ETV Bharat / state

ଅନୁଗୋଳରେ 5 ହଜାର ମୁହାଁ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ! - ସୂଚନା ଲୋକ ସମ୍ପର୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା

ଅନୁଗୋଳ ଜିଲ୍ଲାରୁ ଗୋଟିଏ ଦିନରେ ୧୨୧ ଜଣ ନୂଆ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଯାହାକୁ ମିଶାଇ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୪,୯୩୬ ରେ ପହଁଞ୍ଚିଥିବା ନେଇ ଜିଲ୍ଲା ସୂଚନା ଲୋକ ସମ୍ପର୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।

corona  in Anugul
ଅନୁଗୋଳ କୋରୋନା ଅପଡେଟ
author img

By

Published : Oct 4, 2020, 10:08 PM IST

ଅନୁଗୋଳ: ରାଜ୍ୟରେ ଖସିବାରେ ନାଁ ଧରୁନି କୋରୋନା ଗ୍ରାଫ । ରବିବାର ଅନୁଗୋଳ ଜିଲ୍ଲାରୁ ଗୋଟିଏ ଦିନରେ ୧୨୧ ଜଣ ନୂଆ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଯାହାକୁ ମିଶାଇ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୪,୯୩୬ ରେ ପହଁଞ୍ଚିଥିବା ନେଇ ଜିଲ୍ଲା ସୂଚନା ଲୋକ ସମ୍ପର୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ସେହିପରି ଅନ୍ୟ ଜିଲ୍ଲାରୁ ଅନୁଗୋଳରେ ସ୍ଵାବ ନମୁନା ଦେଇଥିବା ବ୍ୟକ୍ତିମାନଙ୍କ ମଧ୍ୟରୁ ରବିବାର ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବାରୁ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୮୪ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ତାଳଚେର ବ୍ଲକ ଅଞ୍ଚଳରୁ ୩୭ଜଣ, ଅନୁଗୋଳ ପୌରାଞ୍ଚଳରୁ ୧୯ ଜଣ , ବଅଁରପାଳ ବ୍ଳକ ଅଞ୍ଚଳରୁ ୧୫ ଜଣ , ଛେଣ୍ଡିପଦା ବ୍ଲକ ଅଞ୍ଚଳରୁ ୧୪ ଜଣ ,ତାଳଚେର ପୌରାଞ୍ଚଳରୁ ୧୨ ଜଣ , ଅନୁଗୋଳ ବ୍ଳକରୁ ୭ ଜଣ, କିଶୋରନଗର ବ୍ଲକ ଅଞ୍ଚଳରୁ ୬ ଜଣ , ପାଲଲହଡା ବ୍ଳକରୁ ୪ ଜଣ, ଆଠମଲ୍ଲିକ ବିଜ୍ଞାପିତ ଅଞ୍ଚଳ ପରିଷଦରୁ ୨ ଜଣ ,ଆଠମଲ୍ଲିକ ବ୍ଲକ ଅଞ୍ଚଳରୁ ୨ ଜଣ ଓ କଣିହାଁ ବ୍ଳକ ଅଞ୍ଚଳରୁ ଜଣେ ଚିହ୍ନଟ ହୋଇଛନ୍ତି ।

ସମସ୍ତେ ଅନ୍ୟ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ପଜିଟିଭ ହୋଇଥିବାର ଜଣାପଡିଛି । ସମସ୍ତ ଲକ୍ଷଣଯୁକ୍ତ ଆକ୍ରାନ୍ତଙ୍କୁ କୋଭିଡ ହସ୍ପିଟାଲକୁ ଚିକିତ୍ସା ନିମନ୍ତେ ସ୍ଥାନାନ୍ତର କରାଯାଉଥିବା ବେଳେ ସ୍ବଳ୍ପ ଲକ୍ଷଣଯୁକ୍ତ ଓ ଲକ୍ଷଣ ବୀହିନ ଆକ୍ରାନ୍ତମାନଙ୍କୁ ନିଜ ଘରେ ଆଇସୋଲେସନରେ ରଖାଯାଇ ନିରୀକ୍ଷଣ କରାଯାଉଛି ବୋଲି ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ପ୍ରକାଶ କରିଛନ୍ତି ।

ତେବେ ରବିବାର ଜିଲ୍ଲାରୁ ୨୫୮ ଜଣ ସୁସ୍ଥ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ୨୫ ଜଣ କୋଭିଡ ହସ୍ପିଟାଲରୁ ୪ ଜଣ କୋଭିଡ କେୟାର ସେଣ୍ଟରରୁ ଓ ୨୨୯ ଜଣ ହୋମ ଆଇସୋଲେସନରୁ ସୁସ୍ଥ ହୋଇଛନ୍ତି ।

ଅନୁଗୋଳରୁ ସଂଗ୍ରାମ ରଞ୍ଜନ ନାଥ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.