ବାଲେଶ୍ଵର: ଜିଲ୍ଲା ବିଜୁ ଯୁବ ଜନତା ଦଳର କର୍ମକର୍ତ୍ତାଙ୍କୁ ନେଇ ଏକ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାସ୍ତରରେ ଦାୟିତ୍ବ ଦିଆଯାଇଥିବା ସମସ୍ତ କର୍ମକର୍ତ୍ତାମାନେ ଏହି କାର୍ଯ୍ୟକ୍ରମରେ ଯୋଗଦେଇଥିଲେ। ଆଗାମୀ ପଞ୍ଚାୟତ ନିର୍ବାଚନକୁ ଆଖିରେ ରଖି ବିଜୁ ଯୁବ ଜନତା ଦଳର କର୍ମକର୍ତ୍ତାମାନଙ୍କୁ ବିଭିନ୍ନ ଦାୟିତ୍ବ ବଣ୍ଟନ କରାଯାଇଥିଲା । ତୃଣମୂଳ ସ୍ତରରେ ସଂଗଠନକୁ ସୁଦୃଢ଼ କରିବା ପାଇଁ ସମସ୍ତେ ସଂକଳ୍ପ ନେବା ଜରୁରୀ ବୋଲି ଆହ୍ବାନ ଦିଆଯାଇଛି।
ଏହାସହ ମେଡିକାଲ ସୁବିଧା କି ଅନ୍ୟ କୌଣସି କ୍ଷେତ୍ରରେ ସାଧାରଣ ଲୋକଙ୍କୁ କେମିତି ସାହାଯ୍ୟ କରାଯାଇ ପାରିବ ସେ ବିଷୟରେ ଆଲୋଚନା କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ବିଜୁ ଯୁବ ଜନତା ଦଳର ବହୁ କର୍ମୀ ଯୋଗ ଦେଇଥିବା ବେଳେ ବିଜେଡିର ବରିଷ୍ଠ ନେତା ଉପସ୍ଥିତ ଥିଲେ ।
ବାଲେଶ୍ବରରୁ ଜୀବନ ଜ୍ୟୋତି ନାୟକ, ଇଟିଭି ଭାରତ