ଭୁବନେଶ୍ବର: ଓଡ଼ିଶାର ପ୍ରଥମ ଅନ୍ତର୍ଜାତୀୟ ହକି ଖେଳାଳି ପିଟର ତିର୍କୀ ଏବଂ ରାଜ୍ୟର ଜଣାଶୁଣା ପ୍ରଶିକ୍ଷକ ହରି ପ୍ରସାଦ ପଟ୍ଟନାୟକଙ୍କୁ ୨୦୨୦-୨୧ କ୍ରୀଡ଼ା ଋତୁ ପାଇଁ କମଲ ଗାଙ୍ଗୁଲି ସ୍ମାରକୀ କ୍ରୀଡ଼ା ପୁରସ୍କାର ପ୍ରଦାନ କରାଯାଇଛି ।
ପରଲୋକଗତ ବିଶିଷ୍ଟ କ୍ରିକେଟ୍ ପ୍ରଶିକ୍ଷକ କମଲ ଗାଙ୍ଗୁଲିଙ୍କ ସ୍ମୃତିରେ ରାଜ୍ୟର ଅଗ୍ରଣୀ କ୍ରୀଡ଼ା ଅନୁଷ୍ଠାନ ସହିଦ ସ୍ପୋର୍ଟିଂ ପକ୍ଷରୁ ୨୦୧୨ ମସିହାରୁ ଏହି ସମ୍ମାନଜନକ ପୁରସ୍କାର ପ୍ରଦାନ କରାଯାଇ ଆସୁଛି ।
୨୦୨୦-୨୧ ବର୍ଷ ପାଇଁ ପିଟରଙ୍କୁ ଜୀବନବ୍ୟାପୀ ସେବା ପୁରସ୍କାର ଏବଂ ହରି ପ୍ରସାଦଙ୍କୁ ଶ୍ରେଷ୍ଠ ପ୍ରଶିକ୍ଷକ ପୁରସ୍କାର ମିଳିଛି । ଭୁବନେଶ୍ବର ସହିଦ ସ୍ପୋର୍ଟିଂ କ୍ଲବ ପରିସରରେ ଏହି ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ ହୋଇଛି । ଏହି କାର୍ଯ୍ୟକ୍ରମରେ OCA ସମ୍ପାଦକ ସଞ୍ଜୟ ବେହେରା, ପୂର୍ବତନ ଭାରତୀୟ ହକି ଅଧିନୟକ ଦିଲ୍ଲୀପ ତିର୍କୀ, ଭୁବନେଶ୍ବର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା ପ୍ରମୁଖ ଉପସ୍ଥିତ ଥିଲେ ।
ଭୁବନେଶ୍ବରରୁ ଦେବସ୍ମିତା ରାଉତ, ଇଟିଭି ଭାରତ