ETV Bharat / city

ଦୋଳ ପୂର୍ଣ୍ଣିମାରେ ମହାପ୍ରଭୁଙ୍କ ରାଜାଧିରାଜ ବେଶ, ଅବିର ଖେଳିବେ ଚଳନ୍ତି ପ୍ରତିମା

author img

By

Published : Mar 28, 2021, 7:43 AM IST

Updated : Mar 28, 2021, 10:51 AM IST

ଶ୍ରୀମନ୍ଦିରରେ ମଧ୍ୟ ସ୍ୱତନ୍ତ୍ର ଦୋଳ ପୂର୍ଣ୍ଣିମା ଅବସରରେ ସ୍ୱତନ୍ତ୍ର ରୀତିନୀତି ଅନୁଷ୍ଠିତ ହେଉଛି । ଆଜି ପୂର୍ଣ୍ଣମା ଅବସରରେ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ମାନେ ଦୋଳ ବେଦୀକୁ ବିଜେ କରିବା ସହ ଫଗୁ ଓ ଅବିର ଖେଳିବେ । ଅଧିକ ପଢନ୍ତୁ...

ଦୋଳ ପୂର୍ଣ୍ଣିମାରେ ମହାପ୍ରଭୁଙ୍କ ରାଜାଧିରାଜ ବେଶ

ପୁରୀ: ଆଜି ହେଉଛି ପବିତ୍ର ଦୋଳ ପୂର୍ଣ୍ଣିମା । ଶ୍ରୀମନ୍ଦିରରେ ମଧ୍ୟ ସ୍ୱତନ୍ତ୍ର ଦୋଳ ପୂର୍ଣ୍ଣମା ଅବସରରେ ସ୍ୱତନ୍ତ୍ର ରୀତିନୀତି ଅନୁଷ୍ଠିତ ହେଉଛି । ଆଜି ଭକ୍ତଙ୍କୁ ମହାପ୍ରଭୁ ରାଜ ରାଜେଶ୍ୱର ବେଶ ବା ସୁନା ବେଶରେ ଦର୍ଶନ ଦେବେ ।

ଶ୍ରୀମନ୍ଦିରରେ ଫାଲଗୁନ ଦଶମୀରୁ ପ୍ରତିପଦା ଯାଏଁ ଦୋଳ ଉତ୍ସବ ପାଳନ କରାଯାଇଥାଏ । ସେହିପରି ଗତକାଲି ମେଣ୍ଡାପୋଡି ନୀତି ଅନୁଷ୍ଠିତ ହୋଇଯାଇଛି ।

ଦୋଳ ପୂର୍ଣ୍ଣିମାରେ ମହାପ୍ରଭୁଙ୍କ ରାଜାଧିରାଜ ବେଶ, ଅବିର ଖେଳିବେ ଚଳନ୍ତି ପ୍ରତିମା

ଆଜି ପୂର୍ଣ୍ଣିମା ଅବସରରେ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ମାନେ ଦୋଳ ବେଦୀକୁ ବିଜେ କରିବା ସହ ଫଗୁ ଓ ଅବିର ଖେଳିବେ । ଆଜି ସକାଳୁ ଶ୍ରୀମନ୍ଦିର ଭିତରେ ମହାପ୍ରଭୁଙ୍କର ବିଭିନ୍ନ ନୀତିକାନ୍ତି ଶେଷ ହେବା ପରେ ମହାପ୍ରଭୁ ଭକ୍ତଙ୍କୁ ରାଜ ରାଜେଶ୍ୱର ବେଶରେ ଦର୍ଶନ ଦେବେ ।

ଏହାପରେ ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ଦୋଳ ଗୋବିନ୍ଦ, ଭୂଦେବୀ, ଶ୍ରୀଦେବୀ ମଣି ବିମାନରେ ବିରାଜମାନ ହୋଇ ଶ୍ରୀମନ୍ଦିର ବେଢ଼ା ୭ ଥର ପରିକ୍ରମା କରିବେ। ଦୋଳବେଦୀ ତଳେ ଓ ଉପରେ ସାତଘେରା ବୁଲିବା ପରେ ଦୋଳରେ ବସି ଝୁଲିବେ। ପରେ ମହାପ୍ରଭୁଙ୍କ ଅନ୍ୟ ନୀତିକାନ୍ତି ସଂପନ୍ନ ହେବ।

ପୁରୀରୁ ଶକ୍ତି ପ୍ରସାଦ ମିଶ୍ର, ଇଟିଭି ଭାରତ

Last Updated : Mar 28, 2021, 10:51 AM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.