ETV Bharat / city

ସମ୍ବଲପୁରରେ ରେଳ ମଣ୍ଡଳ ସ୍ତରୀୟ ସାଂସଦ ମାନଙ୍କ ବୈଠକ - ସାଂସଦ ବସନ୍ତ କୁମାର ପଣ୍ଡା

ରେଳବାଇ ବିଷୟବସ୍ତୁ ସମ୍ବନ୍ଧରେ ଆଜି ସମ୍ବଲପୁର ଠାରେ ପୂର୍ବତଟ ରେଳପଥ ପକ୍ଷରୁ ସମ୍ବଲପୁର ରେଳ ମଣ୍ଡଳ ପରିସୀମା ଅନ୍ତର୍ଗତ ସାଂସଦ ମାନଙ୍କ ସହିତ ରେଳମଣ୍ଡଳ ସ୍ତରୀୟ (Divisional Committee Meeting ) ବୈଠକ ଅନୁଷ୍ଠିତ ହୋଇଥିଲା । ଅଧିକ ପଢନ୍ତୁ

Etv Bharat
Etv Bharat
author img

By

Published : Oct 14, 2022, 10:46 PM IST

ଭୁବନେଶ୍ବର: ରେଳବାଇ ବିଷୟବସ୍ତୁ ସମ୍ବନ୍ଧରେ ଆଜି ସମ୍ବଲପୁର ଠାରେ ପୂର୍ବତଟ ରେଳପଥ ପକ୍ଷରୁ ସମ୍ବଲପୁର ରେଳ ମଣ୍ଡଳ ପରିସୀମା ଅନ୍ତର୍ଗତ ସାଂସଦ ମାନଙ୍କ ସହିତ ରେଳମଣ୍ଡଳ ସ୍ତରୀୟ (Divisional Committee Meeting ) ବୈଠକ ଅନୁଷ୍ଠିତ ହୋଇଥିଲା । ଏଥିରେ ସାଂସଦ ସୁରେଶ ପୂଜାରୀ, ନିରଞ୍ଜନ ବିଶି, ସପ୍ତଗିରି ଉଲ୍ଲାକା, ବସନ୍ତ କୁମାର ପଣ୍ଡା ଓ ନୀତେଶ ଗଙ୍ଗଦେବ ପ୍ରମୁଖ ଯୋଗଦେଇଥିଲେ । ବଲାଙ୍ଗୀର ସାଂସଦଙ୍କ ପ୍ରତିନିଥି ରାଜେଶ ଅଗ୍ରୱାଲ ଏବଂ ରାଜ୍ୟସଭା ସାଂସଦ ସୁଜିତ କୁମାରଙ୍କ ପ୍ରତିନିଧି ସୁମିତ କୁମାର ରାଉତ ମଧ୍ୟ ବୈଠକରେ ଉପସ୍ଥିତ ଥିଲେ ।

ବୈଠକରେ ବହୁ ଗଠନମୂଳକ ଚିନ୍ତାଧାରା, ମୂଲ୍ୟବାନ ଉପଦେଶ ଏବଂ ରେଳବାଇ ସମ୍ବନ୍ଧରେ ସାର୍ବଜନୀନ ଦାବିଗୁଡିକ ସାଂସଦ ମାନଙ୍କ ଦ୍ୱାରା ଉପସ୍ଥାପନ କରାଯାଇଥିଲା । ଯେଉଁଥିରେ ରହିଛି ରେଳବାଇ ନେଟୱର୍କର ଉନ୍ନତିକରଣ ପ୍ରସଙ୍ଗ, ଜନସାଧାରଣଙ୍କ ଆକାଂକ୍ଷା ଓ ଦାବି ଏବଂ ପୂର୍ବତଟ ରେଳପଥର କାର୍ଯ୍ୟ ପ୍ରଣାଳୀ ସମ୍ବନ୍ଧରେ ସମୀକ୍ଷା କରାଯାଇଥିଲା । କୋଭିଡ-୧୯ ମହାମାରୀ ସମୟରେ ରେଳବାଇର ମହତ୍ଵପୂର୍ଣ୍ଣ ଭୂମିକା ପାଇଁ ସାଂସଦମାନେ ରେଳବାଇକୁ ପ୍ରଶଂସା କରିଥିଲେ ।

ସାଂସଦଙ୍କ ଦାବି ବ୍ୟତୀତ, ବିଭିନ୍ନ ବିକାଶମୂଳକ କାର୍ଯ୍ୟ ଗୁଡିକର ଯୋଜନା କରାଯାଉଛି ଏବଂ ସମ୍ବଲପୁର ରେଳ ମଣ୍ଡଳ ଅଧୀନରେ ଅନେକ ଗୁଡିଏ ଉନ୍ନତିମୂଳକ କାର୍ଯ୍ୟ ଚାଲୁରହିଛି ଚାଲିଛି । ସମ୍ବଲପୁର ଷ୍ଟେସନ ସମେତ ରେଳ ମଣ୍ଡଳ ମଧ୍ୟରେ ନଅଗୋଟି ଷ୍ଟେସନର ଉନ୍ନତିକରଣ ପାଇଁ ଯୋଜନା କରାଯାଇଛି ବୋଲି ରେଳବାଇ ପକ୍ଷରୁ ସୂଚନା ଦିଆଯାଇଥିଲା ।

ବୈଠକରେ ପୂର୍ବତଟ ରେଳପଥର କାର୍ଯ୍ୟକାରୀ ମହାପ୍ରବନ୍ଧକ ଶରଦ କୁମାର ଶ୍ରୀବାସ୍ତବଙ୍କ ସହିତ ପୂର୍ବତଟ ରେଳପଥର ପ୍ରମୁଖ ବିଭାଗୀୟ ଅଧିକାରୀ ଏବଂ ସମ୍ବଲପୁର ରେଳମଣ୍ଡଳର ମଣ୍ଡଳ ରେଳବାଇ ପ୍ରବନ୍ଧକ ଭିନୀତ ସିଂହ ଉପସ୍ଥିତ ଥିଲେ ।

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.