ETV Bharat / elections

ଶକ୍ତି ପ୍ରଦର୍ଶନ ସହ ନାମାଙ୍କନ ଦାଖଲ କଲେ 16 ହେଭିଓ୍ଵେଟ୍‌ ନେତା

ସୋମବାର  ଶୋଭାଯାତ୍ରାରେ ବିଭିନ୍ନ  ପ୍ରକାର ବାଦ୍ୟଯନ୍ତ୍ର ଓ ସୁସଜ୍ଜିତ ଗାଡ଼ିରେ ଆସି ନେତାମାନେ ଦାଖଲ ନାମାଙ୍କନ ଦାଖଲ କରିଛନ୍ତି ।  ବାଲେଶ୍ବରର ୩ ପ୍ରମୁଖ ଦଳର ସାଂସଦ ପ୍ରାର୍ଥୀ ରବୀନ୍ଦ୍ର ଜେନା(ବିଜେଡି), ପ୍ରତାପଚନ୍ଦ୍ର ଷଡ଼ଙ୍ଗୀ(ବିଜେପି), ନବଜ୍ୟୋତି ପଟ୍ଟନାୟକ(କଂଗ୍ରେସ) ଆଜି ଜିଲ୍ଲାପାଳ ତଥା ଜିଲ୍ଲା ନିର୍ବାଚନ ଅଧିକାରୀଙ୍କ ପାଖରେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି ।

author img

By

Published : Apr 8, 2019, 10:16 PM IST

ଫଟୋ ସୌଜନ୍ୟ: ସମ୍ବାଦଦାତା, ବାଲେଶ୍ବର

ବାଲେଶ୍ବର: ଚାଲିଛି ନାମାଙ୍କନ ପତ୍ର ଦାଖଲ ପର୍ବ । ଏହି କ୍ରମରେ ବାଲେଶ୍ବର ୮ଟି ନିର୍ବାଚନ ମଣ୍ଡଳୀର ବିଭିନ୍ନ ରାଜନୈତିକ ଦଳର ପ୍ରାର୍ଥୀମାନେ ସୋମବାର ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ବାଲେଶ୍ବର ସହରରେ ଅସମ୍ଭବ ଭିଡ ଓ ବାଟଘାଟରେ ରାଜନୈତିକ ଦଳର କର୍ମୀଙ୍କ ବିରାଟ ପଟୁଆର ଦେଖିବାକୁ ମିଳିଛି । ନେତାମାନେ ସମର୍ଥକଙ୍କୁ ନେଇ ନିଜନିଜ ଶକ୍ତି ପ୍ରଦର୍ଶନ କରୁଥିବା ଦେଖିବାକୁ ମିଳିଥିଲା ।

ଭିଡିଓ ସୌଜନ୍ୟ: ସମ୍ବାଦଦାତା, ବାଲେଶ୍ବର

ସୋମବାର ଶୋଭାଯାତ୍ରାରେ ବିଭିନ୍ନ ପ୍ରକାର ବାଦ୍ୟଯନ୍ତ୍ର ଓ ସୁସଜ୍ଜିତ ଗାଡ଼ିରେ ଆସି ନେତାମାନେ ଦାଖଲ ନାମାଙ୍କନ ଦାଖଲ କରିଛନ୍ତି । ବାଲେଶ୍ବରର ୩ ପ୍ରମୁଖ ଦଳର ସାଂସଦ ପ୍ରାର୍ଥୀ ରବୀନ୍ଦ୍ର ଜେନା(ବିଜେଡି), ପ୍ରତାପଚନ୍ଦ୍ର ଷଡ଼ଙ୍ଗୀ(ବିଜେପି), ନବଜ୍ୟୋତି ପଟ୍ଟନାୟକ(କଂଗ୍ରେସ) ଆଜି ଜିଲ୍ଲାପାଳ ତଥା ଜିଲ୍ଲା ନିର୍ବାଚନ ଅଧିକାରୀଙ୍କ ପାଖରେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି ।

ସେହିପରି ପିଡି ଡିଆରଡିଏଙ୍କ ପାଖରେ ସିମୁଳିଆର ବିଜେପି ସମର୍ଥିତ ବିଧାୟକ ପ୍ରାର୍ଥୀ ପଦ୍ମଲୋଚନ ପଣ୍ଡା ଓ ନୀଳଗିରି ଉପଜିଲ୍ଲାପାଳଙ୍କ ପାଖରେ ବିଜେପି ବିଧାୟକ ପ୍ରାର୍ଥୀ ସୁକାନ୍ତ ନାୟକ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ସଦର ନିର୍ବାଚନ ମଣ୍ଡଳୀର ବିଜେଡି ବିଧାୟକ ପ୍ରାର୍ଥୀ ଜୀବନ ପ୍ରଦୀପ ଦାଶ, ବିଜେପି ବିଧାୟକ ପ୍ରାର୍ଥୀ ମଦନ ମୋହନ ଦତ୍ତ, କଂଗ୍ରେସ ବିଧାୟକ ପ୍ରାର୍ଥୀ ମାନସ ଦାସ ପଟ୍ଟନାୟକ ନାମାଙ୍କନ ପତ୍ର ଦାଖଲ କରିଥିବା ଦେଖିବାକୁ ମିଳିଛି ।

ରେମୁଣା ନିର୍ବାଚନ ମଣ୍ଡଳୀରୁ ବିଜେଡି ବିଧାୟକ ପ୍ରାର୍ଥୀ ସୁଧାଂଶୁ ଶେଖର ପରିଡ଼ା, ବିଜେପି ବିଧାୟକ ପ୍ରାର୍ଥୀ ଗୋବିନ୍ଦ ଦାସ ଓ କଂଗ୍ରେସ ବିଧାୟକ ପ୍ରାର୍ଥୀ ପ୍ରତାପ ସେଠୀ ନାମାଙ୍କନ ଦାଖଲ କରିଛନ୍ତି । ସେହିପରି ବସ୍ତା ନିର୍ବାଚନ ମଣ୍ଡଳୀରେ ବିଜେପି ଟିକେଟ ହାତେଇଥିବା ବିଧାୟକ ପ୍ରାର୍ଥୀ ରଘୁନାଥ ମହାନ୍ତି, ବିଜେଡି ବିଧାୟକ ପ୍ରାର୍ଥୀ ନିତ୍ୟାନନ୍ଦ ସାହୁ ଓ କଂଗ୍ରେସ ବିଧାୟକ ପ୍ରାର୍ଥୀ ବିଜନ ନାୟକ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି ।

ଜଳେଶ୍ବର ନିର୍ବାଚନ ମଣ୍ଡଳୀର ବିଜେଡି ବିଧାୟକ ପ୍ରାର୍ଥୀ ଭାବେ ଅଶ୍ବିନୀ ପାତ୍ର ଓ କଂଗ୍ରେସ ବିଧାୟକ ପ୍ରାର୍ଥୀ ସୁଦର୍ଶନ ଦାସ ନାମାଙ୍କନ ଦାଖଲ କରିଛନ୍ତି । ଭୋଗରାଇ ନିର୍ବାଚନ ମଣ୍ଡଳୀର କଂଗ୍ରେସ ପ୍ରାର୍ଥୀ ସତ୍ୟଶିବ ଦାସ ନାମାଙ୍କନ ଦାଖଲ କରିଥିବାବେଳେ ସୋର ନିର୍ବାଚନ ମଣ୍ଡଳୀର ବିଜେପି ବିଧାୟକ ପ୍ରାର୍ଥୀ ରାକେଶ ମଲ୍ଲିକ ଓ କଂଗ୍ରେସ ବିଧାୟକ ପ୍ରାର୍ଥୀ ସୁରେନ୍ଦ୍ର ପରମାଣିକ ନାମାଙ୍କନ ପତ୍ର ଦାଖଲ କରିଛନ୍ତି ।

ଏଠାରେ ସୂଚନାଯୋଗ୍ୟ ଯେ ନାମାଙ୍କନ ପତ୍ର ଦାଖଲର ଶେଷ ତାରିଖ ୯ ତାରିଖ ହୋଇଥିବାବେଳେ ଶେଷଦିନରେ ସିମୁଳିଆର ଅନନ୍ତ ସେଠୀ, ନୀଳଗିରିର ମନୋଜାମଞ୍ଜରୀ ଦେବୀ ପ୍ରମୁଖ ନାମାଙ୍କନପତ୍ର ଦାଖଲ କରିବେ ବୋଲି ସୂଚନା ମିଳିଛି ।

ବାଲେଶ୍ବରରୁ ଜୀବନ ଜ୍ୟୋତି ନାୟକ, ଇଟିଭି ଭାରତ

Intro:Body:

ମୁମ୍ବାଇ: ବଲିଉଡ ପାୱାର କପୁଲ ରଣବୀର-ଦୀପିକା ବିବାହ ପୂର୍ବରୁ ନେଇ ଏବେ ପର୍ଯ୍ୟନ୍ତ କିଛି ନା କିଛି କାରଣରୁ ସର୍ବଦା ଚର୍ଚ୍ଚାରେ। ଉଭୟଙ୍କ ଯୋଡି ଅନେକଙ୍କ ପାଇଁ ପ୍ରେରଣା ସଦୃଶ। କାରଣ ଉଭୟ ଉଭୟଙ୍କୁ ଏତେମାତ୍ରାରେ ସମର୍ଥନ କରିଥାନ୍ତି ଯେ ସମସ୍ତଙ୍କ ମୁହଁରେ ଗୋଟିଏ କଥା ଉଭୟଙ୍କୁ ଯୋଡିକୁ କାହା ନଜର ନଲାଗୁ। ଉଭୟ ଉଭୟଙ୍କ ପାଇଁ ସ୍ପେଶାଲ ବୋଲି ଜଣେଇବାକୁ କୌଣସି ମୌକା ହାତଛଡା କରନ୍ତିନାହିଁ। ଏବେ ମଧ୍ୟ ଠିକ ସେମିତି କିଛି ନଜର ଆସିଛି, ଯାହା ଦେଖି ଖାଲି ରଣବୀର ନୁହେଁ ଫ୍ୟାନମାନେ ମଧ୍ୟ ବେଶ ଖୁସି।

କଥା କଣକି, ରଣବୀର ଏବେ କ୍ରିକେଟର କପିଲ ଦେବଙ୍କ ବାୟୋପିକ ପାଇଁ ଜୋରଦାର ପ୍ରସ୍ତୁତ ଚଲାଇଛନ୍ତି। ନିକଟରେ ସେ ନିଜ ସୋସିଆଲ ମିଡିଆ ଆକାଉଣ୍ଟ ଗୋଟିଏ ଭିଡିଓ ପୋଷ୍ଟ କରିଥିଲେ, ଯେଉଁଥିରେ ସେ କପିଲ ଦେବଙ୍କଠାରୁ କ୍ରିକେଟ ଶିଖୁଛନ୍ତି। ଆଉ ଭିଡିଓଟି ଦେଖି ପ୍ରଶଂସକ ଯେତିକି ଖୁସି, ପତ୍ନୀ ଦୀପିକାଙ୍କ ଖୁସି କିନ୍ତୁ ଦ୍ବିଗୁଣିତ। 

ଏହି ଭିଡିଓରେ ଦୀପିକା କମେଣ୍ଟ କରି ଲେଖିଛନ୍ତି, 'ତୁମେ ଯେତେ ଶିଖିବା କଥା ଶିଖିଯାଅ କାରଣ ଏହି ଦିନ ପୁଣିଥରେ ଫେରିବନାହିଁ। ମୁଁ ତୁମ ପାଇଁ ଗର୍ବିତ।' ପ୍ରକାଶ ଥାଉକି, ରଣବୀର 1983 ବିଶ୍ବ କପକୁ ନେଇ ଆଧାରିତ ଫିଲ୍ମରେ ଭାରତୀୟ ଅଧିନାୟକ କପିଲ ଦେବଙ୍କ ଭୂମିକାରେ ନଜର ଆସିବେ। ଫିଲ୍ମର ପୁରା କାଷ୍ଟ ସୁଟିଂ ପାଇଁ ଖୁବଶିଘ୍ର ଲଣ୍ଡନ ଯିବେ। ଫିଲ୍ମର ନିର୍ଦ୍ଦେଶନା କବିର ଖାନ ଦେଉଥିବାବେଳେ ଏହା 2020ରେ ରିଲିଜ ହେବ ବୋଲି ପ୍ରକାଶ।

Conclusion:

For All Latest Updates

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.