ETV Bharat / state

ସଂକ୍ରମଣ ରୋକିବାକୁ ପ୍ରଶାସନର ପଦକ୍ଷେପ, ତଥାପି ଥମୁନି କୋରୋନା - corona infections in anugul

ଆଜିର ଆକ୍ରାନ୍ତଙ୍କୁ ମିଶାଇ ଜିଲ୍ଲାର ଆକ୍ରାନ୍ତ ସଂଖ୍ୟା ୫,୨୬୨ରେ ପହଞ୍ଚିଛି । ସେହିପରି ଅନ୍ୟ ଜିଲ୍ଲାରୁ ଅନୁଗୋଳରେ ସ୍ଵାବ ନମୁନା ଦେଇଥିବା ବ୍ୟକ୍ତିମାନଙ୍କ ମଧ୍ୟରୁ ଆଜି ଜଣେ ଆକ୍ରାନ୍ତ ଚିହ୍ନଟ ହୋଇ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୮୬ରେ ପହଁଞ୍ଚିଲା ।

ସଂକ୍ରମଣ ରୋକିବାକୁ ପ୍ରଶାସନ ପଦକ୍ଷେପ
ସଂକ୍ରମଣ ରୋକିବାକୁ ପ୍ରଶାସନ ପଦକ୍ଷେପ
author img

By

Published : Oct 6, 2020, 10:54 PM IST

ଅନୁଗୋଳ: ଆଜି(ମଙ୍ଗଳବାର) ଅନୁଗୋଳ ଜିଲ୍ଲାରୁ ଗୋଟିଏ ଦିନରେ ୧୫୦ ନୂଆ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଆଜିର ଆକ୍ରାନ୍ତଙ୍କୁ ମିଶାଇ ଜିଲ୍ଲାର ଆକ୍ରାନ୍ତ ସଂଖ୍ୟା ୫,୨୬୨ରେ ପହଞ୍ଚିଛି। ସେହିପରି ଅନ୍ୟ ଜିଲ୍ଲାରୁ ଅନୁଗୋଳରେ ସ୍ଵାବ ନମୁନା ଦେଇଥିବା ବ୍ୟକ୍ତିମାନଙ୍କ ମଧ୍ୟରୁ ଆଜି ଜଣେ ଆକ୍ରାନ୍ତ ଚିହ୍ନଟ ହୋଇ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୮୬ରେ ପହଁଞ୍ଚିଲା ।

anugul
ସଂକ୍ରମଣ ରୋକିବାକୁ ପ୍ରଶାସନ ପଦକ୍ଷେପ

ଜିଲ୍ଲା ମଧ୍ୟରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତମାନଙ୍କ ମଧ୍ୟରେ ବଅଁରପାଳ ବ୍ଳକ ଅଞ୍ଚଳରୁ ସର୍ବାଧିକ ୫୨ ଜଣ ପଜେଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୩୭ ଜଣ ପୁରୁଷ ଓ ୧୫ ଜଣ ମହିଳା ଅଛନ୍ତି। ସେହିପରି କଣିହାଁ ବ୍ଳକ ଅଞ୍ଚଳରୁ ୨୧ ଜଣ, ଅନୁଗୋଳ ପୌରାଞ୍ଚଳରୁ ୨୦ ଜଣ, ତାଳଚେର ବ୍ଲକ ଅଞ୍ଚଳରୁ ୧୭ ଜଣ, ଛେଣ୍ଡିପଦା ବ୍ଳକ ଅଞ୍ଚଳରୁ ୧୩ ଜଣ, ତାଳଚେର ପୌରାଞ୍ଚଳରୁ ୧୦ ଜଣ, କିଶୋରନଗର ବ୍ଳକରୁ ୮ ଜଣ, ଅନୁଗୋଳ ବ୍ଲକ ଅଞ୍ଚଳରୁ ୭ ଜଣ, ଆଠମଲ୍ଲିକ ବ୍ଲକ ଅଞ୍ଚଳରୁ ଜଣେ ଅଛନ୍ତି ।

ସମସ୍ତେ ଅନ୍ୟ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ପଜେଟିଭ ହୋଇଥିବାର ଜଣାପଡିଛି । ସମସ୍ତ ଲକ୍ଷଣଯୁକ୍ତ ଆକ୍ରାନ୍ତଙ୍କୁ କୋଭିଡ ହସ୍ପିଟାଲକୁ ଚିକିତ୍ସା ନିମନ୍ତେ ସ୍ଥାନାନ୍ତର କରାଯାଉଥିବାବେଳେ ସ୍ବଳ୍ପ ଲକ୍ଷଣଯୁକ୍ତ ଓ ଲକ୍ଷଣ ବିହୀନ ଆକ୍ରାନ୍ତଙ୍କୁ ନିଜ ଘରେ ଆଇସୋଲେସନରେ ରଖାଯାଇ ନିରୀକ୍ଷଣ କରାଯାଉଛି ବୋଲି ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ପ୍ରକାଶ କରିଛନ୍ତି ।

ଆଜି ଜିଲ୍ଲାରୁ ୧୯୨ ଜଣ ସୁସ୍ଥ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ୨୨ ଜଣ କୋଭିଡ ହସ୍ପିଟାଲରୁ ୨ ଜଣ କୋଭିଡ କେୟାର ସେଣ୍ଟରରୁ ଓ ୧୬୮ ଜଣ ହୋମ ଆଇସୋଲେସନରୁ ସୁସ୍ଥ ହୋଇଛନ୍ତି ।

ଅନୁଗୋଳରୁ ସଂଗ୍ରାମ ରଞ୍ଜନ ନାଥ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.