ବାଲେଶ୍ବର: 16ନଂ ଜାତୀୟ ରାଜପଥରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଏକ ଟ୍ରକ ଓ ଆମ୍ବୁଲାନ୍ସ ମଧ୍ୟରେ ଧକ୍କା ହେବା ଫଳରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଛି । ବାଲେଶ୍ବର ଜିଲ୍ଲା 16 ନଂ ଜାତୀୟ ରାଜପଥ ନିକଟ ଦାଣ୍ଡକାଳୀ ମନ୍ଦିର ନିକଟରେ ଆମ୍ବୁଲାନ୍ସଟି ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହୋଇଛି ।
ସୂଚନା ଅନୁସାରେ, ରୋଗୀକୁ ଛାଡ଼ି ଭୁବନେଶ୍ବରରୁ କୋଲକାତା ଫେରୁଥିବା ଏକ ଆମ୍ବୁଲାନ୍ସ ଭାରସାମ୍ୟ ହରାଇ ଡିଭାଇଡ଼ର ଡେଇଁ ବିପରୀତ ଦିଗରେ ଆସୁଥିବା ଏକ ଟ୍ରକକୁ ଧକ୍କା ଦେଇଥିଲା । ଫଳରେ ଘଟଣାସ୍ଥଳରେ ଆମ୍ବୁଲାନ୍ସ ଡ୍ରାଇଭରଙ୍କ ମୃତ୍ୟୁ ଘଟିଥିଲା । ତେବେ ଅମ୍ବୁଲାନ୍ସରେ ଥିବା ଅନ୍ୟ ଜଣେ କର୍ମଚାରୀଙ୍କୁ ଗୁରୁତର ଅବସ୍ଥାରେ ମେଡ଼ିକାଲ ନେବା ବାଟରେ ତାଙ୍କର ମୃତ୍ୟୁ ଘଟିଥିଲା।
ତେବେ ଦୁର୍ଘଟଣାଗ୍ରସ୍ତ ଟ୍ରକଟି ରାସ୍ତା ପାର୍ଶ୍ଵ ଦୋକାନ ମଧ୍ୟରେ ପଶିଯାଇଥିଲା । ଯାହା ଫଳରେ ସେଥିରେ ଥିବା ଡ୍ରାଇଭର ଜଣକ ଗୁରୁତର ଆହତ ହୋଇଥିବା ଜଣାପଡ଼ିଛି ।
ବାଲେଶ୍ବରରୁ ଜୀବନ ଜ୍ୟାତି ନାୟକ, ଇଟିଭି ଭାରତ