ETV Bharat / state

Satkosia Gorge Designated As Ramsar Site: ସାତକୋଶିଆକୁ ମିଳିଲା ରାମସାର କ୍ଷେତ୍ର ମାନ୍ୟତା - ସାତକୋଶିଆକୁ ମିଳିଲା ରାମସାର କ୍ଷେତ୍ର ମାନ୍ୟତା

ସାତକୋଶିଆକୁ ମିଳିଲା ରାମସାର କ୍ଷେତ୍ର ମାନ୍ୟତା । ଏହାକୁ ମିଶାଇ ଦେଶରେ ମୋଟ୍‌ ରାମସାର କ୍ଷେତ୍ର ସଂଖ୍ୟା ୬୪ରେ ପହଞ୍ଚିଛି । ଅଧିକ ପଢନ୍ତୁ

ସାତକୋଶିଆକୁ ମିଳିଲା ରାମସାର କ୍ଷେତ୍ର ମାନ୍ୟତା

author img

By

Published : Aug 3, 2022, 10:34 PM IST

ଅନୁଗୋଳ: ସାତକୋଶିଆକୁ ମିଳିଲା ରାମସାର କ୍ଷେତ୍ର ମାନ୍ୟତା । ସାତକୋଶିଆ ଗର୍ଜ ଅର୍ଥାତ ଦୁଇ ପର୍ବତ ମଧ୍ୟରେ ସଙ୍କୁଚିତ ଜଳ ମାର୍ଗ । ସାତକୋଶିଆ ସମେତ ଦେଶର ଆଉ ୧୦ଟି ଆର୍ଦ୍ର ଭୂମିକୁ ରାମସାର କ୍ଷେତ୍ର ମାନ୍ୟତା ମିଳିଛି । ଏହାକୁ ମିଶାଇ ଦେଶରେ ମୋଟ୍‌ ରାମସାର କ୍ଷେତ୍ର ସଂଖ୍ୟା ୬୪ରେ ପହଞ୍ଚିଛି ।

ଦେଶରେ ମୋଟ୍‌ ୧୨,୫୦,୩୬୧ ହେକ୍ଟର ଆର୍ଦ୍ରଭୂମି କ୍ଷେତ୍ରକୁ ଏହି ମାନ୍ୟତା ମିଳିଛି । ଚଳିତ ଥର ତାମିଲନାଡ଼ୁର ୬ଟି ଆର୍ଦ୍ରଭୂମିକୁ ରାମସାର ମାନ୍ୟତା ମିଳିଥିବା ବେଳେ ଓଡ଼ିଶା, ଗୋଆ, କର୍ଣ୍ଣାଟକ, ମଧ୍ୟପ୍ରଦେଶର ଗୋଟିଏ ଲେଖାଏଁ କ୍ଷେତ୍ରକୁ ଏହି ମାନ୍ୟତା ପ୍ରଦାନ କରାଯାଇଛି । ରାମସାର ମାନ୍ୟତା ମିଳିବା ଫଳରେ ଏସବୁ ଆର୍ଦ୍ରଭୂମିର ସଂରକ୍ଷଣ ଏବଂ ପରିଚାଳନାରେ ସହାୟତା ମିଳିପାରିବ ତଥା ସମ୍ବଳର ସୁବିନିଯୋଗ ହୋଇପାରିବ । ୧୯୭୧ ମସିହାରେ ଇରାନରେ ରାମସାର କନଭେନ୍ସନ ସ୍ବାକ୍ଷରିତ ହୋଇଥିଲା । ଏଥିରେ ଭାରତ ଅନ୍ୟତମ ଚୁକ୍ତିବଦ୍ଧ ପକ୍ଷ ରହିଛି । ଫେବୃଆରୀ ପହିଲା ୧୯୮୨ରେ ଭାରତ ଏଥିରେ ସ୍ବାକ୍ଷର କରିଥିଲା । ଏବେ ସୁଦ୍ଧା ଭାରତରେ ଅନ୍ତର୍ଜାତୀୟ ଗୁରୁତ୍ବ ବହନ କରୁଥିବା ୧୨,୫୦,୩୬୧ ହେକ୍ଟର କ୍ଷେତ୍ରଫଳ ବିଶିଷ୍ଟ ୬୪ଟି ଆର୍ଦ୍ରଭୂମିକୁ ରାମସାର ମାନ୍ୟତା ମିଳିଛି ।

ଇଟିଭି ଭାରତ, ଅନୁଗୋଳ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.