ETV Bharat / elections

ପାଟକୁରାରୁ ଲଢିବେ ନୂଆ ବିଜେଡି ପ୍ରାର୍ଥୀ

ପାଟକୁରାରୁ ଲଢିବେ ନୂଆ ବିଜେଡି ପ୍ରାର୍ଥୀ । ସ୍ଥଗିତ ହୋଇଥିବା ପାଟକୁରା ବିଧାନସଭା ଆସନ ପାଇଁ ଏଭଳି ନିଷ୍ପତି ନେଇଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ।

author img

By

Published : Apr 23, 2019, 12:40 AM IST

ଫଟୋ ସୌଜନ୍ୟ:ସମ୍ବାଦଦାତା, ଭୁବନେଶ୍ୱର

ଭୁବନେଶ୍ବର: ପାଟକୁରାରେ କେବଳ ବିଜେଡି ହିଁ ନୂଆ ପ୍ରାର୍ଥୀ ଦେବ । ଅନ୍ୟ କୌଣସି ଦଳ ନିଜର ପ୍ରାର୍ଥୀ ପରିବର୍ତ୍ତନ କରିପାରିବେ ନାହିଁ । ସ୍ଥଗିତ ହୋଇଥିବା ପାଟକୁରା ବିଧାନସଭା ଆସନ ପାଇଁ ଏଭଳି ନିଷ୍ପତି ନେଇଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ।

ସ୍ଥଗିତ ହୋଇଥିବା ପାଟକୁରା ବିଧାନସଭା ନିର୍ବାଚନ ପାଇଁ ସାନି ବିଜ୍ଞପ୍ତି ପ୍ରକାଶ ପାଇବା ପରେ କେବଳ ବିଜେଡି ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିପାରିବେ ବୋଲି ସୂଚନା ଦେଇଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ କମିଶନ ।

ସୂଚନା ଅନୁଯାୟୀ, ପାଟକୁରାରେ ବିଜେଡି ବିଧାୟକ ପ୍ରାର୍ଥୀ ବେଦପ୍ରକାଶ ଅଗ୍ରୱାଲଙ୍କ ଦେହାନ୍ତ ପରେ ଏହି ଆସନରେ ନିର୍ବାଚନକୁ ସ୍ଥଗିତ କରିଥିଲେ ରିଟର୍ଣ୍ଣିଂ ଅଫିସର । ତେବେ କେବେ ନିର୍ବାଚନ ହେବ ତାହାକୁ ନେଇ ବିଧିବଦ୍ଧ ଭାବେ କୌଣସି ତାରିଖ ଘୋଷଣା ହୋଇନଥିବା ବେଳେ ସୋମବାର ଏଭଳି ନିଷ୍ପତି ନେଇଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ । ପରବର୍ତ୍ତୀ ସମୟରେ ଏହି ଆସନ ପାଇଁ ତାରିଖ ଘୋଷଣା କରାଯିବ ବୋଲି କହିଛନ୍ତି ନିର୍ବାଚନ ଅଧିକାରୀ ।

ଭୁବନେଶ୍ୱରରୁ ତାପସ କୁମାର ପରିଡା, ଇଟିଭି ଭାରତ

sample description
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.