆଜି ଏକ ସାମ୍ବାଦିକ ସମ୍ମିଳନୀ କରି ସୂଚନା ଦେଇଛନ୍ତି ରାଜ୍ୟ ସରକାରଙ୍କ ଗଣମାଧ୍ୟମ ପରାମର୍ଶଦାତା ମାନସ ମଙ୍ଗରାଜ । ଅଧିକ ପଢନ୍ତୁ

ଶ୍ରୀମନ୍ଦିର ପରିକ୍ରମା ମାର୍ଗ ପ୍ରକଳ୍ପ ଶିଳାନ୍ୟାସ

author img

By

Published : Nov 23, 2021, 10:27 PM IST

ପୁରୀ: ଶ୍ରୀମନ୍ଦିର ପରିକ୍ରମା ମାର୍ଗ ପ୍ରକଳ୍ପ ଶିଳାନ୍ୟାସ ନେଇ ଆସନ୍ତାକାଲି (ବୁଧବାର) ମୁଖ୍ୟମନ୍ତ୍ରୀଙ୍କ ପୁରୀ ଗସ୍ତକୁ ନେଇ ପ୍ରସ୍ତୁତି ଶେଷ ହୋଇଛି । ଏନେଇ ଆଜି ଏକ ସାମ୍ବାଦିକ ସମ୍ମିଳନୀ କରି ସୂଚନା ଦେଇଛନ୍ତି ରାଜ୍ୟ ସରକାରଙ୍କ ଗଣମାଧ୍ୟମ ପରାମର୍ଶଦାତା ମାନସ ମଙ୍ଗରାଜ । ତାଙ୍କ ସୂଚନା ଅନୁସାରେ ଆସନ୍ତାକାଲି(ବୁଧବାର) ସକାଳ ୯.୩୦ ରେ ପୁରୀରେ ପହଞ୍ଚିବେ ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ରୀ ପହଞ୍ଚିବା ପରେ ୯.୪୫ ରୁ ୧୦ ଟା ମଧ୍ୟରେ ଶିଳା ବିଜେ ହେବ । ସକାଳ ୧୦ ଟା ୧୫ ରୁ ୧୦.୩୦ ମଧ୍ୟରେ ଶିଳା ସ୍ଥାପନ ହେବ । ୧୦.୪୫ ରୁ ୧୧ ଟା ଭିତରେ ମହାଯଜ୍ଞର ପୂର୍ଣ୍ଣାହୁତି ପଡିବ । ଏହି ଅବସରରେ ପରିକ୍ରମା ପ୍ରକଳ୍ପର ଅନାବରଣ କାର୍ଯ୍ୟ କରାଯିବ।

ଶ୍ରୀମନ୍ଦିର ପରିକ୍ରମା ମାର୍ଗ ପ୍ରକଳ୍ପ ଶିଳାନ୍ୟାସ, ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ନେଇ ପ୍ରସ୍ତୁତି ଶେଷ

ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ୩ ଅତିରିକ୍ତ ଏସପି, ୧୦ ଡିଏସପି, ୪୦ ଇନ୍ସପେକ୍ଟରଙ୍କ ସହ ୨୫ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହେବେ ବୋଲି ଆରକ୍ଷୀ ଅଧିକ୍ଷକ କହିଛନ୍ତି । ତେବେ ମୁଖ୍ୟମନ୍ତ୍ରୀଙ୍କ ଗସ୍ତବେଳେ ଶ୍ରୀମନ୍ଦିର ଚାରି ପାଖରେ ଥିବା ସ୍ଥାନୀୟ ବାସିନ୍ଦା ମାନେ କିଭଳି ଯାତାୟାତ ଅସୁବିଧାରେ କରିପାରିବେ ସେନେଇ ସ୍ବତନ୍ତ୍ର ବ୍ୟବସ୍ଥା ହୋଇଥିବା ଏସପି କହିଛନ୍ତି।

ସେହିପରି ମୁଖ୍ୟମନ୍ତ୍ରୀ କାର୍ଯ୍ୟକ୍ରମ ସତ୍ତ୍ବେ ଶ୍ରୀମନ୍ଦିରରେ ଦର୍ଶନ ବନ୍ଦ ହେବ ନାହିଁ। ଭକ୍ତମାନେ ଆସନ୍ତାକାଲି ମଧ୍ୟ ସବୁଦିନ ପରି ସିଂହଦ୍ବାର ଦେଇ ପ୍ରବେଶ କରିବେ । ତେବେ ଉତ୍ତର ଦ୍ବାର ପରିବର୍ତ୍ତେ ଶ୍ରୀମନ୍ଦିର ସିଂହଦ୍ବାର ଦେଇ ପୁଣି ଭକ୍ତ ମାନେ ପ୍ରସ୍ଥାନ କରିବେ। ମୁଖ୍ୟମନ୍ତ୍ରୀ ଭୁବନେଶ୍ବର ପ୍ରତ୍ୟାବର୍ତ୍ତନ କରିବା ପରେ ପୂର୍ବପରି ଉତ୍ତର ଦ୍ବାର ଦେଇ ଭକ୍ତ ମାନେ ପ୍ରସ୍ଥାନ କରିବେ ।

ଏହାବାଦ ବଡ ଦାଣ୍ଡ ମେଡିକାଲ ଛକରୁ ଶ୍ରୀମନ୍ଦିର ଯାଏଁ ରାସ୍ତାର ଉଭୟ ପାର୍ଶ୍ବରେ ବ୍ୟାରିକେଡ ଲଗାଯାଇଛି। ସକାଳ ରୁ ଦିନ 12 ଟା ଯାଏଁ ମେଡିକାଲ ଛକରୁ ଶ୍ରୀମନ୍ଦିର ଯାଏଁ ସମସ୍ତ ଦୋକାନ ବଜାର ବନ୍ଦ ରହିବ ।

ଏହି ସାମ୍ବାଦିକ ସମ୍ମିଳନୀରେ ପୁରୀ ଜିଲ୍ଲାପାଳ ସମର୍ଥ ବର୍ମା, ଏସପି କନୱର ବିଶାଳ ସିଂ ଉପସ୍ଥିତ ଥିଲେ ।

ପୁରୀରୁ ଶକ୍ତି ପ୍ରସାଦ ମିଶ୍ର, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.