ETV Bharat / state

ବାଲେଶ୍ଵରରେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳିତ

author img

By

Published : Oct 30, 2019, 8:40 PM IST

ବାଲେଶ୍ଵର ଜିଲ୍ଲା ପରିଷଦ ସମ୍ମିଳନୀ ଗୃହରେ ଜିଲ୍ଲାସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳିତ ହୋଇଯାଇଛି । ଏହି ଅବସରରେ ଦୁର୍ନୀତି ନିବାରଣ ସମ୍ପର୍କରେ ଏକ ସଚେତନତା ଶୋଭାଯାତ୍ରା ପବ୍ଲିକ ସ୍କୁଲରୁ ବାହାରି ସହର ପରିକ୍ରମା କରିଥିଲା।

ଫଟୋ ସୌଜନ୍ୟ: ସମ୍ବାଦଦାତା, ବାଲେଶ୍ଵର

ବାଲେଶ୍ଵର: ବୁଧବାର ବାଲେଶ୍ଵର ଜିଲ୍ଲା ପରିଷଦ ସମ୍ମିଳନୀ ଗୃହରେ ଜିଲ୍ଲାସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳିତ ହୋଇଯାଇଛି । ଏହି ଅବସରରେ ଦୁର୍ନୀତି ନିବାରଣ ସମ୍ପର୍କରେ ଏକ ସଚେତନତା ଶୋଭାଯାତ୍ରା ପବ୍ଲିକ ସ୍କୁଲରୁ ବାହାରି ସହର ପରିକ୍ରମା କରିଥିଲା। ଏହାପରେ ଜିଲ୍ଲା ପରିଷଦ ସମ୍ମିଳନୀ ଗୃହରେ ଏକ ସଚେତନତା ସଭା ସହ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ ହୋଇଥିଲା।

ଭିଡିଓ ସୌଜନ୍ୟ: ସମ୍ବାଦଦାତା, ବାଲେଶ୍ଵର

ଏହି ସଭାରେ ଦୁର୍ନୀତିରୁ ଦୁରେଇ ରହି ଏକ ସୁସ୍ଥ ସମାଜ ଗଠନ ଦିଗରେ ଗୁରୁତ୍ବ ଦେବାପାଇଁ ଆହ୍ବାନ କରାଯାଇଥିଲା। ଏହା ବ୍ୟତିତ ବିଭିନ୍ନ ସ୍କୁଲ ଓ କଲେଜ ଛାତ୍ରଛାତ୍ରୀଙ୍କ ମଧ୍ୟରେ ବକ୍ତୃତା, ରଚନା ଆଦି ପ୍ରତିଯୋଗିତା ହୋଇଥିଲା। କୃତି ପ୍ରତିଯୋଗୀମାନଙ୍କୁ ଏହି ଅବସରରେ ପୁରସ୍କୃତ ମଧ୍ୟ କରାଯାଇଥିଲା। ଏହି ସଭାରେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ନିବେଦିତା ମହାନ୍ତି, ବାଲେଶ୍ଵର ଏସପି ବି ଯୁଗଳ କିଶୋର, ଭିଜିଲାନ୍ସ ଏସପି ସୁନୀଲ କୁମାର ସେନାପତି ଓ ଅତିରିକ୍ତ ଜିଲ୍ଲାପାଳ ସମ୍ବିତ ନାୟକ ପ୍ରମୁଖ ଉପସ୍ଥିତ ଥିଲେ।

ବାଲେଶ୍ଵରରୁ ଜୀବନ ଜ୍ୟୋତି ନାୟକ, ଇଟିଭି ଭାରତ

Intro:Body:ବାଲେଶ୍ଵର ଜିଲ୍ଲା ପରିଷଦ ସମ୍ମିଳନୀ ଗୃହରେ ଆଜି ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳିତ ହୋଇଯାଇଛି।
ସକାଳେ ଦୁର୍ନୀତି ନିବାରଣ ସମ୍ପର୍କରେ ଏକ ସଚେତନତା ଶୋଭାଯାତ୍ରା ପବ୍ଲିକ ସ୍କୁଲରୁ ବାହାରି ସହର ପରିକ୍ରମା କରିଥିଲା। ଏହାପରେ ଜିଲ୍ଲା ପରିଷଦ ସମ୍ମିଳନୀ ଗୃହରେ ଏକ ସଚେତନତା ସଭା ସାଙ୍ଗକୁ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ ହୋଇଥିଲା। ଦୁର୍ନୀତିରୁ ଦୁରେଇ ରହି ଏକ ସୁସ୍ଥ ସମାଜ ଗଠନ ଦିଗରେ ଗୁରୁତ୍ୱ ଦେବାପାଇଁ ଆହ୍ୱାନ ଦିଆଯାଇଥିଲା। ବିଭିନ୍ନ ସ୍କୁଲ ଓ କଲେଜ ଛାତ୍ରଛାତ୍ରୀଙ୍କ ମଧ୍ୟରେ ବକ୍ତୃତା, ରଚନା ଆଦିରେ ପ୍ରତିଯୋଗିତା କରାଯାଇଥିଲା। କୃତି ପ୍ରତିଯୋଗୀମାନଙ୍କୁ ଏହି ଅବସରରେ ପୁରସ୍କୃତ କରାଯାଇଥିଲା।

ଏଥିରେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ନିବେଦିତା ମହାନ୍ତି, ବାଲେଶ୍ଵର ଏସପି ବି ଯୁଗଳ କିଶୋର, ଭିଜିଲାନ୍ସ ଏସପି ସୁନୀଲ କୁମାର ସେନାପତି, ଅତିରିକ୍ତ ଜିଲ୍ଲାପାଳ ସମ୍ବିତ ନାୟକ ପ୍ରମୁଖ ଉପସ୍ଥିତ ଥିଲେ। ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ସ୍ତରୀୟ ବିଭିନ୍ନ ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ।Conclusion:
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.