ETV Bharat / city

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ତ୍ରିବିକ୍ରମ ବେଶ - ଶ୍ରୀମନ୍ଦିର

କାର୍ତ୍ତିକମାସ ଶୁକ୍ଳପକ୍ଷ ତ୍ରୟୋଦଶୀ ତିଥିରେ ମହାପ୍ରଭୁଙ୍କ ତ୍ରିବିକ୍ରମ ବେଶ । ଆଡ଼କିଆ ତଥା ତ୍ରିବିକ୍ରମ ବେଶରେ ମହାପ୍ରଭୁ ଜଗନ୍ନାଥ ଓ ବଳଭଦ୍ରଙ୍କ ମସ୍ତକରେ ଚୂଳ ଲଗାଯିବାର ପରମ୍ପରା ରହିଛି । ଅଧିକ ପଢନ୍ତୁ

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ତ୍ରିବିକ୍ରମ ବେଶ

author img

By

Published : Nov 17, 2021, 7:23 AM IST

ପୁରୀ: ଆଜି କାର୍ତ୍ତିକମାସ ଶୁକ୍ଳପକ୍ଷ ତ୍ରୟୋଦଶୀ ତିଥି । ଏହି ଦିନ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଆଡ଼କିଆ ବା ତ୍ରିବିକ୍ରମ ବେଶ ଅନୁଷ୍ଠିତ ହୋଇଥାଏ । ପ୍ରାତଃ ସମୟରେ ଶ୍ରୀଜୀଉମାନଙ୍କର ଅବକାଶ ନୀତି ଶେଷ ହେବା ପରେ ଏହି ବେଶ ଆରମ୍ଭ ହୋଇଥାଏ । ପୁଷ୍ପାଳକ ସେବକମାନେ ଏହି ବେଶ ସମ୍ପାଦନ କରିଥାନ୍ତି ।

ଆଡ଼କିଆ ବେଶରେ ମହାପ୍ରଭୁ ଜଗନ୍ନାଥ ଓ ବଳଭଦ୍ରଙ୍କ ମସ୍ତକରେ ଚୂଳ ଲଗାଯାଏ । ଚୂଳ ଦୁଇଟି ସୋଲ, କନା, ବେତ, ଜମ୍ବୁରା, କଇଁଥ ଅଠା ଇତ୍ୟାଦିରେ ନିର୍ମିତ ହୋଇଥାଏ । ଏହି ଚୂଳରେ ସ୍ୱର୍ଣ୍ଣ ନିର୍ମିତ କିଆ ଆଡବାଗରେ ଖୋସା ଯାଇଥାଏ । ଦେବୀ ସୁଭଦ୍ରା ଓ ଅନ୍ୟ ଦୁଇ ଠାକୁରଙ୍କ ମସ୍ତକର ଶୀର୍ଷ ଭାଗରେ ସ୍ୱର୍ଣ୍ଣ ଚନ୍ଦ୍ରିକା ମଧ୍ୟ ଖଞ୍ଜା ଯାଇଥାଏ । ଏଥି ସହିତ ପୂର୍ବ ଦିନ ପରି ଅନ୍ୟାନ୍ୟ ସ୍ୱର୍ଣ୍ଣ ଅଳଙ୍କାର ଓ ହଳ, ମୂଷଳ, ଶଙ୍ଖ, ଚକ୍ର ଏବଂ ପାଟ ବସ୍ତ୍ର ଇତ୍ୟାଦିରେ ଠାକୁରମାନଙ୍କୁ ଆଡକିଆ ବା ତ୍ରିବିକ୍ରମ ବେଶରେ ଭୂଷିତ କରାଯାଇଥାଏ । ।

ଏହି ବେଶରେ ଘାଗଡା ମାଳି, ବରକୋଳି ମାଳି, ପଦ୍ମମାଳି, ଗିନିମାଳି, ପଦକ ମାଳି ପିନ୍ଧାଯାଏ । ଏହା ବ୍ୟତିତ ମହାପ୍ରଭୁଙ୍କ ଅନ୍ୟାନ୍ୟ ଅଳଙ୍କାର, ମାଳି, ଶ୍ରୀପୟର, ଶ୍ରୀହସ୍ତ ଏବଂ ଆୟୁଧ ମଧ୍ୟ ଲାଗି କରାଯାଏ । ଏହି ବେଶରେ ଶ୍ରୀଜୀଉମାନଙ୍କ ଶ୍ରୀମସ୍ତକରେ ସୋଲ, କନା, ବେତ, ଜମ୍ବୁରା ଓ କଇଁଥ ଅଠାରେ ତିଆରି ହୋଇଥିବା ଚୁଳ ଲଗାଯାଏ । ଏହି ଚୁଳରେ ସ୍ୱର୍ଣ୍ଣ ନିର୍ମିତ କିଆ ଆଡ଼ବାଗରେ ଖୋସାଯାଇ ଥିବାବେଳେ ଶୀର୍ଷଭାଗରେ ସ୍ୱର୍ଣ୍ଣ ଚନ୍ଦ୍ରିକା ଖୋସାଯାଇଥାଏ ।

ପୁରୀରୁ ଶକ୍ତି ପ୍ରସାଦ ମିଶ୍ର, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.