ETV Bharat / city

ରାଉଲକେଲାର 10 ହାଇସ୍କୁଲର ବଦଳିବ ରୂପରେଖ, ୫‘ଟି’ ସଚିବଙ୍କୁ ଜୀବନର ଲକ୍ଷ୍ୟ ଜଣାଇଲେ ଛାତ୍ରୀ

author img

By

Published : Jul 21, 2021, 8:27 AM IST

ହାଇସ୍କୁଲ ଛାତ୍ରଛାତ୍ରୀଙ୍କ ସ୍ୱପ୍ନ ହେବ ସାକାର । ହାଇସ୍କୁଲ ରୂପାନ୍ତରଣ କାର୍ଯ୍ୟକ୍ରମ ଅନୁଷ୍ଠିତ । ୫‘ଟି’ ସଚିବଙ୍କ ଆଗରେ ଛାତ୍ରଛାତ୍ରୀ ରଖିଲେ ଭବିଷ୍ୟତ ସ୍ୱପ୍ନ । ଅଧିକ ପଢନ୍ତୁ...

high school transformation programme was held in sundargarh
ହାଇସ୍କୁଲ ରୂପାନ୍ତରଣ କାର୍ଯ୍ୟକ୍ରମ,ଛାତ୍ରଛାତ୍ରୀଙ୍କ ସହ କଥା ହେଲେ ୫ଟି ସଚିବ

ରାଉରକେଲା : ହାଇସ୍କୁଲ ଛାତ୍ରଛାତ୍ରୀଙ୍କ ସ୍ୱପ୍ନ ହେବ ସାକାର । ରାଉରକେଲାରେ ହାଇସ୍କୁଲ ରୂପାନ୍ତରଣ କାର୍ଯ୍ୟକ୍ରମ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ମଙ୍ଗଳବାର ଦିନ ରାଉରକେଲାର ୧୦ଟି ସରକାରୀ ହାଇସ୍କୁଲ ରୂପାନ୍ତରଣ କାର୍ଯ୍ୟ ସମ୍ପର୍କରେ ୫ଟି ସଚିବ ଭି କାର୍ତ୍ତିକେୟନ ପାଣ୍ଡିଆନ ସୁନ୍ଦରଗଡ଼ ଜିଲ୍ଲାପାଳ ଓ ଅନ୍ୟ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ।

ବିଭିନ୍ନ ସ୍କୁଲରୁ ଆସିଥିବା ପ୍ରଧାନ ଶିକ୍ଷକ ଓ ଶିକ୍ଷୟିତ୍ରୀ, ଛାତ୍ରଛାତ୍ରୀ ଏବଂ ବିଦ୍ୟାଳୟ ପରିଚାଳନା କମିଟି ସଦସ୍ୟମାନଙ୍କ ସହ ସେ ଭିଡିଓ କନଫରେନ୍ସିଂ ଜରିଆରେ ସିଧାସଳଖ କଥା ହୋଇଥିଲେ। ଏହି ଅବସରରେ ଛାତ୍ରଛାତ୍ରୀମାନେ ନିଜ ନିଜର ସ୍ୱପ୍ନ ବଖାଣିଥିଲେ। ସେମାନଙ୍କୁ ଶୁଣିବା ପରେ ୫ଟି ସଚିବ କହିଥିଲେ ଯେ, ପିଲାମାନଙ୍କର ସ୍ୱପ୍ନ ସାକାର କରିବା ପାଇଁ ମୁଖ୍ୟମନ୍ତ୍ରୀ ସବୁବେଳେ ଗୁରୁତ୍ୱ ଦେଇ ଆସୁଛନ୍ତି। ପିଲାମାନଙ୍କର ସ୍ୱପ୍ନ ପୂରଣ ହୋଇପାରିଲେ ହିଁ ନୂଆ ଓଡ଼ିଶା ଗଠନ ସମ୍ଭବ ହୋଇପାରିବ। ତେଣୁ ଏହି ହାଇସ୍କୁଲ ରୂପାନ୍ତରଣ କାର୍ଯ୍ୟକ୍ରମ ମାଧ୍ୟମରେ ଆମେ ସମସ୍ତେ ମିଶି ପିଲାମାନଙ୍କ ଆଶା ଓ ସ୍ୱପ୍ନକୁ ସାକାର କରିବା ଲାଗି କ୍ଷେତ୍ର ପ୍ରସ୍ତୁତ କରିବା।

ପ୍ରଥମ ପର୍ଯ୍ୟାୟରେ ରାଉରକେଲା ମହାନଗର ନିଗମ ଅଧୀନରେ ଥିବା ୧୦ଟି ହାଇସ୍କୁଲର ରୂପାନ୍ତରଣ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି। ଏହାର ଅଗ୍ରଗତି ସମ୍ପର୍କରେ ଆଲୋଚନା ବେଳେ ରାଉରକେଲା ଅତିରିକ୍ତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟଠାରେ ଜିଲ୍ଲାପାଳ ନିଖିଲ ପବନ କଲ୍ୟାଣ, ମହାନଗର ନିଗମ କମିଶନର ଏବଂ ସୁନ୍ଦରଗଡ଼ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ ସହିତ ଅନ୍ୟମାନେ ଭିଡିଓ କନଫରେନ୍ସିଂରେ ଯୋଡ଼ି ହୋଇଥିଲେ। ୫ଟି ଅଧୀନରେ ହାଇସ୍କୁଲଗୁଡ଼ିକୁ ନୂଆ ରୂପ ଦେବା ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଏକ ଯୁଗାନ୍ତକାରୀ ପଦକ୍ଷେପ ନିଆଯାଉଛି।

ଏହି କାର୍ଯ୍ୟକ୍ରମ ଜରିଆରେ ସରକାରୀ ହାଇସ୍କୁଲଗୁଡ଼ିକର ରୂପରେଖ ବଦଳିବ । ଏଠାରେ ପଢ଼ୁଥିବା ଛାତ୍ରଛାତ୍ରୀମାନଙ୍କର ଦକ୍ଷତା ବିକାଶ ହେବା ସହିତ ସେମାନଙ୍କ ଭବିଷ୍ୟତର ସ୍ୱପ୍ନ ପୂରଣ ହୋଇପାରିବ ବୋଲି କହିଛନ୍ତି ରାଉରକେଲା ମହାନଗର ନିଗମ କମିଶନର ଦିବ୍ୟଜ୍ୟୋତି ପରିଡ଼ା। ଏହି ଭିଡିଓ କନଫରେନ୍ସିଂ କାର୍ଯ୍ୟକ୍ରମରେ ଲାଠିକଟା ବ୍ଲକଠାରେ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ , ଲାଠିକଟା ବିଡିଓ , ରାଉରକେଲା ମହାନଗର ନିଗମର ଡେପୁଟି କମିଶନର ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ। ବିଶ୍ରା ବ୍ଲକଠାରେ ପାନପୋଷ ଉପଜିଲ୍ଲାପାଳ , ରାଉରକେଲା ମହାନଗର ନିଗମର ଡେପୁଟି କମିଶନର ପ୍ରମୁଖ ଭାଗ ନେଇଥିଲେ।

ହାଇସ୍କୁଲ ରୂପାନ୍ତରଣ କାର୍ଯ୍ୟକ୍ରମ ଜରିଆରେ ସ୍କୁଲଗୁଡ଼ିକର ଭିତ୍ତିଭୂମିକୁ ସୁଦୃଢ଼ କରିବା ସହ ଶିକ୍ଷାନୁଷ୍ଠାନ କିପରି ଛାତ୍ରଛାତ୍ରୀଙ୍କ ପାଇଁ ଅଧିକ ଆକର୍ଷଣୀୟ ହୋଇପାରିବ । ତାହା ଉପରେ ଗୁରୁତ୍ୱ ଦିଆଯାଉଛି। ସ୍ମାର୍ଟ କ୍ଲାସରୁମ, ଇ-ଲାଇବ୍ରେରି, ବିଜ୍ଞାନାଗାର, ଖେଳପଡ଼ିଆ, ପାନୀୟ ଜଳ ଏବଂ ସ୍ୱଚ୍ଛ ଶୌଚାଳୟ ଆଦି ଉପରେ ପ୍ରାଥମିକତା ଦିଆଯାଉଛି। ସେହିପରି ଗୋଷ୍ଠୀ ସହଭାଗିତାକୁ ଆଧାର କରି ଏହି କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ୫-ଟି ଅଧୀନରେ ଲକ୍ଷ୍ୟ ରଖାଯାଇଛି। ପ୍ରଥମ ପର୍ଯ୍ୟାୟରେ ସୁନ୍ଦରଗଡ଼ ଜିଲ୍ଲାରେ ମୋଟ ୫୦ଟି ସରକାରୀ ହାଇସ୍କୁଲର ରୂପାନ୍ତରଣ କାର୍ଯ୍ୟ ପ୍ରଶାସନ ପକ୍ଷରୁ ହାତକୁ ନିଆଯାଇଛି। ସେଥିମଧ୍ୟରେ ରାଉରକେଲାର ୧୦ଟି ହାଇସ୍କୁଲ ରହିଛି।

ସୁନ୍ଦରଗଡରୁ ହରିହର ଦାସ ମହାପାତ୍ର, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.