ETV Bharat / entertainment

ବିଶିଷ୍ଠ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକ ଅସୁସ୍ଥ, ଆଶୁ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ - Pranab Patnaik illnes

ବିଶିଷ୍ଠ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକ ଅସୁସ୍ଥ । ବର୍ତ୍ତମାନ ସେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି । ଅଧିକ ପଢନ୍ତୁ

ପ୍ରଣବ ପଟ୍ଟନାୟକ
ପ୍ରଣବ ପଟ୍ଟନାୟକ
author img

By ETV Bharat Odisha Team

Published : Aug 24, 2023, 11:09 AM IST

ଭୁବନେଶ୍ବର: ଓଡିଆ ସଙ୍ଗୀତ ଜଗତର ସୁନାମ ଧନ୍ୟ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକ ଅସୁସ୍ଥ । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ବର୍ତ୍ତମାନ ତାଙ୍କର ଚିକିତ୍ସା ଚାଲିଛି । ଏହି ଖବର ପାଇବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଏକ ପ୍ରତିନିଧି ଦଳ ପ୍ରଣବ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି । ଏହି ପ୍ରତିନିଧି ଦଳ କଣ୍ଠଶିଳ୍ପୀଙ୍କର ଆଶୁ ଆରୋଗ୍ୟ କାମନା କରିବା ସହିତ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା ବାର୍ତ୍ତା ଜଣାଇଛନ୍ତି । ଏହା ସହ ଏକ ଲକ୍ଷ ଟଙ୍କାର ଏକ ଚେକ୍‌ ଚିକିତ୍ସା ସହାୟତା ନିମନ୍ତେ ପ୍ରଦାନ କରିଛନ୍ତି ।

ହସ୍ପିଟାଲରେ ବିଶିଷ୍ଠ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକ

ଏହି ପ୍ରତିନିଧି ଦଳରେ ଓଡିଆ ଚଳଚ୍ଚିତ୍ର ଉନ୍ନୟନ ନିଗମ ଅଧ୍ୟକ୍ଷ ସତ୍ୟବ୍ରତ ତ୍ରିପାଠୀ, ସଂସ୍କୃତି ନିର୍ଦ୍ଦେଶକ ଦିଲୀପ ରାଉତରାଏ, ବିଭାଗୀୟ ଯୁଗ୍ମ ନିର୍ଦ୍ଦେଶକ ସୁବୋଧ ଆଚାର୍ଯ୍ୟ, ଓଡିଶା ସଙ୍ଗୀତ ନାଟକ ଏକାଡେମୀ ସଚିବ ପ୍ରବୋଧ ରଥ ସାମିଲ ଥିଲେ । ପ୍ରଣବ ପଟ୍ଟନାୟକଙ୍କୁ ଓଡିଆ ସିନେ ଇଣ୍ଡଷ୍ଟ୍ରିର କଳାକାର ଏବଂ ଅନ୍ୟ ବ୍ୟକ୍ତିବିଶେଷ ମଧ୍ୟ ଭେଟିଛନ୍ତି । ତେବେ ମେଡିକାଲ ପକ୍ଷରୁ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ନେଇ କୌଣସି ସୂଚନା ଏପର୍ଯ୍ୟନ୍ତ ମିଳି ପାରିନାହିଁ ।

ଏହା ମଧ୍ୟ ପଢନ୍ତୁ: ପ୍ରଣବ ପଟ୍ଟନାୟକଙ୍କୁ ଜୀବନବ୍ୟାପି ସାଧନା ସମ୍ମାନ

୧୯୫୮ ମସିହାରେ ଭୁବନେଶ୍ୱର ମିଶ୍ରଙ୍କ ସଙ୍ଗୀତ ନିର୍ଦ୍ଦେଶନାରେ ନିର୍ମିତ ଚଳଚ୍ଚିତ୍ର ମା'ରେ ପ୍ରଣବ ପ୍ରଥମ ଥର ପାଇଁ ଗାଇବାର ସୁଯୋଗ ପାଇଥିଲେ । ଶ୍ରୀ ଲୋକନାଥ, ସୂର୍ଯ୍ୟମୁଖୀ, ସିନ୍ଦୁର ବିନ୍ଦୁ, ଶେଷ ଶ୍ରାବଣ, ଚିହ୍ନା ଅଚିହ୍ନା, ବତୀଘର ଆଦି ଚଳଚ୍ଚିତ୍ର ତାଙ୍କୁ ଲୋକପ୍ରିୟତାର ଶିଖରରେ ପହଞ୍ଚାଇ ପାରିଥିଲା । ଚଳଚ୍ଚିତ୍ର ଜୀବନରେ ସେ ବହୁ ଜାତୀୟସ୍ତରର କଳାକାରମାନଙ୍କ ସହ କାମ କରିବାର ସୁଯୋଗ ପାଇଛନ୍ତି । ସେମାନଙ୍କ ମଧ୍ୟରେ ଭୁପିନ୍ଦର ସିଂହ, ନିର୍ମଳା ମିଶ୍ର, ଉଷା ମଙ୍ଗେସକର, ବାଣୀ ଜୟରାମ, ଏସ. ଜାନକୀ ପ୍ରମୁଖ ଅନ୍ୟତମ । ପ୍ରାୟ ୨୦୦ ଓଡ଼ିଆ ଚଳଚ୍ଚିତ୍ରରେ ସେ କଣ୍ଠଦାନ କରିସାରିଛନ୍ତି ।

ଏହା ମଧ୍ୟ ପଢନ୍ତୁ: ଶାନ୍ତନୁ ସମ୍ମାନରେ ସମ୍ମାନିତ ହେଲେ ସୁନାମଧନ୍ୟ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକ

ପିତା ଲାଲମୋହନ ପଟ୍ଟନାୟକଙ୍କଠାରୁ ପ୍ରେରଣା ପାଇ, ସେ ବାଲ୍ୟକାଳରୁ ହିଁ ସଂଗୀତ ପ୍ରତି ଆକୃଷ୍ଟ ହୋଇଥିଲେ ଓ ଗୁରୁ କୁନାଳ ଆଦୀନାରାୟଣ ରାଓଙ୍କଠାରୁ ସଂଗୀତ ଶିକ୍ଷାଗ୍ରହଣ କରିଥିଲେ । ଅଣଚଳଚ୍ଚିତ୍ର ସଙ୍ଗୀତରେ ମଧ୍ୟ ତାଙ୍କର ଗୁରୁତ୍ୱପୂର୍ଣ ଯୋଗଦାନ ରହିଛି। ବେତାର, ଦୂରଦର୍ଶନ ଓ ଆଲବମ ମାଧ୍ୟମରେ ସେ ବହୁ ଭଜନ ଓ ଆଧୁନିକ ସଙ୍ଗୀତ ଓଡ଼ିଆ ଶ୍ରୋତାମାନଙ୍କୁ ଭେଟିଦେଇଛନ୍ତି । ୧୯୯୨ ମସିହାରେ ତାଙ୍କର ପ୍ରଥମ ଗଜଲ ଆଲବମ, ଶବ୍-ଏ-ଗଜଲ ମୁକ୍ତିଲାଭ କରିଥିଲା । ଏହି ଆଲବମରେ ପଣ୍ଡିତ ହରିପ୍ରସାଦ ଚୌରାଶିଆ ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ଓ ଦେବକୀ ପଣ୍ଡିତ, ପ୍ରଣବ ପଟ୍ଟନାୟକଙ୍କ ସହିତ କଣ୍ଠଦାନ କରିଥିଲେ । ଦେଶ ବିଦେଶରେ ବହୁ ସ୍ଥାନରେ ସଙ୍ଗୀତ ପରିବେଷଣ କରି ସେ ବହୁ ସମୃଦ୍ଧି ଲାଭ କରିଛନ୍ତି ।

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.