ETV Bharat / state

ଅନୁଗୋଳରେ ରେକର୍ଡ ସଂଖ୍ୟକ କୋରୋନା ପଜିଟିଭ - କୋରୋନା ଆକ୍ରାନ୍ତ

ଅନୁଗୋଳ ଜିଲ୍ଲାରେ ଗୋଟିଏ ଦିନରେ ଶତକ ପାର କଲା କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଜିଲ୍ଲାରୁ ସର୍ବାଧିକ ୧୧୬ ଜଣ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ପଜିଟିଭ ସଂଖ୍ୟା ୧୧୩୬ରେ ପହଞ୍ଚିଛି । ଅଧିକ ପଢନ୍ତୁ...

ଅନୁଗୋଳରେ ରେକର୍ଡ ସଂଖ୍ୟକ କୋରୋନା ପଜିଟିଭ
ଅନୁଗୋଳରେ ରେକର୍ଡ ସଂଖ୍ୟକ କୋରୋନା ପଜିଟିଭ
author img

By

Published : Sep 5, 2020, 1:45 AM IST

ଅନୁଗୋଳ: ଅନୁଗୋଳ ଜିଲ୍ଲାରେ ଗୋଟିଏ ଦିନରେ ଶତକ ପାର କଲା କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଜିଲ୍ଲାରୁ ସର୍ବାଧିକ ୧୧୬ ଜଣ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ପଜିଟିଭ ସଂଖ୍ୟା ୧୧୩୬ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ଏହି କୋରୋନା ଆକ୍ରାନ୍ତଙ୍କ ମଧ୍ୟରେ ବଅଁରପାଳ ବ୍ଲକରୁ ୨୯ ଜଣ ରହିଛନ୍ତି । ସେମାନଙ୍କ ମଧ୍ୟରେ ୨୭ ଜଣ ପୁରୁଷ ଥିବା ବେଳେ ୨ଜଣ ମହିଳା ଅଛନ୍ତି ।

ଅନୁଗୋଳରେ ରେକର୍ଡ ସଂଖ୍ୟକ କୋରୋନା ପଜିଟିଭ
ଅନୁଗୋଳରେ ରେକର୍ଡ ସଂଖ୍ୟକ କୋରୋନା ପଜିଟିଭ

ସେହିପରି ତାଳଚେର ବ୍ଲକରୁ ୨୮ ଜଣ ଚିହ୍ନଟଙ୍କ ମଧ୍ୟରେ ୨୪ ଜଣ ପୁରୁଷ ଓ ୪ ଜଣ ମହିଳା ଅଛନ୍ତି । କଣିହାଁ ବ୍ଲକ ଅଞ୍ଚଳରୁ ଚିହ୍ନଟ ହୋଇଥିବା ୧୬ ଜଣ ପଜିଟିଭ ଥିବା ବେଳେ ସେମାନଙ୍କ ମଧ୍ୟରେ ୧୩ ଜଣ ପୁରୁଷ ଓ ୩ ଜଣ ମହିଳା ଅଛନ୍ତି । ଛେଣ୍ଡିପଦା ବ୍ଲକ ଅଞ୍ଚଳରୁ ଚିହ୍ନଟ ହୋଇଥିବା ୧୪ ଜଣ ଆକ୍ରାନ୍ତଙ୍କ ମଧ୍ୟରେ ୯ ଜଣ ପୁରୁଷ ଓ ୫ ଜଣ ମହିଳା ଅଛନ୍ତି ।

ଅନୁଗୋଳ ପୌରାଞ୍ଚଳରୁ ୭ ଜଣ ପୁରୁଷ ଚିହ୍ନଟ ହୋଇଥିବା ବେଳେ ଅନୁଗୋଳ ବ୍ଲକ ଅଞ୍ଚଳରୁ ମଧ୍ୟ ୭ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାଙ୍କ ମଧ୍ୟରେ ୫ ଜଣ ପୁରୁଷ ଓ ୨ ଜଣ ମହିଳା ଅଛନ୍ତି । କିଶୋରନଗର ବ୍ଲକ ଅଞ୍ଚଳରୁ ୭ ଜଣ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରେ ୪ ଜଣ ପୁରୁଷ ଓ ୩ ଜଣ ମହିଳା ଅଛନ୍ତି । ତାଳଚେର ପୌରାଞ୍ଚଳରୁ ୫ ଜଣ ପୁରୁଷ କୋରୋନା ଆକ୍ରାନ୍ତ ହୋଇଥିବା ବେଳେ ପାଲଲହଡ଼ା ବ୍ଲକ ଅଞ୍ଚଳରୁ ୩ ଜଣ ପୁରୁଷ ଆକ୍ରାନ୍ତ ହୋଇଛନ୍ତି । ଶୁକ୍ରବାର ଚିହ୍ନଟ ସମସ୍ତ ଆକ୍ରାନ୍ତ ଅନ୍ୟ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ପଜିଟିଭ ହୋଇଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ମିଳିଛି । ତେବେ ଆଉ ୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ସୁସ୍ଥଙ୍କ ସଂଖ୍ୟା ୫୦୭ରେ ପହଞ୍ଚିଛି । ଏନେଇ ଶୁକ୍ରବାର ଜିଲ୍ଲା ସୂଚନା ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଅନୁଗୋଳରୁ ସଂଗ୍ରାମ ରଞ୍ଜନ ନାଥ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.