ବାଲେଶ୍ବର: ବାଲେଶ୍ଵର ବିଜୁ ଜନତା ଦଳ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଶୁଭେଚ୍ଛା ଉତ୍ସବ ଆୟୋଜିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ନଂ ୱାନ୍ ହେବାପରେ ବାଲେଶ୍ଵର ବିଜେଡି ଜିଲ୍ଲା ସଭାପତିଙ୍କ ଅଧ୍ୟକ୍ଷତାରେ ଏହି ଉତ୍ସବ ଅନୁଷ୍ଠିତ ହୋଇଥିଲା।
ଏଥିରେ ରାଜ୍ୟ ପଞ୍ଚାୟତିରାଜ, ଆଇନ ଓ ନଗର ଉନ୍ନୟନ ମନ୍ତ୍ରୀ ତଥା ଜିଲ୍ଲା ବିଜେଡ଼ି ପର୍ଯ୍ୟବେକ୍ଷକ ପ୍ରତାପ ଜେନା ଯୋଗ ଦେଇ ମୁଖ୍ୟମନ୍ତ୍ରୀଙ୍କ ସଫଳ ସୁଶାସନ ସମ୍ପର୍କରେ ଆଲୋଚନା କରିବା ସହ ମୁଖ୍ୟମନ୍ତ୍ରୀଙ୍କ ଦୀର୍ଘ ଜୀବନ କାମନା କରିଥିଲେ।
ଆୟୋଜିତ କାର୍ଯ୍ୟକ୍ରମରେ ଭୋଗରାଇ ବିଧାୟକ ଅନନ୍ତ ଦାସ, ସଦର ବିଧାୟକ ସ୍ୱରୂପ ଦାସ, ରେମୁଣା ବିଧାୟକ ସୁଧାଂଶୁ ଶେଖର ପରିଡ଼ା, ବସ୍ତା ବିଧାୟକ ନିତ୍ୟାନନ୍ଦ ସାହୁ, ପୂର୍ବତନ ବିଧାୟକ ତଥା ବରିଷ୍ଠ ରାଜନିତିଜ୍ଞ ଅରୁଣ ଦେ, ଜିଲ୍ଲା ପରିଷଦ ଅଧ୍ୟକ୍ଷା ନିବେଦିତା ମହାନ୍ତି, ନାରୀନେତ୍ରୀ ସୁବାସିନୀ ଜେନା ପ୍ରମୁଖ ସାମିଲ ହୋଇ ଦେଶର ନମ୍ବର ୱାନ ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ରାଜ୍ୟ ବର୍ଷ ବର୍ଷ ଧରି ସୁଶାସନ ପାଇ ଚାଲିଥିବ ବୋଲି ଆଶା ପ୍ରକଟ କରିଥିଲେ।
ବାଲେଶ୍ବରରୁ ଜୀବନ ଜ୍ୟୋତି ନାୟକ, ଇଟିଭି ଭାରତ