ETV Bharat / state

ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷଙ୍କ ସମୀକ୍ଷା ବୈଠକ

author img

By

Published : Dec 31, 2020, 7:22 AM IST

ଅନୁଗୋଳ ସର୍କିଟ ହାଉସ ଠାରେ ଜିଲ୍ଲାର ପାନୀୟଜଳ, ଧାନ ସମେତ MGNRGS କାର୍ଯ୍ୟର ସମୀକ୍ଷା କଲେ ରାଜ୍ୟ ଯୋଜନା ବୋର୍ଡ ଉପାଧକ୍ଷ ସଞ୍ଜୟ ଦାସବର୍ମା । ଅଧିକ ପଢନ୍ତୁ...

ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷଙ୍କ ସମୀକ୍ଷା ବୈଠକ
ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷଙ୍କ ସମୀକ୍ଷା ବୈଠକ

ଅନୁଗୋଳ: ଜିଲ୍ଲାର ବିଭିନ୍ନ ଉର୍ଣ୍ଣୟନ କାର୍ଯ୍ୟର ସମୀକ୍ଷା କଲେ ରାଜ୍ୟ ଯୋଜନା ବୋର୍ଡ ଉପାଧକ୍ଷ ସଞ୍ଜୟ ଦାସବର୍ମା । ଅନୁଗୋଳ ସର୍କିଟ ହାଉସଠାରେ ଜିଲ୍ଲାର ପାନୀୟଜଳ, ଧାନ ସମେତ MGNRGS କାର୍ଯ୍ୟର ସମୀକ୍ଷା କରିଛନ୍ତି । ବିଶେଷ କରି ମହାତ୍ମାଗାନ୍ଧୀ ଗ୍ରାମୀଣ କର୍ମ ନିଯୁକ୍ତି ଯୋଜନା କିଭଳି ଚାଲିଛି ତାହାର ପୁଙ୍ଖାନୁପୁଙ୍ଖ ସମୀକ୍ଷା କରିଥିଲେ । ଜିଲ୍ଲାରେ ଏହା ଶତକଡା ୭୦ଭାଗ ସଫଳ ହୋଇଥିବାରୁ ସେ ସନ୍ତୋଷ ପ୍ରକାଶ କରିଛନ୍ତି । ଏହାଛଡା ପାନୀୟ ଜଳ ଯୋଗାଣ ଓ ଅନ୍ୟାନ୍ୟ ସରକାରୀ ଯୋଜନାରେ କିଭଳି ଅଗ୍ରଗତି ହେଉଛି ସେନେଇ ଆଲୋଚନା କରିବା ସହ ସବୁ କାମକୁ ତ୍ବରାନ୍ବିତ କରିବାକୁ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦେଶ ଦେଇଛନ୍ତି ।

ଏହି ସମୀକ୍ଷା ବୈଠକରେ ଜିଲ୍ଲାପାଳ ସିଦ୍ଧାନ୍ତ ଶଙ୍କର ସ୍ବାଇଁ, ଅନୁଗୋଳ ଜିଲ୍ଲାର ସମସ୍ତ ବିଧାୟକ, ସାଂସଦ ଓ ବିଧାନସଭା ଉପ ବାଚସ୍ପତି ରଜନୀକାନ୍ତ ସିଂ ଯୋଗ ଦେଇଥିଲେ ।

ଅନୁଗୋଳରୁ ସଂଗ୍ରାମ ରଞ୍ଜନ ନାଥ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.