ETV Bharat / international

Japan Ex PM Shinzo Abe shot: ଜାପାନ ପୂର୍ବତନ ପ୍ରଧାନମନ୍ତ୍ରୀ ସିଞ୍ଜୋଙ୍କୁ ଗୁଳିମାଡ

author img

By

Published : Jul 8, 2022, 8:46 AM IST

Updated : Jul 8, 2022, 9:27 AM IST

ଜାପାନ ପୂର୍ବତନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କୁ ଗୁଳିମାଡ । ଜାପାନର ନାରା ସହରରେ ସିଞ୍ଜୋଙ୍କୁ ଗୁଳିମାଡ଼ ହୋଇଛି । ଗୁଳିମାଡ କରିଥିବା ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଲିସ । ଅଧିକ ପଢନ୍ତୁ

ଜାପାନ ପୂର୍ବତନ ପ୍ରଧାନମନ୍ତ୍ରୀ ସିଞ୍ଜୋଙ୍କୁ ଗୁଳିମାଡ

ଟୋକିଓ: ଜାପାନ ପୂର୍ବତନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କୁ ଗୁଳିମାଡ । ଜାପାନର ନାରା ସହରରେ ଭାଷଣ ଦେଉଥିବା ବେଳେ ସିଞ୍ଜୋଙ୍କୁ ଗୁଳିମାଡ଼ ହୋଇଛି । ଗୁଳିମାଡ଼ ପରେ ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଲିସ । ସିଞ୍ଜୋ ଆବେ ଗୁରୁତର ହୋଇଛନ୍ତି । ଏନେଇ ଜାପାନ ଟାଇମ୍ସ ପକ୍ଷରୁ ସୂଚନା ଦିଆଯାଇଛି ।

ସୂଚନା ଅନୁସାରେ, ପଶ୍ଚିମ ନାରା ସହରର ଏକ କାର୍ଯ୍ୟକ୍ରମରେ ଭାଷଣ ଦେଉଥିବା ବେଳେ ଶତାଧିକ ଲୋକ ରୁଣ୍ଡ ହୋଇଥିଲେ । ଏହି ସମୟରେ ହଠାତ୍‌ ଜୋରରେ କିଛି ଶବ୍ଦ ହେବା ସହ ସିଞ୍ଜୋ ଆବେ ତଳେ ପଡ଼ିଯାଇଥିଲେ । ତାଙ୍କ ଶରୀରରୁ ପ୍ରବଳ ରକ୍ତସ୍ରାବ ହେଉଥିଲା । କେହି କିଛି ପ୍ରଥମେ ବୁଝି ପାରିନଥିଲେ । ସିଞ୍ଜୋ ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ତଳେ ପଡ଼ିଥିବା ଦେଖିବାକୁ ମିଳିଥିଲା ।

ସିଞ୍ଜୋ ଆବେଙ୍କୁ ତୁରନ୍ତ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ସେଠାରେ ତାଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା ଜାପାନର ଗଣମାଧ୍ୟମ ଏଜେନ୍ସି ସୂତ୍ରରୁ ଜଣାପଡ଼ିଛି । ତାଙ୍କୁ ହୃୃଦଘାତ ହୋଇଥିବା ମଧ୍ୟ ଖବର ମିଳିଛି । ଗୁଳିମାଡ଼ ଘଟଣାରେ ଜଣେ ସନ୍ଦିଗ୍ଧ ବ୍ୟକ୍ତିଙ୍କୁ ଅଟକ ରଖି ପଚରାଉଚରା କରୁଛି ପୋଲିସ । ତେବେ ୨୦୦୬-୦୭ ଓ ୨୦୧୨-୨୦ ଯାଏ ସିଞ୍ଜୋ ଜାପାନର ପ୍ରଧାନମନ୍ତ୍ରୀ ଥିଲେ ।

Last Updated : Jul 8, 2022, 9:27 AM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.