ETV Bharat / state

ବ୍ରହ୍ମୋସର ସଫଳ ବ୍ୟବହାରିକ ପରୀକ୍ଷଣ, ଶୁଭେଚ୍ଛା ଜଣାଇଲେ ନବୀନ

author img

By

Published : Sep 30, 2020, 1:41 PM IST

Updated : Sep 30, 2020, 5:42 PM IST

ଚାନ୍ଦିପୁର କ୍ଷେପଣାସ୍ତ୍ର କେନ୍ଦ୍ରର ୩ ନଂ ଲଞ୍ଚପ୍ୟାଡ଼ରୁ ଆଜି ସକାଳ 10.25ରେ ସୁପରସୋନିକ କ୍ରୁଜ ମିସାଇଲ ବ୍ରହ୍ମୋସର ସଫଳ ବ୍ୟବହାରିକ ପରୀକ୍ଷଣ କରାଯାଇଛି । ଋଷ ଓ ଭାରତର ମିଳିତ ସହଯୋଗରେ ନିର୍ମିତ ହୋଇଛି ଏହି କ୍ଷେପଣାସ୍ତ୍ର ।

ବ୍ରହ୍ମୋସର ସଫଳ ବ୍ୟବହାରିକ ପରୀକ୍ଷଣ, ଲକ୍ଷ୍ୟ ଭେଦ କ୍ଷମତା 400 କିମି

ବାଲେଶ୍ବର: ବ୍ରହ୍ମୋସ କ୍ଷେପଣାସ୍ତ୍ରର ସଫଳ ବ୍ୟବହାରିକ ପରୀକ୍ଷଣ । ଚାନ୍ଦିପୁର କ୍ଷେପଣାସ୍ତ୍ର କେନ୍ଦ୍ରର ୩ ନଂ ଲଞ୍ଚପ୍ୟାଡ଼ରୁ ଆଜି ସକାଳ 10.25ରେ ସୁପରସୋନିକ କ୍ରୁଜ ମିସାଇଲ ବ୍ରହ୍ମୋସର ସଫଳ ପରୀକ୍ଷଣ କରାଯାଇଛି ।

ବ୍ରହ୍ମୋସର ସଫଳ ବ୍ୟବହାରିକ ପରୀକ୍ଷଣ, ଶୁଭେଚ୍ଛା ଜଣାଇଲେ ନବୀନ
ବ୍ରହ୍ମୋସର ସଫଳ ବ୍ୟବହାରିକ ପରୀକ୍ଷଣ, ଶୁଭେଚ୍ଛା ଜଣାଇଲେ ନବୀନ

ଏହି ପରୀକ୍ଷା ପାଇଁ ପ୍ରତିରକ୍ଷା ବିଭାଗ ତରଫରୁ ପ୍ରସ୍ତୁତି ଚୂଡାନ୍ତ କରାଯାଇଥିଲା । ଋଷ ଓ ଭାରତର ମିଳିତ ସହଯୋଗରେ ନିର୍ମିତ ଏହି କ୍ଷେପଣାସ୍ତ୍ରକୁ ଯେକୌଣସି ପରିସ୍ଥିତିରେ ସ୍ଥଳଭାଗ, ଯୁଦ୍ଧ ଜାହାଜ ଓ ରେଳ ଲଞ୍ଚରରୁ ଉତକ୍ଷେପଣ କରାଯାଇପାରିବ।

ଶବ୍ଦର ବେଗ ଠାରୁ ୩ ଗୁଣ ଅଧିକ ବେଗରେ ଗତି କରିପାରୁଥିବା ବ୍ରହ୍ମସ ମିସାଇଲରେ ଦୁଇଟି ଷ୍ଟେଜ ବିଶିଷ୍ଟ ଇଞ୍ଜିନ ବ୍ୟବହାର କରାଯାଇଛି । ୩ ହଜାର କିଲୋଗ୍ରାମ ପର୍ଯ୍ୟନ୍ତ ଉଭୟ ଆଣବିକ ଓ ପାରମ୍ପରିକ ଯୁଦ୍ଧାସ୍ତ୍ର ବହନ କ୍ଷମତା ରଖିଛି। ସ୍ଥଳଭାଗରୁ ୪୫୦ କିଲୋମିଟର ଓ ୬୦୦ କିଲୋମିଟର ଲକ୍ଷ୍ୟଭେଦ କରିପାରୁଥିବା ବେଳେ, ବାୟୁସେନାର ଯୁଦ୍ଧ ବିମାନରୁ ୪ ଶହ କିଲୋମିଟର ପର୍ଯ୍ୟନ୍ତ ଟାର୍ଗେଟ ହିଟ କରିପାରିବାର କ୍ଷମତା ରଖିଛି।

ଘଣ୍ଟା ପ୍ରତି ୩ ହଜାର ୪ ଶହ କିଲୋମିଟରରୁ ୩ ହଜାର ୭ଶହ କିଲୋମିଟର ବେଗରେ ଗତି କରିପାରୁଥିବା ସୁପର ସୋନିକ କ୍ରୁଜ ମିସାଇଲ ବ୍ରହ୍ମସକୁ ୨୦୦୬ ମସିହାରୁ ପ୍ରତିରକ୍ଷା ବିଭାଗରରେ ବ୍ୟବହାର କରାଯାଇଛି। ଏହାର ଲମ୍ବ ୮.୪ ମିଟର, ମୋଟେଇ ୦.୬ ମିଟର ଓ ଓଜନ ୩ ହଜାର କେଜି ରହିଛି । ମସ୍କଭା ନଦୀର ନାମ ଅନୁସାରେ ଏହାର ନାମକରଣ କରାଯାଇଛି।

ସୁପରସୋନିକ କ୍ରୁଜ ମିସାଇଲ ବ୍ରହ୍ମୋସର ସଫଳ ପରୀକ୍ଷଣ ନେଇ ଡିଆରଡିଓକୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନବୀନ ଟ୍ବିଟ କରି ଲେଖିଛନ୍ତି, ସ୍ବଦେଶୀ ଜ୍ଞାନକୌଶଳ ସହିତ ଏହି କ୍ଷେପଣାସ୍ତ୍ର ଭାରତର ପ୍ରତିରକ୍ଷା କ୍ଷମତାକୁ ଆହୁରି ସୁଦୃଢ କରିବ ବୋଲି ନବୀନ ଲେଖିଛନ୍ତି ।

ବାଲେଶ୍ବରରୁ ଜୀବନ ଜ୍ୟୋତି ନାୟକ, ଇଟିଭି ଭାରତ

Last Updated : Sep 30, 2020, 5:42 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.