ETV Bharat / state

ରେଙ୍ଗାଲୀ ବିସ୍ଥାପିତ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ

author img

By ETV Bharat Odisha Team

Published : Dec 11, 2023, 6:28 PM IST

Dharmendra Writes To CM Naveen: ଧର୍ମେନ୍ଦ୍ର ଚିଠିରେ ଉଲ୍ଲେଖ କରି କହିଛନ୍ତି ବ୍ରାହ୍ମଣୀ ନଦୀ ଉପରେ ନିର୍ମିତ ରେଙ୍ଗାଳି ବହୁମୁଖୀ ନଦୀବନ୍ଧ ଯୋଜନା ଓଡ଼ିଶାର ଦ୍ବିତୀୟ ବୃହତ୍ତମ ନଦୀବନ୍ଧ ଯୋଜନା । ଏହା ରାଜ୍ୟର ଜଳସେଚନ ଓ ବିଦ୍ୟୁତ ଉତ୍ପାଦନ କ୍ଷମତାକୁ ବହୁଗୁଣିତ କରିଥିଲେ ମଧ୍ୟ ଏହି ପ୍ରକଳ୍ପ ବିସ୍ଥାପିତ ହୋଇଥିବା ହଜାର ହଜାର ସ୍ଥାନୀୟ ବାସିନ୍ଦାଙ୍କୁ ଚିରକାଳ ଦୁର୍ଦ୍ଦଶା ଭିତରକୁ ଠେଲିଦେଇଛି । ଅଧିକ ପଢନ୍ତୁ

ରେଙ୍ଗାଲୀ ବିସ୍ଥାପିତ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ
ରେଙ୍ଗାଲୀ ବିସ୍ଥାପିତ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ

ଅନୁଗୋଳ: ରେଙ୍ଗାଳି ବିସ୍ଥାପିତଙ୍କୁ ବର୍ଦ୍ଧିତ କ୍ଷତିପୂରଣ ରାଶି ସହ ସେମାନଙ୍କ ଦାବିକୁ ପୂରଣ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖି ରେଙ୍ଗାଳି ବିସ୍ଥାପିତଙ୍କୁ ବର୍ଦ୍ଧିତ କ୍ଷତିପୂରଣ ରାଶି ପ୍ରଦାନ କରିବା ସହ ସେମାନଙ୍କର ୭ ଦଫା ଦାବିକୁ ପୂରଣ କରିବାକୁ ଅନୁରୋଧ କରିଛନ୍ତି ଧର୍ମେନ୍ଦ୍ର ।

ଧର୍ମେନ୍ଦ୍ର ଚିଠିରେ ଉଲ୍ଲେଖ କରି କହିଛନ୍ତି ବ୍ରାହ୍ମଣୀ ନଦୀ ଉପରେ ନିର୍ମିତ ରେଙ୍ଗାଳି ବହୁମୁଖୀ ନଦୀବନ୍ଧ ଯୋଜନା ଓଡ଼ିଶାର ଦ୍ବିତୀୟ ବୃହତ୍ତମ ନଦୀବନ୍ଧ ଯୋଜନା । ଏହା ରାଜ୍ୟର ଜଳସେଚନ ଓ ବିଦ୍ୟୁତ ଉତ୍ପାଦନ କ୍ଷମତାକୁ ବହୁଗୁଣିତ କରିଥିଲେ ମଧ୍ୟ ଏହି ପ୍ରକଳ୍ପ ବିସ୍ଥାପିତ ହୋଇଥିବା ହଜାର ହଜାର ସ୍ଥାନୀୟ ବାସିନ୍ଦାଙ୍କୁ ଚିରକାଳ ଦୁର୍ଦ୍ଦଶା ଭିତରକୁ ଠେଲିଦେଇଛି । ପ୍ରାୟ ଚାରି ଦଶନ୍ଧିର ଏଦୁର୍ଦ୍ଦଶା ଆଜି ବି ଆମକୁ ମର୍ମାହତ କରୁଛି ।

ଅଧିକ ପଢନ୍ତୁ- ପାଞ୍ଚମ ଦିନରେ ରେଙ୍ଗାଲି ବିସ୍ଥାପିତ ଜଳ ସତ୍ୟାଗ୍ରହ, ବହାରୁନି ସମାଧାନର ବାଟ

ସେହିପରି ଧର୍ମେନ୍ଦ୍ର ଲେଖିଛନ୍ତି ରେଙ୍ଗାଳି ଯୋଜନାରେ ୧୯୭୩ ମସିହାରେ ଅନୁଗୋଳ ଜିଲ୍ଲାର ପାଲଲହଡା, ତାଳଚେର ଏବଂ ଦେବଗଡ଼ ଜିଲ୍ଲାର ମୋଟ ୨୬୩ ଗୋଟି ଗ୍ରାମ ଜଳମଗ୍ନ ହେବା ସହ ପ୍ରାୟ ୧୩ ହଜାର କୁଟୁମ୍ବ ବାସହରା ହୋଇଥିଲେ । ଉପଯୁକ୍ତ ଥଇଥାନ ଓ କ୍ଷତିପୂରଣ ଅଭାବରୁ ଅନେକଙ୍କୁ ହନ୍ତସନ୍ତ ହେବାକୁ ପଡିଥିଲା । କୌଣସି ସ୍ପଷ୍ଟ ବିସ୍ଥାପନ ନୀତି ନ ଥାଇ କିମ୍ବା କୌଣସି ଗ୍ରାମସଭା, ପଲ୍ଲୀସଭା ଅବା ଜନଶୁଣାଣି କରା ନ ଯାଇ ସ୍ଥାନୀୟ ବାସିନ୍ଦାଙ୍କୁ ବିସ୍ଥାପନ ପାଇଁ ବାଧ୍ୟ କରାଗଲା । ଏଭିତରେ ବ୍ରାହ୍ମଣୀରେ ଅନେକ ପାଣି ବହିଗଲାଣି । ନ୍ୟାୟ ପାଇଁ ଅନେକ ଗଣଧାରଣା, ଅନଶନ, ପ୍ରତିବାଦ ଓ ବିକ୍ଷୋଭ ମଧ୍ୟ ହୋଇଗଲାଣି । ତଥାପି ବିସ୍ଥାପିତଙ୍କ ଅବସ୍ଥାରେ କିଛି ପରିବର୍ତ୍ତନ ଆସିନାହିଁ।

ବିସ୍ଥାପିତଙ୍କ ହକ ପାଇଁ ଗଡଜାତ ଆନ୍ଦୋଳନର ପୁରୋଧା ସ୍ବର୍ଗତ ପବିତ୍ର ମୋହନ ପ୍ରଧାନ ଏକଦା ଆନ୍ଦୋଳନର ଡାକରା ଦେଇଥିଲେ । ତାଙ୍କ ଅବର୍ତ୍ତମାନରେ ଅନୁରୂପ ବଳିଷ୍ଠ ନେତୃତ୍ବର ଅଭାବରୁ କ୍ଷତିଗ୍ରସ୍ତଙ୍କୁ ଆଉ ନ୍ୟାୟ ମିଳିଲା ନାହିଁ, ଯାହା ଦୁଃଖର ବିଷୟ। ଗରିବ, ଖଟିଖିଆ, ଚାଷୀ, ପଛୁଆ ବର୍ଗ, ତଥା ଦଳିତ ଓ ଆଦିବାସୀ ଜନସାଧାରଣ ବର୍ଗର ପ୍ରାୟ ୮୦ ପ୍ରତିଶତରୁ ଉର୍ଦ୍ଧ୍ବ ବିସ୍ଥାପିତ ନ୍ୟାୟାଳୟର ଦ୍ବାରସ୍ଥ ହେବା ପାଇଁ ସମ୍ବଳ ନ ଥିବାରୁ ଆଜି ନିଜକୁ ଉପେକ୍ଷିତ ଓ ଅପମାନିତ ମଣୁଛନ୍ତି । ଏପରିକି ଗଡ଼ଜାତ ଅଞ୍ଚଳ ପ୍ରତି ରାଜ୍ୟ ସରକାରଙ୍କ ବୈମାତୃକ ମନୋଭାବର ଏହା ଚରମ ପ୍ରତିଫଳନ ବୋଲି ମଧ୍ୟ ବିଚାରୁଛନ୍ତି ।

ଅଧିକ ପଢନ୍ତୁ- ସମସ୍ୟା ଘେରରେ ରେଙ୍ଗାଲି ବିସ୍ଥାପିତ, 40 ବର୍ଷ ପରେ ବି ମିଳୁନି ସ୍ଥାୟୀ ଜମିପଟ୍ଟା

ପାଲଲହଡା ରେଙ୍ଗାଳି ବିସ୍ଥାପିତ କ୍ଷତିଗ୍ରସ୍ତ ପ୍ରଜା ସଙ୍ଘର ବାସଚ୍ୟୁତ ଜନସାଧାରଣଙ୍କ ଦୁରବସ୍ଥା ଆଜି ସୀମା ଟପିବାକୁ ବସିଲାଣି । ସଂଘର ସଭ୍ୟମାନେ ୭ ଦଫା ଦାବି ନେଇ ରେଙ୍ଗାଳି ଜଳଭଣ୍ଡାର ସଂଲଗ୍ନ ପାଳଲହଡା ଦ୍ଵିତୀୟ ଚିଲିକାରେ ଅନିର୍ଦ୍ଦିଷ୍ଟ କାଳ ପାଇଁ ଏବେ ଜଳ ସତ୍ୟାଗ୍ରହ କରୁଛନ୍ତି । ଆବଶ୍ୟକ ପଡ଼ିଲେ ଉକ୍ତ ଜଳଭଣ୍ଡାରରେ ସେମାନେ ଜଳସମାଧି ନେବେ ବୋଲି ଚେତାବନୀ ଦେଇଛନ୍ତି । ତେଣୁ ବିସ୍ଥାପିତମାନଙ୍କ ସମସ୍ତ ଦାବିକୁ ସମ୍ମାନ ଜଣାଇ ଏଗୁଡ଼ିକୁ ଯଥାଶୀଘ୍ର ପୂରଣ କରିବା ଦିଗରେ ମୁଖ୍ୟମନ୍ତ୍ରୀଙ୍କ ସହଯୋଗ ଲୋଡିଛନ୍ତି କେନ୍ଦ୍ରମନ୍ତ୍ରୀ । ଏଭଳି ସମ୍ବେଦନଶୀଳ ପ୍ରସଙ୍ଗରେ ରାଜ୍ୟ ସରକାର ଆନ୍ତରିକତା ଦେଖାଇବା ସହ ସମୟୋଚିତ ପଦକ୍ଷେପ ଗ୍ରହଣପୂର୍ବକ ବିସ୍ଥାପିତଙ୍କୁ ସେମାନଙ୍କ ପ୍ରାପ୍ୟ ପ୍ରଦାନ କରିବାରେ ତତ୍ପରତା ପ୍ରକାଶ କରିବେ ବୋଲି ପ୍ରଧାନ ଆଶାବ୍ୟକ୍ତ କରିଛନ୍ତି ।

ଇଟିଭି ଭାରତ, ଅନୁଗୋଳ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.