ETV Bharat / elections

ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ଜାରି ହେଲା ଏନବିଡବ୍ଲ୍ୟୁ

ଆଗକୁ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ । ଏନେଇ ନିର୍ବାଚନକୁ ଶାନ୍ତି ଶୃଙ୍ଖଳାର ସହ ପରିଚାଳନା କରିବା ନିମନ୍ତେ ଗୁରୁବାର ରାଜ୍ୟର ବିଭିନ୍ନ ଜିଲ୍ଲାରେ ୧୪ ହଜାର ୨୬୦ ଗୋଟି ଜାମିନ ବିହୀନ ପରୱାନା କାର୍ଯ୍ୟକାରୀ ହୋଇଛି ।

author img

By

Published : Apr 25, 2019, 9:46 PM IST

ପ୍ରତିକାତ୍ମକ

ଭୁବନେଶ୍ବର: ଆଗକୁ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ । ଏନେଇ ନିର୍ବାଚନକୁ ଶାନ୍ତି ଶୃଙ୍ଖଳାର ସହ ପରିଚାଳନା କରିବା ନିମନ୍ତେ ଗୁରୁବାର ରାଜ୍ୟର ବିଭିନ୍ନ ଜିଲ୍ଲାରେ ୧୪ ହଜାର ୨୬୦ ଗୋଟି ଜାମିନ ବିହୀନ ପରୱାନା କାର୍ଯ୍ୟକାରୀ ହୋଇଛି ।

ଭାରତୀୟ ପିଙ୍ଗଳ କୋର୍ଡ ୧୦୭/୧୧୬ ଧାରା ଅନୁଯାୟୀ ୬୪ ହଜାର ୫୬୧ ଜଣଙ୍କୁ ଅଟକ ରଖାଯାଇଛି । ୫ ହଜାର ୫୧୯ ଗୋଟି ଲାଇସେନ୍ସପ୍ରାପ୍ତ ବନ୍ଧୁକ ସଂପୃକ୍ତ ଜିଲ୍ଲା ପ୍ରଶାସନଠାରେ ଜିମା ଦିଆଯାଇଛି । ଲାଇସେନ୍ସ ନଥିବା ୨୫୦ ଟି ଅସ୍ତ୍ରଶସ୍ତ୍ର ଏବଂ ୧୪୬୫.୫୮୪ କିଲୋଗ୍ରାମ ବିସ୍ଫୋରକ ଦ୍ରବ୍ୟ ଜବତ କରାଯାଇଛି ।

ଗୁରୁବାର ସୁଦ୍ଧା ରାଜ୍ୟର ବିଭିନ୍ନ ଜିଲ୍ଲାରେ ଅବକାରୀ ବିଭାଗ ଓ ପୋଲିସ୍ ସହାୟତାରେ ପ୍ରାୟ ୧୫୭୨୧୪.୪୩୨ ବଲ୍କ ଲିଟର ମଦ ଜବତ କରାଯାଇଛି, ଯାହାର ଆନୁମାନିକ ମୂଲ୍ୟ ୪ କୋଟି ୧୦ ଲକ୍ଷ ୩୮ ହଜାର ୧୭୪ ଟଙ୍କା ।

ଆଦର୍ଶ ଆଚରଣ ବିଧି ଉଲ୍ଲଂଘନ କରି ଗୁରୁବାର ସୁଦ୍ଧା ସର୍ବସାଧାରଣ ସ୍ଥାନରେ ଲାଗିଥିବା ୫୫ ଲକ୍ଷ ୩୧
ହଜାର ୬୫୨ଟି ପୋଷ୍ଟର, ହୋଡିଂ ଆଦିକୁ ହଟାଇ ଦିଆଯାଇଛି । ସେହିପରି ବ୍ୟକ୍ତିଗତ ମାଲିକାନାରେ
ଥିବା ସ୍ଥାନରେ ବେଆଇନ୍ ଭାବେ ଲାଗିଥିବା ୪ ଲକ୍ଷ ୧୫ ହଜାର ୧୩୮ ହୋଡିଂ, ପୋଷ୍ଟର ଆଦିକୁ ମଧ୍ୟ ବାହାର
କରିଦିଆଯାଇଛି ।

ରାଜ୍ୟସ୍ତରରେ ଖୋଲାଯାଇଥିବା ନିୟନ୍ତ୍ରଣ କକ୍ଷ ଟେଲିଫୋନ୍ ନଂ ୦୬୭୪-୨୩୯୫୦୧୫କୁ ଗୁରୁବାର
ସୁଦ୍ଧା ୧୨୫୬ଟି କଲ୍ ଏବଂ ଭୋଟର ହେଲ୍ପଲାଇନ୍ ନମ୍ବର ୧୯୫୦କୁ ୧୭ ହଜାର ୧୧୪ଟି କଲ୍ ମିଳିଥିବା
ବେଳେ ନିର୍ବାଚନ ସଂପର୍କିତ ବିଭିନ୍ନ ଅଭିଯୋଗ ଗ୍ରହଣ କରାଯାଇ ଆବଶ୍ୟକ ପଦକ୍ଷେପ ସହ ସୂଚନା ପ୍ରଦାନ
କରାଯାଇଛି ।

ଭୁବନେଶ୍ବରରୁ ଜ୍ଞାନଦର୍ଶୀ ସାହୁ, ଇଟିଭି ଭାରତ

Intro:Body:Conclusion:
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.