ETV Bharat / sports

ଅମିତ ରୋହିଦାସଙ୍କୁ ଭେଟିଲେ ଧର୍ମେନ୍ଦ୍ର, ଏସୀୟ କ୍ରୀଡାରେ ସଫଳତା ପାଇଁ ଜଣାଇଲେ ଅଭିନନ୍ଦନ

author img

By ETV Bharat Odisha Team

Published : Oct 10, 2023, 11:48 AM IST

ଏସୀୟ କ୍ରୀଡାରେ ସ୍ବର୍ଣ୍ଣ ଜିତିଲା ଭାରତୀୟ ପୁରୁଷ ହକି ଟିମ । ସ୍ବଦେଶ ଫେରିବା ପରେ ଅମିତ ରୋହିଦାସଙ୍କୁ ଭେଟି ଅଭିନନ୍ଦନ ଜଣାଇଲେ ଧର୍ମେନ୍ଦ୍ର ପ୍ରଧାନ । ଅଧିକ ପଢନ୍ତୁ

Dharmendra Pradhan meets amit rohidas
Dharmendra Pradhan meets amit rohidas

ଭୁବନେଶ୍ବର: ଭାରତୀୟ ପୁରୁଷ ହକି ଦଳର ଅଧିନାୟକ ଅମିତ ରୋହିଦାସଙ୍କୁ ଭେଟିଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏସୀୟ କ୍ରୀଡାରେ ଭାରତୀୟ ପୁରୁଷ ହକି ଟିମ ଫାଇନାଲରେ ସ୍ବର୍ଣ୍ଣ ପଦକ ହାସଲ କରିଥିବାରୁ ଓଡ଼ିଆ ଖେଳାଳି ଅମିତ ରୋହିଦାସଙ୍କୁ ଅଭିନନ୍ଦନ ଜଣାଇଛନ୍ତି ଧର୍ମେନ୍ଦ୍ର । ଏହି ପ୍ରତିଭାବାନ ଯୁବ ଖେଳାଳିଙ୍କୁ ପ୍ରଶଂସା କରିବା ସହ ଆଗାମୀ ଦିନରେ ଓଡ଼ିଶାରୁ ଅନେକ ହକି ଖେଳାଳି ସୃଷ୍ଟି ହେବେ ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ । ସେ ଏକ୍ସରେ ଟ୍ବିଟ କରି ଅମିତଙ୍କ ସହ ସାକ୍ଷାତ ସମୟର କିଛି ଫଟୋ ସେୟାର କରିଛନ୍ତି । ଏସୀୟ କ୍ରୀଡାରେ ଭାରତୀୟ ପୁରୁଷ ହକି ଟିମର ଅଦ୍ଭୁତପୂର୍ବ ସଫଳତା ପରେ ଚାରିଆଡୁ ଶୁଭେଚ୍ଛାର ସୁଅ ଛୁଟୁଛି ।

  • ଏସୀୟ କ୍ରୀଡ଼ାରେ ସ୍ୱର୍ଣ୍ଣ ପଦକ ହାସଲ କରି ଭାରତକୁ ଗୌରବାନ୍ୱିତ କରିଥିବା ଭାରତୀୟ ପୁରୁଷ ହକି ଦଳର ଓଡ଼ିଆ ଖେଳାଳି ଅମିତ ରୋହିଦାସଙ୍କୁ ଅଭିନନ୍ଦନ । ଏସୀୟ କ୍ରୀଡ଼ା ପ୍ରତିଯୋଗିତାରେ ଏହି ପ୍ରତିଭାବାନ ଯୁବ ଖେଳାଳିଙ୍କ ପ୍ରଦର୍ଶନ ବେଶ୍ ପ୍ରଶଂସନୀୟ । ତାଙ୍କର ଏହି ସଫଳତାରୁ ଅନୁପ୍ରାଣିତ ହୋଇ ଆଗାମୀ ଦିନରେ ଓଡ଼ିଶାରୁ ଅନେକ ହକି ଖେଳାଳି… pic.twitter.com/7RIHV5hQdC

    — Dharmendra Pradhan (@dpradhanbjp) October 10, 2023 " class="align-text-top noRightClick twitterSection" data=" ">

ଏସୀୟ କ୍ରୀଡ଼ାରେ ସ୍ୱର୍ଣ୍ଣ ପଦକ ହାସଲ କରି ଭାରତକୁ ଗୌରବାନ୍ୱିତ କରିଥିବା ଭାରତୀୟ ପୁରୁଷ ହକି ଦଳର ଓଡ଼ିଆ ଖେଳାଳି ଅମିତ ରୋହିଦାସଙ୍କୁ ଅଭିନନ୍ଦନ । ଏସୀୟ କ୍ରୀଡ଼ା ପ୍ରତିଯୋଗିତାରେ ଏହି ପ୍ରତିଭାବାନ ଯୁବ ଖେଳାଳିଙ୍କ ପ୍ରଦର୍ଶନ ବେଶ୍ ପ୍ରଶଂସନୀୟ । ତାଙ୍କର ଏହି ସଫଳତାରୁ ଅନୁପ୍ରାଣିତ ହୋଇ ଆଗାମୀ ଦିନରେ ଓଡ଼ିଶାରୁ ଅନେକ ହକି ଖେଳାଳି… pic.twitter.com/7RIHV5hQdC

— Dharmendra Pradhan (@dpradhanbjp) October 10, 2023

ଟ୍ବିଟ କରି ଧର୍ମେନ୍ଦ୍ର କହିଛନ୍ତି ଯେ, ଏସୀୟ କ୍ରୀଡ଼ାରେ ସ୍ୱର୍ଣ୍ଣ ପଦକ ହାସଲ କରି ଭାରତକୁ ଗୌରବାନ୍ୱିତ କରିଥିବା ଭାରତୀୟ ପୁରୁଷ ହକି ଦଳର ଓଡ଼ିଆ ଖେଳାଳି ଅମିତ ରୋହିଦାସଙ୍କୁ ଅଭିନନ୍ଦନ । ଏସୀୟ କ୍ରୀଡ଼ା ପ୍ରତିଯୋଗିତାରେ ଏହି ପ୍ରତିଭାବାନ ଯୁବ ଖେଳାଳିଙ୍କ ପ୍ରଦର୍ଶନ ବେଶ୍ ପ୍ରଶଂସନୀୟ । ତାଙ୍କର ଏହି ସଫଳତାରୁ ଅନୁପ୍ରାଣିତ ହୋଇ ଆଗାମୀ ଦିନରେ ଓଡ଼ିଶାରୁ ଅନେକ ହକି ଖେଳାଳି ସୃଷ୍ଟି ହେବେ ଏବଂ ନିଜର ପ୍ରଦର୍ଶନ ମାଧ୍ୟମରେ ଆମ ଦେଶ ଓ ରାଜ୍ୟକୁ ଗର୍ବିତ କରାଇବେ ବୋଲି ମୋର ଦୃଢ଼ ବିଶ୍ୱାସ ।

ଏହା ମଧ୍ୟ ପଢନ୍ତୁ-ଅମିତ ରୋହିଦାସଙ୍କୁ ଦେଢ଼ କୋଟି ପୁରସ୍କାର ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଏସିଆନ୍‌ ଗେମ୍ସରେ ଜାପାନକୁ ଦେଇଥିଲେ ଗୋଲ

ଏସୀୟା କ୍ରୀଡାରେ ଗୋଲ୍ଡ ମେଡାଲ ହାସଲ ପରେ ଭାରତ ଫେରିଛନ୍ତି ପୁରୁଷ ହକି ଟିମ । ସ୍ବଦେଶ ଫେରିବା ପରେ ଆଜି ଅମିତ ରୋହିଦାସଙ୍କୁ ସାକ୍ଷାତ କରିଥିଲେ ଧର୍ମେନ୍ଦ୍ର ପ୍ରଧାନ। ଏସିଆନ୍‌ ଗେମ୍ସ ୨୦୨୩ରେ ଭାରତୀୟ ହକି ଦଳ ସ୍ବର୍ଣ୍ଣ ପଦକ ହାସଲ କରିଛି । ଏହି ଫାଇନାଲ୍‌ ମ୍ୟାଚ୍‌ରେ ଓଡ଼ିଆ ପୁଅ ଅମିତ ରୋହିଦାସଙ୍କ ଗୋଲ ବଳରେ ଡିଫେଣ୍ଡିଂ ଚମ୍ପିଆନ୍‌ ଜାପାନକୁ ୫-୧ ଗୋଲରେ ମାତ୍‌ ଦେଇ ବିଜୟୀ ହୋଇଥିଲା ଭାରତ । ଏହାପରେ ଟିମ୍‌କୁ ଭିଡିଓ କନଫରେନ୍ସ ଯୋଗେ ଶୁଭେଚ୍ଛା ଜଣାଇଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାପରେ ଦଳର ସମସ୍ତ ଖେଳାଳି ଓ ସପୋର୍ଟ ଷ୍ଟଫ୍‌ଙ୍କ ପାଇଁ ୫ ଲକ୍ଷ ଟଙ୍କା ଲେଖାଏଁ ପୁରସ୍କାର ରାଶି ଘୋଷଣା କରିଥିଲେ ରାଜ୍ୟ ସରକାର । ଏହାସହ ଓଡ଼ିଆ ପୁଅ ଅମିତ ରୋହିଦାସଙ୍କୁ ଦେଢ଼ କୋଟି ଟଙ୍କା ସ୍ବତନ୍ତ୍ର ପୁରସ୍କାର ଘୋଷଣା କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଭୁବନେଶ୍ବର: ଭାରତୀୟ ପୁରୁଷ ହକି ଦଳର ଅଧିନାୟକ ଅମିତ ରୋହିଦାସଙ୍କୁ ଭେଟିଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏସୀୟ କ୍ରୀଡାରେ ଭାରତୀୟ ପୁରୁଷ ହକି ଟିମ ଫାଇନାଲରେ ସ୍ବର୍ଣ୍ଣ ପଦକ ହାସଲ କରିଥିବାରୁ ଓଡ଼ିଆ ଖେଳାଳି ଅମିତ ରୋହିଦାସଙ୍କୁ ଅଭିନନ୍ଦନ ଜଣାଇଛନ୍ତି ଧର୍ମେନ୍ଦ୍ର । ଏହି ପ୍ରତିଭାବାନ ଯୁବ ଖେଳାଳିଙ୍କୁ ପ୍ରଶଂସା କରିବା ସହ ଆଗାମୀ ଦିନରେ ଓଡ଼ିଶାରୁ ଅନେକ ହକି ଖେଳାଳି ସୃଷ୍ଟି ହେବେ ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ । ସେ ଏକ୍ସରେ ଟ୍ବିଟ କରି ଅମିତଙ୍କ ସହ ସାକ୍ଷାତ ସମୟର କିଛି ଫଟୋ ସେୟାର କରିଛନ୍ତି । ଏସୀୟ କ୍ରୀଡାରେ ଭାରତୀୟ ପୁରୁଷ ହକି ଟିମର ଅଦ୍ଭୁତପୂର୍ବ ସଫଳତା ପରେ ଚାରିଆଡୁ ଶୁଭେଚ୍ଛାର ସୁଅ ଛୁଟୁଛି ।

  • ଏସୀୟ କ୍ରୀଡ଼ାରେ ସ୍ୱର୍ଣ୍ଣ ପଦକ ହାସଲ କରି ଭାରତକୁ ଗୌରବାନ୍ୱିତ କରିଥିବା ଭାରତୀୟ ପୁରୁଷ ହକି ଦଳର ଓଡ଼ିଆ ଖେଳାଳି ଅମିତ ରୋହିଦାସଙ୍କୁ ଅଭିନନ୍ଦନ । ଏସୀୟ କ୍ରୀଡ଼ା ପ୍ରତିଯୋଗିତାରେ ଏହି ପ୍ରତିଭାବାନ ଯୁବ ଖେଳାଳିଙ୍କ ପ୍ରଦର୍ଶନ ବେଶ୍ ପ୍ରଶଂସନୀୟ । ତାଙ୍କର ଏହି ସଫଳତାରୁ ଅନୁପ୍ରାଣିତ ହୋଇ ଆଗାମୀ ଦିନରେ ଓଡ଼ିଶାରୁ ଅନେକ ହକି ଖେଳାଳି… pic.twitter.com/7RIHV5hQdC

    — Dharmendra Pradhan (@dpradhanbjp) October 10, 2023 " class="align-text-top noRightClick twitterSection" data=" ">

ଟ୍ବିଟ କରି ଧର୍ମେନ୍ଦ୍ର କହିଛନ୍ତି ଯେ, ଏସୀୟ କ୍ରୀଡ଼ାରେ ସ୍ୱର୍ଣ୍ଣ ପଦକ ହାସଲ କରି ଭାରତକୁ ଗୌରବାନ୍ୱିତ କରିଥିବା ଭାରତୀୟ ପୁରୁଷ ହକି ଦଳର ଓଡ଼ିଆ ଖେଳାଳି ଅମିତ ରୋହିଦାସଙ୍କୁ ଅଭିନନ୍ଦନ । ଏସୀୟ କ୍ରୀଡ଼ା ପ୍ରତିଯୋଗିତାରେ ଏହି ପ୍ରତିଭାବାନ ଯୁବ ଖେଳାଳିଙ୍କ ପ୍ରଦର୍ଶନ ବେଶ୍ ପ୍ରଶଂସନୀୟ । ତାଙ୍କର ଏହି ସଫଳତାରୁ ଅନୁପ୍ରାଣିତ ହୋଇ ଆଗାମୀ ଦିନରେ ଓଡ଼ିଶାରୁ ଅନେକ ହକି ଖେଳାଳି ସୃଷ୍ଟି ହେବେ ଏବଂ ନିଜର ପ୍ରଦର୍ଶନ ମାଧ୍ୟମରେ ଆମ ଦେଶ ଓ ରାଜ୍ୟକୁ ଗର୍ବିତ କରାଇବେ ବୋଲି ମୋର ଦୃଢ଼ ବିଶ୍ୱାସ ।

ଏହା ମଧ୍ୟ ପଢନ୍ତୁ-ଅମିତ ରୋହିଦାସଙ୍କୁ ଦେଢ଼ କୋଟି ପୁରସ୍କାର ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଏସିଆନ୍‌ ଗେମ୍ସରେ ଜାପାନକୁ ଦେଇଥିଲେ ଗୋଲ

ଏସୀୟା କ୍ରୀଡାରେ ଗୋଲ୍ଡ ମେଡାଲ ହାସଲ ପରେ ଭାରତ ଫେରିଛନ୍ତି ପୁରୁଷ ହକି ଟିମ । ସ୍ବଦେଶ ଫେରିବା ପରେ ଆଜି ଅମିତ ରୋହିଦାସଙ୍କୁ ସାକ୍ଷାତ କରିଥିଲେ ଧର୍ମେନ୍ଦ୍ର ପ୍ରଧାନ। ଏସିଆନ୍‌ ଗେମ୍ସ ୨୦୨୩ରେ ଭାରତୀୟ ହକି ଦଳ ସ୍ବର୍ଣ୍ଣ ପଦକ ହାସଲ କରିଛି । ଏହି ଫାଇନାଲ୍‌ ମ୍ୟାଚ୍‌ରେ ଓଡ଼ିଆ ପୁଅ ଅମିତ ରୋହିଦାସଙ୍କ ଗୋଲ ବଳରେ ଡିଫେଣ୍ଡିଂ ଚମ୍ପିଆନ୍‌ ଜାପାନକୁ ୫-୧ ଗୋଲରେ ମାତ୍‌ ଦେଇ ବିଜୟୀ ହୋଇଥିଲା ଭାରତ । ଏହାପରେ ଟିମ୍‌କୁ ଭିଡିଓ କନଫରେନ୍ସ ଯୋଗେ ଶୁଭେଚ୍ଛା ଜଣାଇଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାପରେ ଦଳର ସମସ୍ତ ଖେଳାଳି ଓ ସପୋର୍ଟ ଷ୍ଟଫ୍‌ଙ୍କ ପାଇଁ ୫ ଲକ୍ଷ ଟଙ୍କା ଲେଖାଏଁ ପୁରସ୍କାର ରାଶି ଘୋଷଣା କରିଥିଲେ ରାଜ୍ୟ ସରକାର । ଏହାସହ ଓଡ଼ିଆ ପୁଅ ଅମିତ ରୋହିଦାସଙ୍କୁ ଦେଢ଼ କୋଟି ଟଙ୍କା ସ୍ବତନ୍ତ୍ର ପୁରସ୍କାର ଘୋଷଣା କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.