ETV Bharat / city

କିଛି ସମୟ ପରେ ଆଇଆଇଏମ ସମ୍ବଲପୁର ସ୍ଥାୟୀ କ୍ୟାମ୍ପସର ଭିତ୍ତିପ୍ରସ୍ତର ସ୍ଥାପନ - IIM Sambalpur Permanent Campus news

ଆଜି ଦିନ 11ଟାରେ ହେବ ଆଇଆଇଏମ ସମ୍ବଲପୁର ସ୍ଥାୟୀ କ୍ୟାମ୍ପସର ଭିତ୍ତିପ୍ରସ୍ତର ସ୍ଥାପନ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭର୍ଚୁଆଲରେ କରିବେ ଭିତ୍ତିପ୍ରସ୍ତର ସ୍ଥାପନ । ଅଧିକ ପଢନ୍ତୁ...

ଆଇଆଇଏମ ସମ୍ବଲପୁର
ଆଇଆଇଏମ ସମ୍ବଲପୁର
author img

By

Published : Jan 2, 2021, 10:38 AM IST

ସମ୍ବଲପୁର: ଆଜି ଆଇଆଇଏମ ସମ୍ବଲପୁର ସ୍ଥାୟୀ କ୍ୟାମ୍ପସର ଭିତ୍ତିପ୍ରସ୍ତର ସ୍ଥାପନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଭର୍ଚୁଆଲ ମାଧ୍ୟମରେ ଆଜି ଦିନ 11ଟାରେ ପ୍ରଧାନମନ୍ତ୍ରୀ ଏହାର ଭିତ୍ତିପ୍ରସ୍ତର ସ୍ଥାପନ କରିବେ ।

ଆଇଆଇଏମ ସମ୍ବଲପୁର

ଏନେଇ ସକାଳ 9.30ରୁ ଏହି କାର୍ଯ୍ୟକ୍ରମ ଆରମ୍ଭ ହୋଇଥିବାବେଳେ ଦିନ 11 ଟାରେ ପ୍ରଧାନମନ୍ତ୍ରୀ ଏହି କାର୍ଯ୍ୟକ୍ରମରେ ଯୋଗଦେବେ । ସମ୍ବଲପୁରର ବସନ୍ତପୁରରେ 200 ଏକରରେ ଆଇଆଇଏମର ସ୍ଥାୟୀ କ୍ୟାମ୍ପସ ହେବାକୁ ଥିବାବେଳେ ପାଖାପାଖି 402 କୋଟି ଟଙ୍କାରେ ଏହି କ୍ୟାମ୍ପସ କରାଯିବ ବୋଲି ସମ୍ବଲପୁର ଆଇଆଇଏମର ନିର୍ଦ୍ଦେଶକ ମହାଦେବ ପ୍ରସାଦ ଜୈଶୱାଲ କହିଛନ୍ତି ।

ସେହିପରି ଏହି କାର୍ଯ୍ୟକ୍ରମରେ ସ୍ଥାନୀୟ ବିଧାୟକ, ସାଂସଦଙ୍କ ସମେତ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡଙ୍ଗୀ ଏଠାରୁ ଯୋଗ ଦେଇଥିବାବେଳେ ଭର୍ଚୁଆଲରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ରଶିକ୍ଷାମନ୍ତ୍ରୀ ରମେଶ ପୋଖରିୟାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ରାଜ୍ୟପାଳ ଗଣେଶୀ ଲାଲ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସାମିଲ ହେବେ ।

ସମ୍ବଲପୁରରୁ ବାଦଶାହ ଜୁଶ୍ମନ ରଣା, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.