ETV Bharat / international

ପୁଣି ଭୂକମ୍ପରେ ଥରିଲା ଆଫଗାନିସ୍ତାନ, ତୀବ୍ରତା ୪.୪ ରେକର୍ଡ

ପୁଣି ଭୂକମ୍ପରେ ଥରିଲା ଆଫଗାନିସ୍ତାନ । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୪ ଆକଳନ କରାଯାଇଛି । ଅଧିକ ପଢ଼ନ୍ତୁ

author img

By

Published : Jul 20, 2022, 7:46 AM IST

କ୍ରମାଗତ ଦ୍ବିତୀୟ ଦିନରେ ପୁଣି ଭୂକମ୍ପରେ ଥରିଲା ଆଫଗାନିସ୍ତାନ

କାବୁଲ: ପୁଣି ଭୂକମ୍ପରେ ଥରିଲା ଆଫଗାନିସ୍ତାନ । ଆଫଗାନର ଫାୟାଜାବାଦରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୪ ରେକର୍ଡ କରାଯାଇଛି । ଆଜି(ବୁଧବାର) ଭୋର ୪ଟା ୫୮ ମିନିଟରେ ଏହି ଭୂକମ୍ପ ଅନୁଭୂତ ହୋଇଛି । ଏନେଇ ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର(National Center for Seismology) ପକ୍ଷରୁ ସୂଚନା ଦିଆଯାଇଛି ।

ଏହି ଭୂକମ୍ପ ଫାୟାଜାବାଦର ଦକ୍ଷିଣ ପୂର୍ବରୁ ୬୫ କିଲୋମିଟର ଦୂରରେ ଅନୁଭୂତ ହୋଇଥିବା ବେଳେ ଗଭୀରତା ୧୫୦ କିଲୋମିଟର ରହିଥିଲା । ସେହିପରି ଏହାର ଅକ୍ଷାଂଶ ୩୬.୬୧ ହୋଇଥିବାବେଳେ ଦ୍ରାଘିମା ୭୦.୯୫ ରହିଛି । ତେବେ ଭୂକମ୍ପ କ୍ଷୟକ୍ଷତି ନେଇ କୌଣସି ସୂଚନା ମିଳିନାହିଁ ।

ଏହା ମଧ୍ୟ ପଢନ୍ତୁ:ପୁଣି ଭୂକମ୍ପରେ ଥରିଲା ଆଫଗାନିସ୍ତାନ, ତୀବ୍ରତା 4.8 ରେକର୍ଡ

ତେବେ ଗତକାଲି(ମଙ୍ଗଳବାର) ମଧ୍ୟ ଆଫଗାନିସ୍ତାନରେ ଭୂକମ୍ପ ଝଟକା ଅନୁଭୂତ ହୋଇଥିଲା । ରିକ୍ଟର ସ୍କେଲରେ ଏହାର ତୀବ୍ରତା 4.8 ଆକଳନ କରାଯାଇଥିଲା ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.