ବଲାଙ୍ଗୀର:ପାରିବାରିକ କଳହର କରୁଣ ପରିଣତି। ସ୍ତ୍ରୀକୁ ହାଣି ନିର୍ମମ ଭାବରେ ହତ୍ୟା କରିଛି ସ୍ବାମୀ। ଏଭଳି ଅଭାବନୀୟ ଘଟଣା ଘଟିଛି ବଲାଙ୍ଗୀର ଜିଲ୍ଲା ବଙ୍ଗୋମୁଣ୍ଡା ଥାନା ଅନ୍ତର୍ଗତ ଭାଲୁମୁଣ୍ଡା ଗ୍ରାମରେ । ତେବେ ଏହି ଘଟଣାରେ ପୋଲିସ ଅଭିଯୁକ୍ତ ସ୍ବାମୀକୁ ଅଟକ ରଖି ତଦନ୍ତ ଜାରି ରଖିଛି ।
ସୂଚନା ଅନୁଯାୟୀ, ଅଭିଯୁକ୍ତ ଗୋଦାବରୀଶ ସାହୁ ଓ ତାଙ୍କ ସ୍ତ୍ରୀ ରିନା ସାହୁଙ୍କ ମଧ୍ୟରେ ବାରମ୍ବାର ଝଗଡା ହେଉଥିଲା । ଯାହା ଶନିବାର କଳହର ଉଗ୍ର ରୂପ ନେଇଥିଲା । ଶେଷରେ ସ୍ବାମୀ ନିଜ ସ୍ତ୍ରୀକୁ ଏକ ଧାରୁଆ ପନିକିରେ ହାଣି ଅତି ନିର୍ମମ ଭାବରେ ହତ୍ୟା କରିଛି।
ସେପଟେ ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅଭିଯୁକ୍ତ ସ୍ବାମୀକୁ ଅଟକ ରଖି ପଚରାଉଚରା ଜାରି ରଖିଥିବା ବେଳେ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି ।
ବଲାଙ୍ଗୀରରୁ ଶେଖ୍ ମହମ୍ମଦ ୱାହିଦ୍, ଇଟିଭି ଭାରତ