ବାଲେଶ୍ଵର: ଆଜି ଜିଲ୍ଲାର ବିଭିନ୍ନ ସ୍ଥାନରେ ମହାପୁରୁଷଙ୍କ ପ୍ରତିମୂର୍ତ୍ତି ସ୍ଥାପନ ପରେ ଏହାର ଉନ୍ମୋଚନ କରିଛନ୍ତି ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ। ସହରର ଗଡ଼ଗଡ଼ିଆ ଛକ ଠାରେ ରାଧାନାଥ ରାୟଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କରାଯାଇଥିବାବେଳେ ଏହି ସମୟରେ ସଦର ବିଧାୟକ ସ୍ୱରୂପ କୁମାର ଦାସଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ ।
ସେହିପରି ଫକୀର ମୋହନ ବିଶ୍ୱବିଦ୍ୟାଳୟ ପରିସରରେ ଫକୀର ମୋହନ ସେନାପତିଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କରାଯାଇଥିଲା । ଏହି ସମୟରେ ରେମୁଣା ବିଧାୟକ ସୁଧାଂଶୁ ଶେଖର ପରିଡା ଉପସ୍ଥିତ ଥିଲେ ।
ବାଲେଶ୍ବରରୁ ଜୀବନ ଜ୍ୟୋତି ନାୟକ, ଇଟିଭି ଭାରତ