ETV Bharat / state

ଅନୁଗୋଳରେ ପାଞ୍ଚ ହଜାର ମୁହାଁ କୋରୋନା ଆକ୍ରାନ୍ତ ସଂଖ୍ୟା

author img

By

Published : Oct 2, 2020, 10:38 PM IST

ଶୁକ୍ରବାର ଅନୁଗୋଳ ଜିଲ୍ଲାରୁ ଗୋଟିଏ ଦିନରେ ୧୦୭ ଜଣ ନୂଆ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଯାହାକୁ ମିଶାଇ ଜିଲ୍ଲାର ଆକ୍ରାନ୍ତଙ୍କ ସଂଖ୍ୟା ୪୭୨୭ ରେ ପହଁଚିଛି । ପଢନ୍ତୁ ସମ୍ପୂର୍ଣ୍ଣ ଖବର...

ଅନୁଗୋଳରେ ପାଞ୍ଚ ହଜାର ଛୁଇଁବ ଆକ୍ରାନ୍ତ ସଂଖ୍ୟା !

ଅନୁଗୋଳ: ଶୁକ୍ରବାର ଅନୁଗୋଳ ଜିଲ୍ଲାରୁ ଗୋଟିଏ ଦିନରେ ୧୦୭ ଜଣ ନୂଆ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଯାହାକୁ ମିଶାଇ ଜିଲ୍ଲାର ଆକ୍ରାନ୍ତଙ୍କ ସଂଖ୍ୟା ୪୭୨୭ ରେ ପହଁଚିଥିବା ଜିଲା ସୂଚନା ଲୋକ ସମ୍ପର୍କ କର୍ଯ୍ୟାଳୟ ପକ୍ଷରୁ ଜାରି ଏକ ପ୍ରେସ ବିବୃତ୍ତିରେ ସୂଚନା ଦିଆଯାଇଛି ।

ସେହିପରି ଅନ୍ୟ ଜିଲ୍ଲାରୁ ଅନୁଗୋଳରେ ସ୍ବାବ ନମୁନା ଦେଇଥିବା ବ୍ୟକ୍ତିମାନଙ୍କ ମଧ୍ୟରୁ ଆଜି ୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୮୦ରେ ପହଞ୍ଚିଛି । ଜିଲ୍ଲା ମଧ୍ୟରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତମାନଙ୍କ ମଧ୍ୟରେ ଅନୁଗୋଳ ପୌରାଞ୍ଚଳରୁ ସର୍ବାଧିକ ୩୦ ଜଣ, କଣିହାଁରୁ ୨୬, ବଅଁରପାଳରୁ ୨୨ ଜଣ, ପାଳଲହଡାରୁ ୯ ଜଣ, ତାଳଚେରରୁ ୭ ଜଣ, ଅନୁଗୋଳ ବ୍ଳକରୁ ୬ ଜଣ, ଛେଣ୍ଡିପଦାରୁ ୫ ଜଣ ଓ କିଶୋରନଗରରୁ ୨ ଜଣ ଚିହ୍ନଟ ହୋଇଛନ୍ତି । ସମସ୍ତେ ଅନ୍ୟ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ପଜିଟିଭ ହୋଇଥିବାର ଜଣାପଡିଛି ।

ଲକ୍ଷଣଯୁକ୍ତ ଆକ୍ରାନ୍ତମାନଙ୍କୁ କୋଭିଡ ହସ୍ପିଟାଲକୁ ଚିକିତ୍ସା ନିମନ୍ତେ ସ୍ଥାନାନ୍ତର କରାଯାଉଥିବା ବେଳେ ସଦ୍ୟ ଲକ୍ଷଣଯୁକ୍ତ ଓ ଲକ୍ଷଣ ବିହିନ ଆକ୍ରାନ୍ତମାନଙ୍କୁ ନିଜ ଘରେ ଆଇସୋଲେସନରେ ରଖାଯାଇ ନିରିକ୍ଷଣ କରାଯାଉଛି ବୋଲି ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ପ୍ରକାଶ କରିଛନ୍ତି । ଆଜି ଅନୁଗୋଳ ଜିଲ୍ଲାରୁ ୧୭୨ ଜଣ ସୁସ୍ତ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ୧୫ଜଣ କୋଭିଡ ହସ୍ପିଟାଲରୁ, ୭ ଜଣ କୋଭିତ କେୟାର ସେଣ୍ଟରରୁ ଓ ୧୫୦ ଜଣ ହୋମ ଆଇସୋଲେସନରୁ ସୁସ୍ଥ ହୋଇଛନ୍ତି ।

ଅନୁଗୋଳରୁ ସଂଗ୍ରାମ ରଞ୍ଜନ ନାଥ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.