ବଲାଙ୍ଗୀର: ଜିଲ୍ଲାରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ବଢ଼ି ଚାଲିଛି। ଏହି ସଂଖ୍ୟା ସୋମବାର 150 ପାର ହୋଇଛି।
ସୋମବାର ପୁଣି ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତ। ଟିଟିଲାଗଡ଼ ବ୍ଲକ ଅନ୍ତର୍ଗତ ଭୁସଲାଡ଼ ଗ୍ରାମରୁ ଏହି ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେ ନିକଟରେ ମୁମ୍ବାଇରୁ ଫେରି ଏଠି ସଙ୍ଗରୋଧ କେନ୍ଦ୍ରରେ ଥିଲେ। ତେବେ ତାଙ୍କୁ ବଲାଙ୍ଗୀର କିମ୍ସ କୋଭିଡ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ସେପଟେ ଏହାକୁ ମିଶାଇ ବଲାଙ୍ଗୀରରେ ମୋଟ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା 152ରେ ପହଞ୍ଚି ଥିବା ବେଳେ ଏଥିମଧ୍ୟରୁ 129 ଜଣ ସୁସ୍ଥ ହୋଇଛନ୍ତି । ସେହିପରି ବର୍ତ୍ତମାନ 23 ଜଣ ଚିକିତ୍ସାଧୀନ ଥିବାର ଜିଲ୍ଲା ପ୍ରଶାସନ ସୂଚନା ଦେଇଛି ।
ବଲାଙ୍ଗୀରରୁ ଶେଖ ମହମ୍ମଦ ୱାହିଦ, ଇଟିଭି ଭାରତ