ETV Bharat / elections

ବାଲେଶ୍ୱରକୁ ସ୍ମାର୍ଟ ସିଟି ଭାବେ ଗଢ଼ି ତୋଳିବି: ମାନସ ଦାସପଟ୍ଟନାୟକ

ବାଲେଶ୍ୱର ସଦର ନିର୍ବାଚନ ମଣ୍ଡଳୀର କଂଗ୍ରେସ ବିଧାୟକ ପ୍ରାର୍ଥୀ ମାନସ ଦାସପଟ୍ଟନାୟକଙ୍କୁ କଂଗ୍ରେସ ଏଥର ଟିକେଟ ଦେଇଛି । ତେଣୁ ବାଲେଶ୍ବର ସହରର ବିଭିନ୍ନ ଅଞ୍ଚଳରେ ବସବାସ କରୁଥିବା ଭୂମିହୀନଙ୍କୁ ଜମିପଟ୍ଟା ପ୍ରଦାନ କରିବାକୁ ସେ ଅଣ୍ଟା ଭିଡ଼ିବେ ବୋଲି କହିଛନ୍ତି ।

author img

By

Published : Apr 7, 2019, 11:33 PM IST

ଫଟୋ ସୌଜନ୍ୟ: ସମ୍ବାଦଦାତା, ବାଲେଶ୍ବର

ବାଲେଶ୍ୱର: ବାଲେଶ୍ୱର ସଦର ନିର୍ବାଚନ ମଣ୍ଡଳୀର କଂଗ୍ରେସ ବିଧାୟକ ପ୍ରାର୍ଥୀ ମାନସ ଦାସପଟ୍ଟନାୟକଙ୍କୁ କଂଗ୍ରେସ ଏଥର ଟିକେଟ ଦେଇଛି । ତେଣୁ ଆଗାମୀ ନିର୍ବାଚନରେ ଜିତିଲେ ସେ ବାଲେଶ୍ୱରକୁ ସ୍ମାର୍ଟ ସିଟି ଭାବେ ଗଢ଼ି ତୋଳିବାକୁ ସ୍ୱପ୍ନ ଦେଖିଛନ୍ତି ବୋଲି ମାନସ ପାଞ୍ଚ ପ୍ରଶ୍ନ ନେତାଙ୍କୁ କାର୍ଯ୍ୟକ୍ରମରେ ସାମିଲ ହୋଇ ଉତ୍ତର ରଖିଛନ୍ତି ।

ଭିଡିଓ ସୌଜନ୍ୟ: ସମ୍ବାଦଦାତା, ବାଲେଶ୍ବର

ତେବେ ବାଲେଶ୍ବର ସହରର ବିଭିନ୍ନ ଅଞ୍ଚଳରେ ବସବାସ କରୁଥିବା ଭୂମିହୀନଙ୍କୁ ଜମିପଟ୍ଟା ପ୍ରଦାନ କରିବାକୁ ସେ ଅଣ୍ଟା ଭିଡ଼ିବେ ବୋଲି କହିଛନ୍ତି । ଏଥିସହ ନିର୍ବାଚନ ଜିତିଲେ କୃଷିର ବିକାଶ ସାଙ୍ଗକୁ ଯୁବକଙ୍କୁ ପ୍ରଥମ ପ୍ରାଧାନ୍ୟ ଦେବେ ବୋଲି କହିଛନ୍ତି । ଏଥର କଂଗ୍ରେସ, କେବଳ କଂଗ୍ରେସ ମାନସଙ୍କ ସ୍ଲୋଗାନ ରହିବ ବୋଲି କହିଛନ୍ତି ।

ବାଲେଶ୍ୱରରୁ ଜୀବନ ଜ୍ୟୋତି ନାୟକ, ଇଟିଭି ଭାରତ

Intro:Body:

ପୁରୀରୁ ଫେରିବା ବେଳେ ମର୍ମନ୍ତୁଦ ଦୁର୍ଘଟଣା, 3 ମୃତ

ବାଲେଶ୍ୱର:  ମହାପ୍ରଭୁଙ୍କ ଦର୍ଶନ ହେଲା ଶେଷଯାତ୍ରା। କାଳିଆ ଦର୍ଶନ ସାରି ଫେରୁଥିବାବେଳେ ଡମ୍ଫରକୁ ପଛପଟୁ ପିଟିଥିଲା କାର । ଏହି ଦୁର୍ଘଟଣାରେ 4ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ 3ଜଣ ଗୁରୁତର ଆହତ ହୋଇଛନ୍ତି । ବାଲେଶ୍ବର ଜିଲ୍ଳା ବସ୍ତା ଥାନା 60 ନମ୍ବର ଜାତୀୟ ରାଜପଥର କୁଣ୍ଡପୁରଠାରେ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି ୲ ରାସ୍ତା କଡ଼ରେ ଛିଡା ହୋଇଥିବା ଏକ ଡମ୍ପରକୁ ପଛପଟୁ କାର ପିଟିଥିଲା ।

ସୂଚନା ଅନୁସାରେ, ଜଳେଶ୍ବର ବ୍ଲକ ଚୁରମାରା ଓ ପାକଶିଦା ଅଞ୍ଚଳରୁ 7ଜଣ ଏକ କାରରେ ଜଗନ୍ନାଥ ଦର୍ଶନ ପାଇଁ ପୁରୀ ଯାଇଥିଲେ। ଶନିବାର ବିଳମ୍ବିତ ରାତିରେ ଘରକୁ ଫେରୁଥିବା ବେଳେ ରାସ୍ତାରେ ଏମିତି ଦୁର୍ଘଟଣା ଘଟିଥିଲା । ଗୁରୁତରଙ୍କ ମଧ୍ୟରେ 2ଜଣ ଶିଶୁଥିବା ଜଣାପଡ଼ିଛି। ମୃତକମାନେ ହେଲେ ସୁଭିରଞ୍ଜନ ପରିଡ଼ା, କଳ୍ପନା ରଣା, ତୋଫାନ ରଣା, ରବି ରଣା ବୋଲି ଜଣାପଡ଼ିଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ବିଳମ୍ବିତ ରାତିରେ କାର ଡ୍ରାଇଭରଙ୍କ ଅସାବଧାନତା ଯୋଗୁଁ ଏମିତି ଦୁର୍ଘଟଣା ଘଟିଥିବା କୁହାଯାଉଛି। ଘଟଣାସ୍ଥଳରୁ କାରରେ ଥିବା ଲୋକଙ୍କୁ ସ୍ଥାନୀୟ ଲୋକ ମେଡିକାଲ ନେଇଥିଲେ। ସେଠାରେ 4ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଗୁରୁତରମାନଙ୍କୁ ବାଲେଶ୍ୱର ମେଡିକାଲରେ ଭର୍ତ୍ତି କରାଯାଇଛି।

ବାଲେଶ୍ୱରଉ ଜୀବନଜ୍ୟୋତି ନାୟକ, ଇଟିଭି ଭାରତ

Conclusion:
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.