ଭୁବନେଶ୍ବର: ନୂଆ ଚଳଚ୍ଚିତ୍ର "ପୋଲିସ ବାବୁ"ର ଅଡିଓ ରିଲିଜ୍ ହୋଇଯାଇଛି । ଭୁବନେଶ୍ୱରର ଏକ ତାରକା ହୋଟେଲରେ ବର୍ଣ୍ଣାଢ୍ୟ ପରିବେଶ ମଧ୍ୟରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଚଳଚ୍ଚିତ୍ରରେ ଥିବା ତିନୋଟି ଗୀତ ଶ୍ରୋତାଙ୍କ ମନକୁ ବେଶ୍ ଛୁଇଁବ । ୧୧ ଡ଼ିସେମ୍ବର ସନ୍ଧ୍ୟା 6:30 ରେ ନୂଆ ଓଡ଼ିଆ ଚଳଚ୍ଚିତ୍ର ‘ପୋଲିସ୍ ବାବୁ' ରିଲିଜ ହେବ ।
ମନଛୁଆଁ ଗୀତ ସାଙ୍ଗକୁ ଜବରଦସ୍ତ ଡ୍ରାମା ଓ କମେଡିରେ ଭରପୂର ଏହି ଚଳଚ୍ଚିତ୍ରଟି ଦର୍ଶକଙ୍କୁ ଭରପୁର ମନୋରଞ୍ଜନ ଦେବ ବୋଲି 'ପୋଲିସ୍ ବାବୁ' ଟିମ୍ ପକ୍ଷରୁ କୁହାଯାଇଛି। ଅଜୟ ରାଉତଙ୍କ ପ୍ରଯୋଜନା ଓ ଶୈଳେନ୍ଦ୍ର ପରିଡ଼ାଙ୍କ ନିର୍ଦ୍ଦେଶନାରେ ନିର୍ମିତ ଏହି ଚଳଚ୍ଚିତ୍ରର କାହାଣୀ ଲେଖିଛନ୍ତି ଡ. ରଜନୀ ରଞ୍ଜନ। ସୂର୍ଯ୍ୟ ମହାପାତ୍ର ଗୀତ ରଚନା କରିଛନ୍ତି ଏବଂ ଗୁଡ୍ଲି ରଥ ସଙ୍ଗୀତ ନିର୍ଦ୍ଦେଶନା ଦେଇଛନ୍ତି ।
ସେହିପରି କଣ୍ଠଦାନ ଦେଇଛନ୍ତି ଲିପ୍ସା, କୁଲଦୀପ, ଜ୍ୟୋତିର୍ମୟୀ ଓ ଶଶାଙ୍କ। ଚୁଲବୁଲି ନାୟିକା ସାୟଲ ଓ ହ୍ୟାଣ୍ଡସମ୍ ନାୟକ ଶୁଭାଶିଷ ଓରଫ ମଣ୍ଟୁ ଏଥିରେ ମୁଖ୍ୟ ଭୂମିକାରେ ଅଭିନୟ କରିଛନ୍ତି । ମଣ୍ଟୁ ପ୍ରଥମ ଥର ପାଇଁ ପୋଲିସ ଭୂମିକାରେ ନଜର ଆସିବେ ।
ଇଟିଭି ଭାରତ, ଭୁବନେଶ୍ୱର