ଅନୁଗୋଳ: ପଞ୍ଚାୟତ ନିର୍ବାଚନରେ ଓବିସି ସଂରକ୍ଷଣ ବ୍ୟବସ୍ଥା ଉଚ୍ଛେଦ ବିରୁଦ୍ଧରେ ଅନୁଗୋଳରେ ଭାରତୀୟ ଜନତା ପାର୍ଟି ପ୍ରତିବାଦ କରିଛି । ବିଜେପି ଓବିସି ମୋର୍ଚ୍ଚା ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପ୍ରତିବାଦ କରାଯାଇଛି । ରାଜ୍ୟ ବିଜେପି ଓବିସି ମୋର୍ଚ୍ଚା ସାଧାରଣ ସମ୍ପାଦକ ପ୍ରତାପ ଚନ୍ଦ୍ର ପ୍ରଧାନଙ୍କ ନେତୃତ୍ୱରେ ଦଳ ପକ୍ଷରୁ ପଞ୍ଚାୟତ ନିର୍ବାଚନ ପାଇଁ ରାଜ୍ୟ ସରକାରଙ୍କ ସଂରକ୍ଷଣ ନୀତିକୁ କଡ଼ା ବିରୋଧ କରିଛନ୍ତି ବିଜେପି କର୍ମୀ ।
ଏହି କ୍ରମରେ ବିଜେପି କର୍ମୀ ଏକ ପ୍ରତିବାଦ ଶୋଭାଯାତ୍ରାରେ ବାହାରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚିଥିଲେ । ସେଠାରେ ପ୍ରତିବାପ କରିବା ସହ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରିଛନ୍ତି । ତୁରନ୍ତ ଓବିସି ସଂରକ୍ଷଣ ବ୍ୟବସ୍ଥା ଲାଗୁ କରିବାକୁ ବିଜେପି ଓବିସି ମୋର୍ଚ୍ଚା ପକ୍ଷରୁ ଦାବି କରାଯାଇଛି ।
ରାଜ୍ୟ ସରକାର ଜାଣିଶୁଣି ଓବିସିଙ୍କୁ ଅଣଦେଖା କରିଥିବା ଦଳ ପକ୍ଷରୁ ଅଭିଯୋଗ କରାଯାଇଛି । ଯଦି ସରକାର ନିଜ ନିଷ୍ପତ୍ତି ନ ବଦଳାନ୍ତି ତେବେ ବିଜେପି ପକ୍ଷରୁ ଜୋରଦାର ଆନ୍ଦୋଳନ କରାଯିବ ନେଇ ଧମକ ଦିଆଯାଇଛି ।
ଅନୁଗୋଳରୁ ସଂଗ୍ରାମ ରଞ୍ଜନ ନାଥ, ଇଟିଭି ଭାରତ