ଅନୁଗୋଳ: ଜିଲ୍ଲାରୁ ବୁଧବାର ଗୋଟିଏ ଦିନରେ ସର୍ବାଧିକ ସଂଖ୍ୟକ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଜିଲ୍ଲାରେ ୮୬ ଜଣ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୮୫ରେ ପହଞ୍ଚିଛି ।
ବୁଧବାର ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ତାଳଚେର ବ୍ଲକରୁ ସର୍ବାଧିକ ୨୪ ଜଣ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରେ ୧୨ ଜଣ ପୁରୁଷ ଓ ୧୨ ଜଣ ମହିଳା ଅଛନ୍ତି । ସେହିପରି ବଅଁରପାଳ ବ୍ଲକ ଅଞ୍ଚଳରୁ ଚିହ୍ନଟ ୧୯ ଜଣଙ୍କ ମଧ୍ୟରୁ ୧୪ ଜଣ ପୁରୁଷ ଓ ୫ ଜଣ ମହିଳା ରହିଛନ୍ତି । ଅନ୍ୟପଟେ କଣିହାଁ ବ୍ଲକ ଅଞ୍ଚଳରୁ ୧୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରେ ୮ ଜଣ ପୁରୁଷ ଓ ୨ ଜଣ ମହିଳା ଅଛନ୍ତି । ଛେଣ୍ଡିପଦା ବ୍ଲକ ଅଞ୍ଚଳରୁ ୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରେ ୭ ଜଣ ପୁରୁଷ ଓ ୨ ଜଣ ମହିଳା ଅଛନ୍ତି ।
ଅନୁଗୋଳ ପୌରାଞ୍ଚଳରୁ ଚିହ୍ନଟ ହୋଇଥିବା ୮ ଜଣଙ୍କ ମଧ୍ୟରେ ୫ ଜଣ ପୁରୁଷ ଓ ୩ ଜଣ ମହିଳା ଅଛନ୍ତି । ତାଳଚେର ପୌରାଞ୍ଚଳରୁ ଚିହ୍ନଟ ହୋଇଥିବା ୭ ଜଣଙ୍କ ମଧ୍ୟରେ ୪ ଜଣ ପୁରୁଷ ଓ ୩ ଜଣ ମହିଳା ଅଛନ୍ତି । ଆଠମଲ୍ଲିକ ବ୍ଲକ ଅଞ୍ଚଳରୁ ଚିହ୍ନଟ ହୋଇଥିବା ୫ ଜଣ ଅନୁଗୋଳ ବ୍ଲକ ଅଞ୍ଚଳରୁ ୨ ଜଣ ଚିହ୍ନଟ ହୋଇଥିବା ଜିଲ୍ଲା ପ୍ରଶାସନ ସୂଚନା ଦେଇଛି । ଏହା ଭିତରେ ୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବା ଯୋଗୁଁ ସୁସ୍ଥଙ୍କ ସଂଖ୍ୟା ୪୯୦ରେ ପହଞ୍ଚିଛି । ବର୍ତ୍ତମାନ ଜିଲ୍ଲାରେ ୪୯୫ ଆକ୍ଟିଭ କେସ ରହିଛି ।
ଅନୁଗୋଳରୁ ସଂଗ୍ରାମ ରଞ୍ଜନ ନାଥ, ଇଟିଭି ଭାରତ