ETV Bharat / state

ବଲାଙ୍ଗୀରରେ ମନ୍ତ୍ରୀ ଟୁକୁନି ସାହୁଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ

author img

By ETV Bharat Odisha Team

Published : Jan 12, 2024, 7:55 AM IST

Road Accident: ରାଜ୍ୟ ଜଳସମ୍ପଦ ମନ୍ତ୍ରୀ ଟୁକୁନି ସାହୁଙ୍କ କାର୍ ଦୁର୍ଘଟଣା । ଅଳ୍ପକେ ବର୍ତ୍ତିଲେ ମନ୍ତ୍ରୀ । ତାଙ୍କ ଡ୍ରାଇଭରଙ୍କ ଅବସ୍ଥା ଗୁରୁତର । ଅଧିକ ପଢନ୍ତୁ

Car Accident
ମନ୍ତ୍ରୀ ଟୁକୁନି ସାହୁଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ

ବଲାଙ୍ଗୀର: ମନ୍ତ୍ରୀ ଟୁକୁନି ସାହୁଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ । ଗତକାଲି (ଗୁରୁବାର) ରାତିରେ ବଲାଙ୍ଗୀରରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇ ନିଜର ଟିଟିଲାଗଡ଼ସ୍ଥିତ ବାସଭବନକୁ ଫେରିବା ବାଟରେ ମନ୍ତ୍ରୀ ଟୁକୁନି ସାହୁ ଦୁର୍ଘଟଣାର ଶିକାର ହୋଇଛନ୍ତି । ତାଙ୍କ ଗାଡିକୁ ଏକ ମାଲବାହୀ ଭ୍ୟାନ ଧକ୍କା ଦେଇଥିଲା । ତେବେ ଦୁର୍ଘଟଣାରେ ମନ୍ତ୍ରୀ ଅଳ୍ପକେ ବର୍ତ୍ତି ଯାଇଥିବା ବେଳେ ତାଙ୍କର ଡ୍ରାଇଭର ଗୁରୁତର ଆହତ ହୋଇଛନ୍ତି । ଡ୍ରାଇଭରଙ୍କୁ ଉଦ୍ଧାର କରାଯାଇ ପ୍ରଥମେ ସଇଁତଳା ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ବେଳେ ପରେ ବଲାଙ୍ଗୀର ଭୀମ ଭୋଇ ମେଡିକାଲ୍ କଲେଜ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି । ତେବେ ଟୁକୁନି ସାହୁ ସମ୍ପୂର୍ଣ୍ଣ ସୁରକ୍ଷିତ ଥିବା ସୂଚନା ରହିଛି ।

ସୂଚନା ଅନୁସାରେ, ଗୁରୁବାର ସନ୍ଧ୍ୟାରେ ରାଜ୍ୟ ଜଳସମ୍ପଦ ମନ୍ତ୍ରୀ ଟୁକୁନି ସାହୁ ବଲାଙ୍ଗୀରରେ ଆୟୋଜିତ ମଠାଖାଇ ନାଟ୍ୟ ମହୋତ୍ସବରେ ଯୋଗ ଦେବାକୁ ଯାଇଥିଲେ । ସେଠାରୁ ସେ କାର୍ ଯୋଗେ ଟିଟିଲାଗଡ ସ୍ଥିତ ନିଜ ବାସଭବନ ଫେରୁଥିବା ବେଳେ ବାଟରେ ଦୁର୍ଘଟଣା ଘଟିଥିଲା । ସଇଁତଳା ନିକଟ ଫଫ୍‌ସି ଛକଠାରେ ଏକ ମାଲବାହୀ ଭ୍ୟାନ ଆସି ମନ୍ତ୍ରୀଙ୍କ ଗାଡ଼ିକୁ ଧକ୍କା ଦେଇଥିଲା । ଦୁର୍ଘଟଣାରେ ତାଙ୍କ କାରର କିଛି ଅଂଶ ନଷ୍ଟ ହୋଇଯାଇଛି ।

ଏହା ମଧ୍ୟ ପଢନ୍ତୁ: କାମାକ୍ଷାନଗରରେ ୨ ବାଇକ୍ ମୁହାଁମୁହିଁ ଧକ୍କା, ୨ ମୃତ ଓ ଜଣେ ଗୁରୁତର

ଏହା ମଧ୍ୟ ପଢନ୍ତୁ: ଭୁବନେଶ୍ବରରେ ଟିପର ଧକ୍କାରେ ମହିଳା ମୃତ: ସହର ଭିତରେ ଭାରୀଯାନ ପ୍ରବେଶକୁ ନେଇ ପ୍ରଶ୍ନ ?

ସୌଭାଗ୍ୟବଶତଃ ଦୁର୍ଘଟଣାରେ ମନ୍ତ୍ରୀ ଟୁକୁନି ସାହୁ ଅଳ୍ପକେ ବର୍ତ୍ତି ଯାଇଛନ୍ତି । ସେ ଅକ୍ଷତ ଥିବାବେଳେ ତାଙ୍କ ଡ୍ରାଇଭର ଗୁରୁତର ଆହତ ହୋଇଛନ୍ତି । ପୋଲିସ ଓ ସ୍ଥାନୀୟ ଲୋକେ ମନ୍ତ୍ରୀଙ୍କୁ ଗାଡି ଭିତରୁ ଉଦ୍ଧାର କରିଥିଲେ । ଆହତ ଡ୍ରାଇଭରଙ୍କୁ ଉଦ୍ଧାର କରଯାଇ ପ୍ରଥମେ ସଇଁତଳା ଡାକ୍ତରଖାନାରେ ଭର୍ତ୍ତି କରିଯାଇଥିଲା । ହେଲେ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ବଲାଙ୍ଗୀର ଭୀମ ଭୋଇ ମେଡିକାଲ୍ କଲେଜ ହସ୍ପିଟାଲକକୁ ସ୍ଥାନାନ୍ତରିତ କରାଯାଇଛି । ସେପଟେ ସଇଁତଳା ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି ଦୁର୍ଘଟଣା ଘଟାଇଥିବା ଗାଡି ଓ ତାର ଡ୍ରାଇଭରକୁ ଅଟକ ରଖି ଅଧିକ ତଦନ୍ତ କରୁଛି ।

ଦୁର୍ଘଟଣା ପରେ ମନ୍ତ୍ରୀ ଟୁକୁନି ସାହୁ ନିଜ ବାସଭବନରେ ସୁରକ୍ଷିତ ପହଞ୍ଚିଛନ୍ତି । ସେ ସମ୍ପୂର୍ଣ୍ଣ ସୁରକ୍ଷିତ ଥିବାବେଳେ ତାଙ୍କ ଡ୍ରାଇଭରଙ୍କ ସ୍ବାସ୍ଥ୍ୟବସ୍ଥା ସଙ୍କଟାପନ୍ନ ରହିଛି । ପୋଲିସ ଦୁର୍ଘଟଣା ଘଟାଇଥିବା ଗାଡି ଡ୍ରାଇଭରକୁ ଅଟକ ରଖି ପଚରାଉଚରା କରୁଛି ।

ଇଟିଭି ଭାରତ, ବଲାଙ୍ଗୀର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.