ବାଲେଶ୍ବର: ଓଡିଶା ଅଭିଭାବକ ମହାସଂଘର ବାଲେଶ୍ଵର ଜିଲ୍ଲା ଶାଖା ପକ୍ଷରୁ ବିଭିନ୍ନ ଦାବି ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ପ୍ରଦାନ କରାଯାଇଛି ।
ସଂଘର ଦାବି ଅନୁସାରେ ଗତ 2019ରେ ରାଜ୍ୟ ସରକାର ଘୋଷଣା କରିଥିଲେ ଯେ, ଘରୋଇ ଶିକ୍ଷା ଅନୁଷ୍ଠାନ ଗୁଡିକରେ ଆର୍ଥିକ ଅନଗ୍ରସର ଓ ଦିବ୍ୟାଙ୍ଗ ପିଲାମାନଙ୍କ ପାଇଁ 25 ପ୍ରତିଶତ ସ୍ଥାନ ସଂରକ୍ଷଣ ରଖିବେ । ମାତ୍ର ଚଳିତ ଶିକ୍ଷାବର୍ଷ ଆରମ୍ଭ ପର୍ଯ୍ୟନ୍ତ କୌଣସି ଘରୋଇ ସ୍କୁଲ ସରକାରଙ୍କ ନିୟମକୁ ମାନି ନଥିବା ଅଭିଯୋଗ ହୋଇଛି । ଏହାକୁ ନେଇ ଅଭିଭାବକମାନେ ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଏକ ଦାବିପତ୍ର ପ୍ରଦାନ କରିଛନ୍ତି।
ବାଲେଶ୍ବରରୁ ଜୀବନଜ୍ୟୋତି ନାୟକ, ଇଟିଭି ଭାରତ