ଅନୁଗୋଳ: ଅନୁଗୋଳ ଜିଲ୍ଲା ବନ୍ତଳା ଥାନା କଲେଇପଦା ଗାଁରେ ଜଣେ ବୃଦ୍ଧଙ୍କ ମୃତଦେହ ଗଛରେ ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହୋଇଛି । ଏହା ହତ୍ୟା ନା ଆତ୍ମହତ୍ୟା ସେନେଇ ପୋଲିସ ତଦନ୍ତ ଚଳାଇଛି ।
ମିଳିଥିବା ସୂଚନା ଅନୁଯାୟୀ ଥାନା କଲେଇପଦା ଗାଁର ରାଜ ମୁଖୀ ଗତକାଲି (ରବିବାର) ଅପରାହ୍ନ ୩ଟା ବେଳ ଶୌଚ ହେବାକୁ ଯାଉଛି କହି ଘରୁ ବାହାରି ଆସିଥିଲେ । ତେବେ ବିଳମ୍ବିତ ରାତି ପର୍ଯ୍ୟନ୍ତ ସେ ଘରକୁ ଫେରି ନଥିଲେ । ପରିବାର ଲୋକେ ଖୋଜାଖୋଜି ପରେ ରାତିରେ ତାଙ୍କ ମୃତଦେହ ଗାଁ ନିକଟରେ ଥିବା ଏକ ଗଛରେ ଝୁଲୁଥିବା ଦେଖିବାକୁ ପାଇଥିଲେ । ତାକୁ କେହି ହତ୍ୟା କରି ଟାଙ୍ଗି ଦେଇଥିବା ପରିବାର ଲୋକେ ଅଭିଯୋଗ କରିଥିଲେ । ଅଭିଯୋଗ ପରେ ବନ୍ତଳା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ସନ୍ଧାନୀ କୁକୁର ଓ ସାଇଣ୍ଟିଫିକ ସହାୟତାରେ ତଦନ୍ତ ଚଳାଇଛି । ।
ଅନୁଗୋଳରୁ ସଂଗ୍ରାମ ରଞ୍ଜନ ନାଥ, ଇଟିଭି ଭାରତ