ଲକ୍ଷ୍ନୌ: ଉତ୍ତରପ୍ରଦେଶର ଆଜମଗରରେ ଲଜ୍ଜା । ନାବାଳିକାଙ୍କୁ ଅପହରଣ ପରେ ଗଣଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି । ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।
ସୂଚନା ଅନୁସାରେ , ନାବାଳିକା, ଘର ବାହାରେ ଛିଡା ହୋଇଥିବା ବେଳେ ତିନି ଜଣ ଦୁର୍ବୃତ୍ତ ଆସି ତାଙ୍କୁ ଅପହରଣ କରି ନେଇଥିଲେ । ପରେ ଗୋଲା ଥାନା ଅଞ୍ଚଳର ଏକ ନିର୍ମାଣ ଧିନ ଘର ଭିତରକୁ ନେଇ ତାଙ୍କୁ ମାରପିଟ କରିବା ସହ ଗଣଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଥିଲା । ପରେ ନାବାଳିକାଙ୍କୁ ଗୁରୁତର ଅବସ୍ଥାରେ ଛାଡି ପଳାଇଥିଲେ ଦୁବୃର୍ତ୍ତ । ସେହି ବାଟ ଦେଇ ଯାଉଥିବା ଜଣେ ସ୍ଥାନୀୟ ଲୋକେ ନାବାଳିକାଙ୍କୁ ଗୁରୁତର ଅବସ୍ଥାରେ ଦେଖି ପରିବାର ଲୋକଙ୍କୁ ଖବର ଦେଇଥିଲେ । ପରେ ନାବାଳିକାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ଏନେଇ ପୋଲିସକୁ ଖବର ଦେଇଥିଲେ ପରିବାର ଲୋକେ । ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିବା ପାଇଁ ଛାନଭିନ ଆରମ୍ଭ କରିଛି।
ସୌଜନ୍ୟ @ IANS