ବାଲେଶ୍ବର: ଗୁଜୁରାଟର ଆରାବଳି ଜିଲ୍ଲାରୁ 9 ଜଣ ତୀର୍ଥଯାତ୍ରୀଙ୍କୁ ନେଇ ପୁରୀ ଅଭିମୁଖେ ଯାତ୍ରା କରୁଥିବା ଏକ କମାଣ୍ଡର ବାଲେଶ୍ବରର ସୋରସ୍ଥିତ ତଳନଗର ଠାରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏ ସମ୍ପର୍କରେ ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଆହତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରିଛି। ଜିଲ୍ଲା ଦେଇ ଯାଇଥିବା ୧୬ନଂ ଜାତୀୟ ରାଜପଥରେ ଏ ଦୁର୍ଘଟଣା ଘଟିଛି। ଏହି ରାଜପଥରେ ଠିଆ ହୋଇଥିବା ଏକ ଟ୍ରକକୁ ପଛପଟୁ ଧକ୍କା ଦେଇଥିଲା କମାଣ୍ଡର। ଯାହା ଫଳରେ ଏଥିରେ ଯାତ୍ରା କରୁଥିବା ୯ଜଣ ତୀର୍ଥଯାତ୍ରୀ ଆହତ ହୋଇଛନ୍ତି। ଏ ଦୁର୍ଘଟଣାରେ ଆହତ ହୋଇଥିବା ଯାତ୍ରୀ ସୋର ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ବେଳେ, ଗୁରୁତର ହୋଇଥିବା ୩ଜଣଙ୍କୁ ବାଲେଶ୍ବର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି।
ବାଲେଶ୍ବରରୁ ଜୀବନ ଜ୍ୟୋତି ନାୟକ, ଇଟିଭି ଭାରତ