ETV Bharat / entertainment

ଫିଲ୍ମ ଡିଟେକ୍ଟିଭ୍ କରନ୍‌-ଅର୍ଜୁନର ଅଡିଓ ରିଲିଜ୍‌, ଏଥର ଧମାଲ ମଚାଇବ ଭାଉଜ ଗୋ ଭାଉଜ - ଅଭିନେତ୍ରୀ ଲିପ୍ସା ମିଶ୍ର

ଓଡିଆ ଚଳଚ୍ଚିତ୍ର ଡିଟେକ୍ଟିଭ୍ କରନ୍‌- ଅର୍ଜୁନର ଅଡିଓ ରିଲିଜ୍ ହୋଇଯାଇଛି । ଫିଲ୍ମରେ ତିନିଟି ଗୀତ ରହିଥିବା ବେଳେ ଏଥିରେ ଡ. ନିର୍ମଳ ନାୟକ ଓ ଅଭିଜିତ ମଜୁମଦାରଙ୍କ ମ୍ୟୁଜିକାଲ ଯୋଡି ପୁଣିଥରେ ଦେଖିବାକୁ ମିଳିବ । ଅଧିକ ପଢନ୍ତୁ

ଫିଲ୍ମ ଡିଟେକ୍ଟିଭ୍ କରନ୍‌- ଅର୍ଜୁନର ଅଡିଓ ରିଲିଜ୍‌

author img

By

Published : May 6, 2022, 2:02 PM IST

ଭୁବନେଶ୍ବର: ଓଡିଆ ଚଳଚ୍ଚିତ୍ର ‘ଡିଟେକ୍ଟିଭ୍ କରନ୍‌- ଅର୍ଜୁନ’ର ଅଡିଓ ରିଲିଜ୍ ହୋଇ ଯାଇଛି । ଫିଲ୍ମରେ ତିନିଟି ଗୀତ ରହିଥିବା ବେଳେ ଏଥିରେ ଡ. ନିର୍ମଳ ନାୟକ ଓ ଅଭିଜିତ ମଜୁମଦାରଙ୍କ ମ୍ୟୁଜିକାଲ ଯୋଡି ପୁଣିଥରେ ଦେଖିବାକୁ ମିଳିବ । ଯେଉଁଥିରୁ ‘ଭାଉଜ ଗୋ ଭାଉଜ’ ଗୀତଟି ମାର୍କେଟରେ ଚହଳ ସୃଷ୍ଟି କରିବ । ଏହି ଗୀତକୁ ନିଜେ ପପୁ ପମପମ ଗାଇଥିବା ବେଳେ ତାଙ୍କ ସହ ଗାଇଛନ୍ତି ସ୍ମୃତି । ସମସ୍ତ ଗୀତକୁ ଡ. ନିର୍ମଳ ନାୟକ ଲେଖିଥିବା ବେଳେ ସଂଗୀତରେ ସଜାଇଛନ୍ତି ଅଭିଜିତ ମଜୁମଦାର । ସମସ୍ତ ଗୀତ ଦର୍ଶକଙ୍କ ମନକୁ ଛୁଇଁବ ବୋଲି ପ୍ରଯୋଜନା ସଂସ୍ଥା କହିଛନ୍ତି ।

ଫିଲ୍ମ ଡିଟେକ୍ଟିଭ୍ କରନ୍‌- ଅର୍ଜୁନର ଅଡିଓ ରିଲିଜ୍‌

ଚଳଚ୍ଚିତ୍ର ଟି ଜୀ ସାର୍ଥକ ଫିଲ୍ମସ ଓ ଲିପ୍ସା ପ୍ରଡକ୍ସନ ବ୍ୟାନରରେ ନିର୍ମାଣ ହେଉଛି । ଏହି ଚଳଚ୍ଚିତ୍ରରେ ନୂଆ ଅବତାରରେ କମେଡି କିଙ୍ଗ ପପୁ ପମପମଙ୍କୁ ଦେଖିବାକୁ ମିଳିବ । ତାଙ୍କ ସହ ପ୍ରଜ୍ଞା ଖଟୁଆଙ୍କ ଦମଦାର ଅଭିନୟ କରିଥିବା ବେଳେ ଉଭୟ ପପୁ ଓ ପ୍ରଜ୍ଞା ‘କରନ୍‌- ଅର୍ଜୁନ୍‌’ ଭୂମିକାରେ ଅଭିନୟ କରିଛନ୍ତି । ସେହିପରି ଅଭିନେତ୍ରୀ ପ୍ରିୟଙ୍କା ମହାନ୍ତି, ପ୍ରିୟଙ୍କା ମହାପାତ୍ର ଓ ଲିପ୍ସା ମିଶ୍ର ଏକ ପ୍ରମୁଖ ଭୂମିକାରେ ନଜର ଆସିବେ।

ଅନ୍ୟମାନଙ୍କ ମଧ୍ୟରେ ଟୁକୁନା ଷ୍ଟାଇଲିସ୍‌, ପ୍ରଜ୍ଞା ମହାନ୍ତି, ଜୀବନ ପଣ୍ଡା, କୁନା ତ୍ରିପାଠୀ, ହାଡୁ, ଅରବିନ୍ଦ ଷଢ଼ଙ୍ଗୀ, ରାଜୀବ, କାଳୀ, ମନୋଜ, ସୁଶା ଦିଗବିଜୟ, ସୁମିତ ଓ ସଂଗ୍ରାମ ପ୍ରମୁଖ ଅଭିନୟ କରିଛନ୍ତି । ପପୁ ପମପମ ନିଜେ ସିନେମାର କାହାଣୀ ଲେଖିଥିବା ବେଳେ ଅଶ୍ୱିନୀ ଗଡନାୟକ ନିର୍ଦ୍ଦେଶନା ଦେଇଛନ୍ତି । ଏହାର ସଂଳାପ ଲେଖିଛନ୍ତି ଟୁକୁନା ଷ୍ଟାଇଲିସ୍ । ଚଳଚ୍ଚିତ୍ରର କାହାଣୀ ସହ ସଙ୍ଗୀତ ମଧ୍ୟ ବେଶ ଦର୍ଶକଙ୍କୁ ବାନ୍ଧି ରଖିବ ବୋଲି କହିଛନ୍ତି ଅଭିନେତ୍ରୀରୁ ପ୍ରଯୋଜିକା ସାଜିଥିବା ଲିପ୍ସା ମିଶ୍ର ।

ଭୁବନେଶ୍ବରରୁ ଦେବସ୍ମିତା ରାଉତ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.