ଝାରସୁଗୁଡା: ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନର ମତଦାନ ଚାଲିଥିବା ବେଳେ ରାଜ୍ୟରେ ରାଜନୈତିକ ହିଂସା ବଢିବାରେ ଲାଗିଛି । ଝାରସୁଗୁଡା ଜିଲ୍ଲା ବ୍ରଜରାଜନଗର ବିଧାୟିକା ରାଧାରାଣୀ ପଣ୍ଡାଙ୍କ ବ୍ୟକ୍ତିଗତ ସୁରକ୍ଷାକର୍ମୀଙ୍କୁ ମରଣାନ୍ତକ ଆକ୍ରମଣ କରିଛନ୍ତି ଦୁର୍ବୃତ୍ତ ।
ବ୍ରଜରାଜନଗର ବିଧାନସଭା ମଣ୍ଡଳୀର ଗଙ୍ଗାନଗର ଠାରେ ଆକ୍ରମଣ ହୋଇଥିବା ଜଣାପଡିଛି । ଘଟଣାସ୍ଥଳରେ ବ୍ରଜରାଜନଗର ପୋଲିସ ପହଞ୍ଚିଛନ୍ତି ।
ଝାରସୁଗୁଡାରୁ ରବି ନାରାୟଣ ସାହୁ, ଇଟିଭି ଭାରତ