ବଲାଙ୍ଗୀର: ଉପରଝର ଗ୍ରାମରେ ବିଦ୍ୟୁତ ଆଘାତରେ ଜଣେ ଯୁବକର ମୃତ୍ୟୁ ଘଟିଛି। ମୃତ ଯୁବକଙ୍କ ନାମ ଚିତ୍ତରଞ୍ଜନ ପ୍ରଧାନ ବୋଲି ଜଣାପଡିଛି ।
ସୂଚନାଯୋଗ୍ୟ, ଉପରଝର ଗ୍ରାମରେ ଚିତ୍ତରଞ୍ଜନ ପ୍ରଧାନ ନିଜ ଘରେ ବିଦ୍ୟୁତ ସଜାଡୁ ଥିବା ବେଳେ ବିଦ୍ୟୁତ ଆଘାତ ଲାଗିଥିଲା। ଏହାପରେ ତାଙ୍କୁ ଗୁରୁତର ଅବସ୍ଥାରେ ଘର ଲୋକେ ବଲାଙ୍ଗୀରର ଭୀମଭୋଇ ମେଡିକାଲ କଲେଜରେ ଭର୍ତ୍ତି କରିଥିଲେ । ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ତେବେ ଏହି ଘଟଣାରେ ଦେଓଗାଁ ପୋଲିସ ତଦନ୍ତ କରୁଥିବା ବେଳେ ମୃତଦେହ ବ୍ୟବଚ୍ଛେଦ କରି ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି।
ବଲାଙ୍ଗୀରରୁ ଶେଖ ମହମ୍ମଦ ୱାହିଦ, ଇଟିଭି ଭାରତ