ETV Bharat / city

ଆଜି ମହାପ୍ରଭୁଙ୍କ କୃଷ୍ଣ ବଳରାମ ବେଶ, ଭୋଗ ଲାଗିବ ଖିରି ଓ ଅମାଲୁ

ଭାଦ୍ରବ ମାସ କୃଷ୍ଣପକ୍ଷ ତ୍ରୟୋଦଶୀ ତିଥି। ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ କୃଷ୍ଣ ବଳରାମ ବେଶ ଅନୁଷ୍ଠିତ ହୋଇଥାଏ ।

author img

By

Published : Aug 17, 2020, 10:27 AM IST

jagannath
jagannath

ପୁରୀ: ଆଜି ଭାଦ୍ରବ ମାସ କୃଷ୍ଣପକ୍ଷ ତ୍ରୟୋଦଶୀ ତିଥି। ଆଜିର ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ କୃଷ୍ଣ ବଳରାମ ବେଶ ଅନୁଷ୍ଠିତ ହୋଇଥାଏ । ଏହି ବେଶରେ ଜଗନ୍ନାଥଙ୍କୁ କୃଷ୍ଣ ଭାବରେ ଓ ବଳଭଦ୍ରଙ୍କୁ ବଳରାମ ଭାବରେ ସୁସଜ୍ଜିତ କରାଯାଏ । ଦେବୀ ସୁଭଦ୍ରା ଚତୁର୍ଭୁଜ ଧାରଣ ପଦ୍ମାସନରେ ଉପବେସନ କରନ୍ତି । ଉଭୟ କୃଷ୍ଣ (ଜଗନ୍ନାଥ) ଏବଂ ବଳରାମ (ବଳଭଦ୍ର) କାଷ୍ଠ ନିର୍ମିତ ଦୁଇ ଗୋଡ଼ ଛନ୍ଦି ଛନ୍ଦପୟର ମୁଦ୍ରାରେ ରହିଥାନ୍ତି । ଜଗନ୍ନାଥଙ୍କ ଗୋଟିଏ ହାତରେ ସୁବର୍ଣ୍ଣ ବଂଶୀ ଓ ଅନ୍ୟ ହସ୍ତରେ ପଦ୍ମ ଫୁଲ ଥାଏ । ବଳରାମଙ୍କ ଡାହାଣ ହାତରେ ଶିଙ୍ଘା ଓ ବାମ ହସ୍ତରେ ପଦ୍ମ ଫୁଲ ଥାଏ । କିରୀଟ ଉପରେ ସୋଲରେ ନିର୍ମିତ ସପ୍ତଫେଣିଆ ସର୍ପ ବିରାଜମାନ କରିଥାଏ । ହସ୍ତ ମଧ୍ୟ କାଠରେ ତିଆରି ହୋଇଥାଏ ।

ରତ୍ନ ସିଂହାସନ ଉପରେ ଖଞ୍ଜାଯାଇଥିବା ଏକ କ୍ଷୁଦ୍ରକାଷ୍ଠ ନିର୍ମିତ ତଥା ଜରି ଜମ୍ବୁରାରେ ଆଚ୍ଛାଦିତ ସିଂହାସନରେ ଚକାମୁଣ୍ଡି ପକାଇ ପ୍ରଭୁ ପଦ୍ମାସନରେ ଉପନିବେଶ କରନ୍ତି । ବାଙ୍କଚୂଳ କିରୀଟ ଉପରେ ପତ୍ରଲଗା କଦମ୍ବ ଫୁଲ ଶୋଭାପାଏ । ଶ୍ରୀପୟର, ପାଉଁଜି, ବାଙ୍କି, ପାହୁଡ଼, ଗୋଡ଼ମୁଦି, ମଲ୍ଲୀକଢ଼, ଚନ୍ଦ୍ର, ଚିତା, ନାକଚଣା, ହାତଫେର, ଖଡୁ ଇତ୍ୟାଦିରେ ସାରା ଶରୀର ଶୋଭା ପାଇଥାଏ । ସୁଭଦ୍ରାଙ୍କ ମସ୍ତକରେ ମଧ୍ୟ ଏକ କିରୀଟ ଶୋଭାପାଏ । ସବୁ ଠାକୁରଙ୍କ କିରୀଟରେ କଦମ୍ବ ଫୁଲ ଆଉ ପତ୍ର ବହୁ ପରିମାଣରେ ଲାଗିଥାଏ ।

ବଳଭଦ୍ର ଓ ଜଗନ୍ନାଥଙ୍କ ଦୁଇ ପାର୍ଶ୍ୱରେ ନନ୍ଦ, ଉପନନ୍ଦ, ବସୁଦେବ, ଗୋପାଳ ବାଳକମାନେ, ଗୋପୀ, ବ୍ରହ୍ମା ସହସ୍ର ଚକ୍ଷୁ ଇନ୍ଦ୍ର, ନାରଦ, ରୋହିଣୀ, ଯଶୋଦାଙ୍କୁ ଦଣ୍ଡାୟମାନ ଭଙ୍ଗୀରେ ରଖାଯାଏ । ଠାକୁରଙ୍କ ଆଗରେ ଚାରିଗୋଟି ଗାଈ ଦଣ୍ଡାୟମାନ ଭଙ୍ଗୀରେ ଠିଆ ହୋଇଥାନ୍ତି । କୃଷ୍ଣବଳରାମ ବେଶ ଦ୍ୱିପହର ଧୂପ ପରେ ଆରମ୍ଭ ହୋଇ ସନ୍ଧ୍ୟା ଧୂପ ପର୍ଯ୍ୟନ୍ତ ରହେ । ଏହି ବେଶରେ ଖିରି ଓ ଅମାଲୁ ଭୋଗ ଲାଗେ । ରତ୍ନ ସିଂହାସନସ୍ଥ ଶ୍ରୀଜୀଉମାନଙ୍କର କୃଷ୍ଣ ବଳରାମ ବେଶ ଏକ ଆକର୍ଷଣୀୟ ତଥା ମନୋରମ ବେଶ।

ପୁରୀରୁ ଶକ୍ତି ପ୍ରସାଦ ମିଶ୍ର, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.